ସିମନବାଡି ଗ୍ରାମପଞ୍ଚାୟତରେ ଆଦି ସେବା କେନ୍ଦ୍ର ଉଦ୍‌ଘାଟିତ

ଦାରିଙ୍ଗବାଡ଼ି,୨୬ା୯ (ଅରୁଣ ସାହୁ):ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ି ପଞ୍ଚାୟତରେ ଆଦି ସେବା କେନ୍ଦ୍ରର ଉଦ୍‌ଘାଟିତ ହୋଇଛି। ଏଥିରେ ସରପଞ୍ଚ ଅମିତା ପ୍ରଧାନ ଯୋଗଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଜାଗୃତି କାର୍ଯ୍ୟାଳୟର ଧ୍ରୁବ ଚରଣ ନାୟକ ଯୋଗଦେଇଥିଲେ। ଏହି କେନ୍ଦ୍ରଟି ଗ୍ରାମବାସୀଙ୍କ ପାଇଁ ଏକ ସିଙ୍ଗଲ-ୱିଣ୍ଡୋ ସୁବିଧା କେନ୍ଦ୍ର ଭାବେ କାର୍ଯ୍ୟ କରିବ। ଯେଉଁଠି ସରକାରୀ ଯୋଜନା, ସାମାଜିକ କଲ୍ୟାଣ ଓ ବିଭିନ୍ନ ସହାୟତା ସମ୍ବନ୍ଧୀୟ ସୂଚନା ସହଜରେ ମିଳିବ ବୋଲି କୁହାଯାଇଛି। ଆଦିବାସୀ ଓ ପଛୁଆ ବର୍ଗର ଲୋକଙ୍କୁ ସହାୟତା ପ୍ରଦାନରେ ଗୁରୁତ୍ୱ ଦେବ ବୋଲି ଉପସ୍ଥିତ ଲୋକଙ୍କୁ କୁହାଯାଇଛି। ସରକାରୀ କଲ୍ୟାଣ ଯୋଜନା ସମ୍ବନ୍ଧୀୟ ସୂଚନା ଓ ସହାୟତା, ଶିକ୍ଷା, ସ୍ବାସ୍ଥ୍ୟ ଓ ଜୀବିକା ସୁଯୋଗ ସମ୍ବନ୍ଧୀୟ ପରାମର୍ଶ ସମେତ ଯୁବକ ଓ ସ୍ବୟଂସହାୟକ ଗୋଷ୍ଠୀଙ୍କ ପାଇଁ କ୍ଷମତା ବିକାଶ ଓ ପ୍ରଶିକ୍ଷଣ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଗ୍ରାମବାସୀ ଏହି ପଦକ୍ଷେପକୁ ସ୍ବାଗତ କରି ଆଗାମୀଦିନରେ ଆଦି ସେବା କେନ୍ଦ୍ର ଦ୍ୱାରା ଗ୍ରାମରେ ସତ୍ୟ ସାର୍ଥକ ପରିବର୍ତ୍ତନ ଓ ସଶକ୍ତୀକରଣ ଆସିବ ବୋଲି ଆଶା ବ୍ୟକ୍ତ କରିଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ବୟଂସହାୟକ ଗୋଷ୍ଠୀ ସଦସ୍ୟ, ଯୁବକ ଓ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

ଜଣ୍ଡିସ୍‌ରେ ୬ ସ୍କୁଲ ପିଲା ଆକ୍ରାନ୍ତ

ଖଇରା,୭।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ୍‌ ଝିଙ୍କିରିଆ ପଞ୍ଚାୟତ ଅଧୀନ ଅରଖପଦା ଗଁାରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ପ୍ରଥମେ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

ଇରାନ୍‌ର ଆତ୍ମସମର୍ପଣ ଲୋଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ୍‌/ଦୁବାଇ,୭ା୩: ଇରାନ୍‌ ବିରୋଧୀ ଯୁଦ୍ଧ ଦ୍ୱିତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶୁକ୍ରବାର ଇରାନ୍‌ର ନିଃସର୍ତ୍ତ ଆତ୍ମସମର୍ପଣ ଦାବି କରିଛନ୍ତି। ତେହରାନ୍‌ ଆତ୍ମସମର୍ପଣ…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri