ଓଡ଼ିଶାରେ ‘ଆଦିପୁରୁଷ’ ଚଳଚ୍ଚିତ୍ରକୁ ବ୍ୟାନ୍‌ କରାଯାଉ

ପୁରୀ,୨୩ା୬(ଅଜିତ୍‌ ମହାନ୍ତି):‘ଆଦିପୁରୁଷ’ ଚଳଚ୍ଚିତ୍ରରେ ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର, ମହାବୀର ହନୁମାନ ଏବଂ ରାବଣଙ୍କ ଚରିତ୍ରକୁ କଦର୍ଥ ଭାବେ ଚିତ୍ରଣ କରାଯାଇ ଅପମାନିତ କରାଯାଇଛି ବୋଲି ଶ୍ରୀଜଗନ୍ନାଥ ସେନା ଅଭିଯୋଗ ଆଣିଛି। ଏହି ଚଳଚ୍ଚିତ୍ରକୁ ବିରୋଧ କରି ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ଚଳଚ୍ଚିତ୍ରର ଲେଖକ ମନୋଜ ମୁନ୍ତାସିର୍‌ ଶୁକ୍ଳା ଓ ନିର୍ଦ୍ଦେଶକ ଓମ୍‌ ରାଉତଙ୍କୁ ଗିରଫ ଦାବିରେ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି।
ଶ୍ରୀଜଗନ୍ନାଥ ସେନାର ଆବାହକ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି, ଆଦିପୁରୁଷ ଚଳଚ୍ଚିତ୍ରରେ ପ୍ରଭୁ ଶ୍ରୀରାମଚନ୍ଦ୍ର ଓ ଶ୍ରୀହନୁମାନଙ୍କ ଚରିତ୍ରକୁ କଦର୍ଥ କରି ଚିତ୍ରିତ କରାଯାଇଛି। ଏହା କୋଟି କୋଟି ସନାତନ ହିନ୍ଦୁଙ୍କ ଧାର୍ମିକ ଭାବନାକୁ ଆଘାତ ଦେଇଛି। କେବଳ ଟଙ୍କା ରୋଜଗାର ଉଦ୍ଦେଶ୍ୟରେ ଲେଖକ ଏବଂ ନିର୍ଦ୍ଦେଶକ ଏପରି ବିଧର୍ମୀ ସିନେମା ତିଆରି କରିଛନ୍ତି। ଏହା ପଛରେ ଥିବା ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ ସହ ଓଡ଼ିଶାରେ ଏହି ଚଳଚ୍ଚିତ୍ରକୁ ବ୍ୟାନ୍‌ ଘୋଷଣା କରାଯାଉ। ସିନେମାର ଲେଖକ ଓ ନିର୍ଦ୍ଦେଶକଙ୍କୁ ଧାରା ୨୯୫, ୨୯୫(ଏ), ୨୯୬, ୨୯୮, ୧୨୦ (ବି) ଏବଂ ୩୪ ଆଇପିସିରେ ତୁରନ୍ତ ଗିରଫ କରାଯିବାକୁ ପଟ୍ଟନାୟକ ଦାବି କରିଛନ୍ତି। ଯଦି ଅଭିଯୁକ୍ତଙ୍କୁ ଗିରଫ କରା ନ ଯାଏ ତେବେ ଆଗକୁ ଆନ୍ଦୋଳନ ଜୋରଦାର କରିବା ସହ କୋର୍ଟଙ୍କ ଦ୍ୱାରସ୍ଥ ହେବୁ ବୋଲି ପଟ୍ଟନାୟକ କହିଛନ୍ତି। ବିକ୍ଷୋଭ ବେଳେ ଚଳଚ୍ଚିତ୍ର ନିର୍ମାତା ଓ ନିର୍ଦ୍ଦେଶକଙ୍କ ପୋଷ୍ଟରରେ କଳା ବୋଳି ଝାଡୁ ମାଡ଼ ସହ କୁଶ ପୁତ୍ତଳିକା ଦାହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri