‘ଆଦିପୁରୁଷ’ ଉପରେ ଲଗାଇଥିବା ବ୍ୟାନ ହଟାଇଲା ନେପାଳ, ହେଲେ କାଠମାଣ୍ଡୁ ମେୟର ଜିଦ୍‌ରେ ଅଟଳ କହିଲେ…

କାଠମାଣ୍ଡୁ,୨୩।୬: ବିବାଦ ମଧ୍ୟରେ ଫିଲ୍ମ ‘ଆଦିପୁରୁଷ’ର ନିର୍ମାତାମାନଙ୍କ ପାଇଁ ଏକ ଖୁସି ଖବର ଅଛି। ବାସ୍ତବରେ ନେପାଳରେ କିଛି ଦିନ ପାଇଁ ଫିଲ୍ମ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା, ଯାହାକୁ ବର୍ତ୍ତମାନ ହଟାଇ ଦିଆଯାଇଛି। ଗୁରୁବାର ନେପାଳର କୋର୍ଟ ‘ଆଦିପୁରୁଷ’ ସମେତ ହିନ୍ଦୀ ଚଳଚ୍ଚିତ୍ର ଉପରେ ହୋଇଥିବା ପ୍ରତିବନ୍ଧକକୁ ହଟାଇ ଦେଇଛନ୍ତି। ଏଭଳି ପରିସ୍ଥିତିରେ ଦେଶର ସେନ୍ସର ବୋର୍ଡ ଅନୁମତି ଦେଇଥିବା କୌଣସିି ଫିଲ୍ମର ସ୍କ୍ରିନିଂ ବନ୍ଦ ନ କରିବାକୁ ଅଧିକାରୀଙ୍କୁ ମଧ୍ୟ କୋର୍ଟ କହିଛନ୍ତି। ତେବେ ଏହି ଚଳଚ୍ଚିତ୍ରକୁ ନେଇ ନେପାଳର ମେୟରଙ୍କ ଅସନ୍ତୋଷ ଏ ପର୍ଯ୍ୟନ୍ତ କମିନାହିଁ।

‘ଆଦିପୁରୁଷ’ରେ ସୀତାଙ୍କୁ ଭାରତର ଝିଅ ବୋଲି ବର୍ଣ୍ଣନା କରାଯିବା ଉପରେ ଗଭୀର ଆପତ୍ତି ଉଠାଇ ନେପାଳର ରାଜଧାନୀ କାଠମାଣ୍ଡୁ ମେୟର ବାଲେନ ଶାହା ସହରରେ ଚଳଚ୍ଚିତ୍ର ପ୍ରଦର୍ଶନକୁ ନିଷିଦ୍ଧ କରିଥିଲେ। ଏଥିସହ ସହରର ସମସ୍ତ ସିନେମା ହଲକୁ ଲିଖିତ ଭାବେ ନିର୍ଦ୍ଦେଶ ଦେଇଥିଲେ ଯେ ପର୍ଯ୍ୟନ୍ତ ଫିଲ୍ମର ଦୃଶ୍ୟ ପରିବର୍ତ୍ତନ ହୋଇନାହିଁ, ସେ ଯାଏ ସହରର କୌଣସି ହଲରେ ପ୍ରଦର୍ଶିତ ହେବା ଉଚିତ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri