ଦୁଇରୁ ତିନି ହେଲେ ଟେଲି ପରଦାର ଏହି ଯୋଡ଼ି, ଘରକୁ ଆସିଲା…

ବମ୍ବେ: ମା’ ହୋଇଛନ୍ତି ଲୋକପ୍ରିୟ ଟେଲି ଅଭିନେତ୍ରୀ ଅଦିତି ମଲ୍ଲିକ। ସେ ଏକ ପୁତ୍ର ସନ୍ତାନର ଜନନୀ ହୋଇଛନ୍ତି। ବିବାହର ଦଶ ବର୍ଷ ପରେ ଘରକୁ ଖୁସି ଖବର ଆସିଥିବାରୁ ଉଭୟ ଅଦିତି ଏବଂ ସ୍ବାମୀ ତଥା ଅଭିନେତା ମୋହିତ ମଲ୍ଲିକ ବେଶ ଖୁସି ଅଛନ୍ତି। ଉଭୟ ନିଜ ସୋସିଆଲ ପୃଷ୍ଠାରେ ଏନେଇ ପ୍ରଶଂସକଙ୍କୁ ଜଣାଇଛନ୍ତି।

ଅଦିତି-ମୋହିତ ପୁଅଙ୍କ ହାତ ସହ ଫଟୋ ଶେୟାର କରି ହେ ବିଶ୍ୱ, ଏଭଳି ଆଶୀର୍ବାଦ ପାଇଁ ବହୁତ ବହୁତ ଧନ୍ୟବାଦ। ଅଧା ରାତିରେ କାନ୍ଦିବା ସ୍ବର ଶୁଣିବା ଏବଂ ଏଥିସହ ଆଗକୁ ଅନୁଭବ କରିବାକୁ ଥିବା ସମସ୍ତ ଜିନିଷକୁ ନେଇ ଧନ୍ୟବାଦ। ଆମେ ବାସ୍ତବରେ ଆମ ଛୋଟ ଛୁଆକୁ ଭଲପାଇବାର ଦୁନିଆରେ ସ୍ବାଗତ କରିବା ଲାଗି ଭାଗ୍ୟଶାଳୀ ବୋଲି ଅନୁଭବ କରୁଛୁ। ସେ ଏଠାରେ ଅଛି। ସତ କହିବାକୁ ଗଲେ ଏହା କୌଣସି ମ୍ୟାଜିକ୍‌ ଠାରୁ କମ୍‌ ନୁହେଁ। ଆମେ ଦୁଇରୁ ତିନି ହୋଇଛୁ। ସବୁଦିନ ପାଇଁ ଖୁସି ହୋଇଯାଇଛୁ ବୋଲି ଲେଖିଛନ୍ତି। ଏହି ପୋଷ୍ଟରେ ପ୍ରଶଂସକମାନେ ଶୁଭକାମନା ଜଣାଉଛନ୍ତି।

ଦୀର୍ଘ ବର୍ଷ ଧରି ପରସ୍ପରକୁ ଡେଟ୍‌ କରିବା ପରେ ମୋହିତଙ୍କୁ ବିବାହ କରିଥିଲେ ଅଦିତି। ୨୦୧୦ରେ ସେମାନଙ୍କର ବିବାହ ହୋଇଥିଲା। ଏବେ ସେ ଏପ୍ରିଲ ୨୯ରେ ପୁତ୍ର ସନ୍ତାନର ଜନନୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri