Posted inଜାତୀୟ

ନିଜ କକ୍ଷର ନିକଟତର ହେଲା ଆଦିତ୍ୟ ଏଲ-୧, ୭ ଜାନୁୟାରୀ ଗୁରୁତ୍ୱପୂର୍ଣ୍ଣ

ଥିରୁଭାନନ୍ତପୁରମ,୨୫।୧୧: ସୂର୍ଯ୍ୟ ଅଧ୍ୟୟନ ପାଇଁ ପଠାଯାଇଥିବା ଭାରତର ପ୍ରଥମ ମହାକାଶ ମିଶନ ଆଦିତ୍ୟ ଏଲ-୧ ଏହାର ଶେଷ ପର୍ଯ୍ୟାୟରେ ଅଛି ଏବଂ ଖୁବ ଶୀଘ୍ର ଏହାର ଲକ୍ଷ୍ୟ ସ୍ଥଳରେ ପହଞ୍ଚିବ। ଇସ୍ରୋ ମୁଖ୍ୟ ଏସ ସୋମନାଥ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଆଦିତ୍ୟ ସଠିକ ରାସ୍ତାରେ ଅଛିଏବଂ ମୁଁ ଭାବୁଛି ଏହା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେ କହିଛନ୍ତି ଯେ ଏହା ସମ୍ଭବ ଯେ ଜାନୁୟାରୀ ୭ରେ ଆଦିତ୍ୟ ଏଲ-୧ ଏହାର ଅନ୍ତିମ ମ୍ୟାନୁଭର୍‌ ଶେଷ କରି ଏଲ-୧ ପଏଣ୍ଟରେ ପ୍ରବେଶ କରିବ।
ସୂଚନାଯୋଗ୍ୟ, ଆନ୍ଧ୍ରପ୍ରଦେଶର ଶ୍ରୀହାରିକୋଟା ସ୍ଥିତ ସତୀଶ ଧୱନ ମହାକାଶ କେନ୍ଦ୍ରରୁ ଆଦିତ୍ୟ ଏଲ-୧ ସଫଳତାର ସହ ୨ସେପ୍ଟେମ୍ବର ୨୦୨୩ରେ ଲଞ୍ଚ କରାଯାଇଥିଲା। ଆଦିତ୍ୟ ଏଲ-୧ ମହାକାଶଯାନ ପ୍ରାୟ ୧୫ଲକ୍ଷ କିଲୋମିଟର ଦୂରତା ଅତିକ୍ରମ କରିବ ଏବଂ ୧୨୫ ଦିନ ମଧ୍ୟରେ ସୂର୍ଯ୍ୟଙ୍କ ନିକଟସ୍ଥ ଲାଗ୍ରାଙ୍ଗିଆନ ପଏଣ୍ଟରେ ପହଞ୍ଚିବ। ଆଦିତ୍ୟ ଏଲ-୧ ଲାଗ୍ରାଙ୍ଗିଆନ ପଏଣ୍ଟରୁ ସୂର୍ଯ୍ୟଙ୍କର ଫଟୋ ଉଠାଇ ପୃଥିବୀକୁ ପଠାଇବ। ଆଦିତ୍ୟ ଏଲ-୧ର ସାହାଯ୍ୟରେ, ଇସ୍ରୋ ସୂର୍ଯ୍ୟର ଧାରରେ ଘଟୁଥିବା ଉତ୍ତାପକୁ ଅଧ୍ୟୟନ କରିବ ଏବଂ ସୂର୍ଯ୍ୟ ଧାରରେ ସୃଷ୍ଟି ହେଉଥିବା ଝଡ଼ର ଗତି ଏବଂ ତାପମାତ୍ରା ଢାଞ୍ଚା ବା ପ୍ୟାଟର୍ନକୁ ବୁଝିବାକୁ ଚେଷ୍ଟା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

ନେପାଳରେ ଭୂକମ୍ପ, ମୋଦି କହିଲେ ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ

କାଠମାଣ୍ଡୁ,୨୫ା୬: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri