Posted inଜାତୀୟ

ପୃଥିବୀର ଚତୁର୍ଥ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ ଏଲ୍‌-୧

ନୂଆଦିଲ୍ଲୀ,୧୫।୯: ଭାରତର ପ୍ରଥମ ସୂର୍ଯ୍ୟ ମିଶନ ଅଧୀନରେ ମହାକାଶକୁ ପଠାଯାଇଥିବା ଆଦିତ୍ୟ ଏଲ୍‌-୧ ମହାକାଶଯାନ ଚତୁର୍ଥ ‘ଆର୍ଥ ବାଉଣ୍ଡ୍‌ ମନିଭର୍‌’ ସଫଳତାର ସହ ପରିବର୍ତ୍ତନ କରିଛି। ଭାରତୀୟ ସ୍ପେସ ଏଜେନ୍ସି ଇଣ୍ଡିଆନ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେସନ (ଇସ୍ରୋ) ଏକ୍ସ ମାଧ୍ୟମରେ ଏହି ସୂଚନା ଦେଇଛି।
ସୂର୍ଯ୍ୟ ଅଧ୍ୟୟନ ପାଇଁ ମହାକାଶକୁ ପଠାଯାଇଥିବା ଆଦିତ୍ୟ ଏଲ୍‌-୧ ହେଉଛି ଭାରତର ପ୍ରଥମ ମହାକାଶ ପର୍ଯ୍ୟବେକ୍ଷଣକାରୀ। ସୂର୍ଯ୍ୟ ଏବଂ ପୃଥିବୀ ମଧ୍ୟରେ ପାଞ୍ଚଟି ଲାଗ୍ରେଞ୍ଜ ପଏଣ୍ଟ ଅଛି। ଆଦିତ୍ୟ ଏଲ-୧ ମହାକାଶଯାନ ଲାଗ୍ରେଞ୍ଜ ପଏଣ୍ଟ ୧କୁ ପଠାଯାଉଛି। ପୃଥିବୀରୁ ଲାଗ୍ରେଞ୍ଜ ପଏଣ୍ଟ ୧ର ଦୂରତା ୧୫ ଲକ୍ଷ କିଲୋମିଟର ହୋଇଥିବାବେଳେ ସୂର୍ଯ୍ୟଙ୍କଠାରୁ ପୃଥିବୀର ଦୂରତା ୧୫ କୋଟି କିଲୋମିଟର ଅଟେ।
ଇସ୍ରୋ ଏକ୍ସରେ କହିଛି ଯେ, ‘ଆର୍ଥ ବାଉଣ୍ଡ୍‌ ମନିଭର୍‌ (ଇବିଏନ୍‌ # ୪)’ ସଫଳ ହୋଇଛି। ଏହି ମହାକାଶଯାନ ଇସ୍ରୋର ମରିସସ, ବେଙ୍ଗାଲୁରୁ, ଶ୍ରୀହାରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟର ଏବଂ ପୋର୍ଟ ବ୍ଲେୟାରର ଗ୍ରାଉଣ୍ଡ ଷ୍ଟେସନ ମାଧ୍ୟମରେ ଟ୍ରାକ କରାଯାଇଥିଲା।
ଏହାପୂର୍ବରୁ, ସେପ୍ଟେମ୍ବର ୩ରେ ଆଦିତ୍ୟ ଏଲ୍‌-୧ ପ୍ରଥମ ଥର ପାଇଁ କକ୍ଷପଥକୁ ସଫଳତାର ସହିତ ବଦଳାଇଥିଲା। ସେପ୍ଟେମ୍ବର ୫ରେ ଦ୍ୱିତୀୟ ଥର ଏବଂ ସେପ୍ଟେମ୍ବର ୧୦ରେ ତୃତୀୟଥର କକ୍ଷପଥ ପରିବର୍ତ୍ତନ କରିଥିଲା। ପୁଣି ୧୯ରେ କକ୍ଷ ପରିବର୍ତ୍ତନ କରିବ। ଇସ୍ରୋ ଅନୁଯାୟୀ, ଆଦିତ୍ୟ ଏଲ୍‌-୧ ପୃଥିବୀର କକ୍ଷପଥରେ ୧୬ ଦିନ ବିତାଇବ। ଏହାପରେ ତା’ର ଗନ୍ତବ୍ୟସ୍ଥଳ ଏଲ୧ ପଏଣ୍ଟ ଅଭିମୁଖେ ଯାତ୍ରା ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri