Posted inଜାତୀୟ

ପୃଥିବୀର ଚତୁର୍ଥ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ ଏଲ୍‌-୧

ନୂଆଦିଲ୍ଲୀ,୧୫।୯: ଭାରତର ପ୍ରଥମ ସୂର୍ଯ୍ୟ ମିଶନ ଅଧୀନରେ ମହାକାଶକୁ ପଠାଯାଇଥିବା ଆଦିତ୍ୟ ଏଲ୍‌-୧ ମହାକାଶଯାନ ଚତୁର୍ଥ ‘ଆର୍ଥ ବାଉଣ୍ଡ୍‌ ମନିଭର୍‌’ ସଫଳତାର ସହ ପରିବର୍ତ୍ତନ କରିଛି। ଭାରତୀୟ ସ୍ପେସ ଏଜେନ୍ସି ଇଣ୍ଡିଆନ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେସନ (ଇସ୍ରୋ) ଏକ୍ସ ମାଧ୍ୟମରେ ଏହି ସୂଚନା ଦେଇଛି।
ସୂର୍ଯ୍ୟ ଅଧ୍ୟୟନ ପାଇଁ ମହାକାଶକୁ ପଠାଯାଇଥିବା ଆଦିତ୍ୟ ଏଲ୍‌-୧ ହେଉଛି ଭାରତର ପ୍ରଥମ ମହାକାଶ ପର୍ଯ୍ୟବେକ୍ଷଣକାରୀ। ସୂର୍ଯ୍ୟ ଏବଂ ପୃଥିବୀ ମଧ୍ୟରେ ପାଞ୍ଚଟି ଲାଗ୍ରେଞ୍ଜ ପଏଣ୍ଟ ଅଛି। ଆଦିତ୍ୟ ଏଲ-୧ ମହାକାଶଯାନ ଲାଗ୍ରେଞ୍ଜ ପଏଣ୍ଟ ୧କୁ ପଠାଯାଉଛି। ପୃଥିବୀରୁ ଲାଗ୍ରେଞ୍ଜ ପଏଣ୍ଟ ୧ର ଦୂରତା ୧୫ ଲକ୍ଷ କିଲୋମିଟର ହୋଇଥିବାବେଳେ ସୂର୍ଯ୍ୟଙ୍କଠାରୁ ପୃଥିବୀର ଦୂରତା ୧୫ କୋଟି କିଲୋମିଟର ଅଟେ।
ଇସ୍ରୋ ଏକ୍ସରେ କହିଛି ଯେ, ‘ଆର୍ଥ ବାଉଣ୍ଡ୍‌ ମନିଭର୍‌ (ଇବିଏନ୍‌ # ୪)’ ସଫଳ ହୋଇଛି। ଏହି ମହାକାଶଯାନ ଇସ୍ରୋର ମରିସସ, ବେଙ୍ଗାଲୁରୁ, ଶ୍ରୀହାରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟର ଏବଂ ପୋର୍ଟ ବ୍ଲେୟାରର ଗ୍ରାଉଣ୍ଡ ଷ୍ଟେସନ ମାଧ୍ୟମରେ ଟ୍ରାକ କରାଯାଇଥିଲା।
ଏହାପୂର୍ବରୁ, ସେପ୍ଟେମ୍ବର ୩ରେ ଆଦିତ୍ୟ ଏଲ୍‌-୧ ପ୍ରଥମ ଥର ପାଇଁ କକ୍ଷପଥକୁ ସଫଳତାର ସହିତ ବଦଳାଇଥିଲା। ସେପ୍ଟେମ୍ବର ୫ରେ ଦ୍ୱିତୀୟ ଥର ଏବଂ ସେପ୍ଟେମ୍ବର ୧୦ରେ ତୃତୀୟଥର କକ୍ଷପଥ ପରିବର୍ତ୍ତନ କରିଥିଲା। ପୁଣି ୧୯ରେ କକ୍ଷ ପରିବର୍ତ୍ତନ କରିବ। ଇସ୍ରୋ ଅନୁଯାୟୀ, ଆଦିତ୍ୟ ଏଲ୍‌-୧ ପୃଥିବୀର କକ୍ଷପଥରେ ୧୬ ଦିନ ବିତାଇବ। ଏହାପରେ ତା’ର ଗନ୍ତବ୍ୟସ୍ଥଳ ଏଲ୧ ପଏଣ୍ଟ ଅଭିମୁଖେ ଯାତ୍ରା ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri