ବଦଳିଲା ଆଦିତ୍ୟ ରୟ କପୁରଙ୍କ ଫିଲ୍ମ ‘ଓମ- ଦ ବ୍ୟାଟେଲ ୱିଦଇନ୍‌’ର ଟାଇଟଲ

ମୁମ୍ବାଇ: ଅନେକ ସମୟରେ ବଲିଉଡରେ ଦେଖିବାକୁ ମିଳିଛି କି ଫିଲ୍ମର ଟ୍ରେଲର ରିଲିଜ୍ ହୋଇ ସାରିଥିବା ବେଳେ ଏହାର ଟାଇଟେଲରେ କିଛି ଅଦଳ ବଦଳ କରାଯାଇଥାଏ । ଏମିତି ଏବେ ଘଟିଛି ଆଦିତ୍ୟ ରୟ କପୁରଙ୍କ ଆଗାମୀ ଫିଲ୍ମ ‘ଓମ- ଦ ବ୍ୟାଟେଲ ୱିଦଇନ୍‌’ ସହ । ଶୁଣିବାକୁ ମିଳିଛି କି ଏହି ଫିଲ୍ମର ଟାଇଟଲକୁ ବଦଳାଇ ଦିଆଯାଇଛି । ଏବେ ନୂଆ ନାଁରେ ଏହା ରିଲିଜ୍ କରାଯିବ ।
ମିଡିଆ ରିପୋର୍ଟ ଅନୁଯାୟୀ, ଫିଲ୍ମ ‘ଓମ- ଦ ବ୍ୟାଟେଲ ୱିଦଇନ୍‌’ର ମେକର୍ସଙ୍କୁ କପି ରାଇଟ ପାଇଁ କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଥିଲା । ସେଥିପାଇଁ ଓମର ମେକର୍ସ ଏହାର ଟାଇଟଲକୁ ବଦଳାଇବାକୁ ଚିନ୍ତା କରିଥିଲେ । ଏବେ ଏହାର ନୂଆ ନାମ ‘ରାଷ୍ଟ୍ର କବଚ ଓମ’ ହେବ ବୋଲି ଜଣାପଡିଛି । ଏହି ନାମରେ ଏବେ ଏହା ସିନେମା ହଲରେ ରିଲିଜ କରାଯିବ । ଏହାର ପ୍ରମୋଶନ ଓ ପୋଷ୍ଟରରେ ବି ପୁରୁଣା ଟାଇଟଲକୁ ହଟାଇ ଦିଆଯିବ ।
ନିକଟରେ ‘ରାଷ୍ଟ୍ର କବଚ ଓମ’ର ଦମଦାର ଟ୍ରେଲର ରିଲିଜ ହୋଇଛି । ଆଉ ଟ୍ରେଲର ଦେଖିବା ପରେ ଦର୍ଶକେ ବଡ ଉତ୍ସାହର ସହ ଫିଲ୍ମକୁ ଅପେକ୍ଷା ରଖିଛନ୍ତି । ଆସନ୍ତା ୧ ଜୁଲାଇ ୨୦୨୨ରେ ଏହା ରିଲିଜ୍ ହେବ । କପିଲ ବର୍ମାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ଆଦିତ୍ୟ ରୟ କପୁରଙ୍କ ବ୍ୟତୀତ ସଞ୍ଜନା ସାଂନ୍ଧବି, ଜ୍ୟାକି ଶ୍ରଫ, ଆଶୁତୋଷ ରାଣା ଓ ପ୍ରକାଶ ଝାଙ୍କ ଭଳି ଅନୁଭବି ଅଭିନେତାଙ୍କୁ ଦେଖିବାକୁ ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?