Posted inଖେଳ

ଆଦିତ୍ୟ ବିକ୍ରମ ଚାମ୍ପିୟନ

ଭୁବନେଶ୍ୱର, ୨୨ା୫ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଦ୍ୱିତୀୟ କେ. ଡି. ପିଲାଇ ରାଜ୍ୟ ସ୍କୁଲ ଚେସ୍‌ ଚାମ୍ପିୟନଶିପ୍‌ ସ୍ଥାନୀୟ ଟଙ୍କପାଣି ରୋଡ୍‌ସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ଚନ୍ଦ୍ରଶେଖରପୁର ଡିଏଭି ପବ୍ଲିକ ସ୍କୁଲର ଆଦିତ୍ୟ ବିକ୍ରମ ମିଶ୍ର (୪.୫ ପଏଣ୍ଟ) ଚାମ୍ପିୟନ ହୋଇଥିବା ବେଳେ ବିଜେଇଏମ୍‌ ସ୍କୁଲ-୧ର ଭିନିତ ନାୟକ (୪.୫) ରନର ଅପ୍‌ ହୋଇଛନ୍ତି। ଯଥାକ୍ରମେ ୩ୟରୁ ୧୦ମ ସ୍ଥାନ ମଧ୍ୟରେ ରହିଥିବା ଅନ୍ୟ ଖେଳାଳିମାନେ ହେଲେ ଲଳିତ ରଞ୍ଜନ ସାହୁ (ଓଲ୍ଡ ଷ୍ଟିଓ୍ବାର୍ଟ ସ୍କୁଲ, କଟକ), ଅଂଶୁମାନ ପତି (ମଦର୍ସ ପବ୍ଲିକ ସ୍କୁଲ), ଆରିହାନ ମିଶ୍ର (ଡିପିଏସ୍‌ କଳିଙ୍ଗ), ଅର୍ଣ୍ଣବ ମହାନ୍ତି (ବିଜେଇଏମ୍‌ ସ୍କୁଲ-୧), ତ୍ରିଦେବ ତୀର୍ଥଙ୍କର (କେଭି-୧ ଭୁବନେଶ୍ୱର), ପ୍ରିୟଦର୍ଶନ ରୟ (ଦିଲ୍ଲୀ ପବ୍ଲିକ ସ୍କୁଲ ସିଡିଏ), ପିନାକୀ ରୟ (ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ପୋଖରୀପୁଟ)। ଏହି ଚାମ୍ପିୟନଶିପ୍‌ରେ ୭ ବର୍ଷରୁ କମ୍‌, ୯ ବର୍ଷରୁ କମ୍‌, ୧୧ ବର୍ଷରୁ କମ୍‌, ୧୩ ବର୍ଷରୁ କମ୍‌ ଓ ବାଳିକା ବିଭାଗରେ ମଧ୍ୟ ପ୍ରତିଯୋଗିତା ହୋଇଥିଲା। ଉଦ୍‌ଯାପନୀ ଉତ୍ସବରେ ପୁରୀ ସନ୍ତୋଷୀ ଇଂଲିଶ ମିଡିୟମ ସ୍କୁଲର ପ୍ରତିଷ୍ଠାତା ସମ୍ପାଦକ ସୁଭାସିନୀ ବଳିୟାରସିଂ ଅତିଥିଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଚିଫ୍‌ ଆର୍ବିଟର ଦେବାଶିଷ ପାଣିଗ୍ରାହୀ, ସାଇ ବୀଣାପାଣି ଜ୍ଞାନମନ୍ଦିରର ସମ୍ପାଦକ ଭାବନୀ ଶଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri