Posted inଜାତୀୟ

ଗରିବଙ୍କୁ ସହାୟତାରେ ଆଦିତ୍ୟନାଥଙ୍କ ରେକର୍ଡ

ଲକ୍ଷ୍ନୌ,୩।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଗରିବଙ୍କୁ ଆର୍ଥିକ ସହାୟତା ପ୍ରଦାନ କ୍ଷେତ୍ରରେ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛନ୍ତି। ଅନ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ତୁଳନାରେ ଆଦିତ୍ୟନାଥ ଅଧିକ ପରିମାଣର ସହାୟତା ଯୋଗାଇ ଦେଇଛନ୍ତି। ଗତ ୪ ବର୍ଷ ମଧ୍ୟରେ ସେ ରାଜ୍ୟର ଗରିବ ଏବଂ ରୋଗୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ହଜାରେ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ଅଖିଳେଶ ଯାଦବଙ୍କ ସରକାରରେ ୪୨ ହଜାର ୫୦୮ ଜଣ ଲୋକଙ୍କୁ ୫୫୨ କୋଟି ଟଙ୍କାର ଆର୍ଥିକ ସହାୟତା ରାଜ୍ୟର ଦୁଃଖିରଙ୍କିଙ୍କୁ ଯୋଗାଇ ଦିଆଯାଇଥିଲା। ସେହିପରି ମାୟାବତୀଙ୍କ ଶାସନ କାଳରେ ରାଜ୍ୟର ୧୮ ହଜାର ୪୬୨ ଜଣ ଗରିବଙ୍କୁ ମୋଟ ୮୪ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା। ଆଦିତ୍ୟନାଥଙ୍କ ସରକାର କ୍ୟାନସର, କିଡ୍‌ନୀ ଏବଂ ହାର୍ଟ ସମସ୍ୟା ଥିବା ଲୋକଙ୍କୁ ଅଧିକ ପରିମାଣର ଆର୍ଥତ୍କ ସହାୟତା ଯୋଗାଇ ଦେଇଛନ୍ତି। ୨୦୧୭-୧୮ରେ ରାଜ୍ୟର ୧୩ ହଜାର ୨୨୪ ଲୋକଙ୍କୁ ୧୮୪ କୋଟି ୪୨ ଲକ୍ଷ ୮୮ ହଜାର ୭୫୦ ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା। ୨୦୧୮-୧୯ରେ ୧୭ ହଜାର ୭୭୨ ଜଣ ଗରିବଙ୍କୁ ୨୫୬ କୋଟି ୩୪ ଲକ୍ଷ ୬୧ ହଜାର ୪୦୦ ଟଙ୍କା ରାଜ୍ୟ ସରକାର ଯୋଗାଇ ଦେଇଥିଲେ। ୨୦୧୯-୨୦ରେ ୨୮୦ କୋଟି ୨୩ ଲକ୍ଷ ୫୬ ହଜାର ୬୯୫ ଟଙ୍କା ୧୮ ହଜାର ୧୪ ଜଣଙ୍କୁ ପ୍ରଦାନ କରାଯାଇଥିଲା। ୨୦୨୦-୨୧ରେ ୬୪ ହଜାର ୩୫୭ ଲୋକଙ୍କୁ ୯୯୬ କୋଟି ଟଙ୍କା ଯୋଗାଇ ଦିଆଯାଇଥିବା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri