ଆଦିବାସୀ ମେଳା: ୧୨ ଦିନରେ ୯ କୋଟି ବେପାର

ଭୁବନେଶ୍ୱର,୧୬।୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଚାଳିଥିବା ଆଦିବାସୀ ମେଳା ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗଦେଇ ମେଳାର ସଫଳତା ସମ୍ପର୍କରେ ମତବ୍ୟକ୍ତ କରିଥିଲେ।

ଉଦ୍‌ଯାପନୀ ସନ୍ଧ୍ୟାରେ ଜର୍ନାଲ ‘ଆଦିବାସୀ ୬୪ତମ ଖଣ୍ଡ’ ଉନ୍ମୋଚିତ ହୋଇଥିଲା। ଏପରିକି ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନର ବାର୍ଷିକ ରିପୋର୍ଟକୁ ମୁଖ୍ୟ ଅତିଥି ଅନାବରଣ କରିଛନ୍ତି। ଏହି ଅବସରରେ ୬ଜଣ ସଫଳ ଜନଜାତି ଚାଷୀ, ୬ଜଣ କ୍ଷୁଦ୍ର ଉଦ୍ୟୋଗୀ ଏବଂ ଜଣେ ଜନଜାତି କଳାକାରଙ୍କୁ ସମ୍ମାନିତ କରାଯାଇଥିବା ବେଳେ ୩ଟି ଶ୍ରେଷ୍ଠ କୁଡ଼ିଆ ଓ ୩ଜଣ ଜନଜାତି ବ୍ୟବସାୟୀଙ୍କୁ ପୁରସ୍କୃତ କରାଯାଇଥିଲା।

ମେଳାର ୧୨ ଦିନ ମଧ୍ୟରେ ସାଢେ ୯ କୋଟିରୁ ଉଦ୍ଧର୍‌ବ ଟଙ୍କାର ବ୍ୟବସାୟ ହୋଇଥିବା ବେଳେ ପ୍ରାୟ ୧୦ ଲକ୍ଷରୁ ଅଧିକ ଲୋକଙ୍କ ଜନସମାଗମ ହୋଇଛି। ଯାହା ପୂର୍ବ ବର୍ଷ ତୁଳନାରେ ଦୁଇ ଗୁଣା ରହିଥିଲା ବୋଲି ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଦିବାସୀ ମେଳାର ଆଜି ଅନ୍ତିମ ଦିନରେ ଆଦିବାସୀ ଗାଁ, ଆଦିବାସୀ ହାଟ, ଆଦିବାସୀ କଳା ସଂସ୍କୃତିର ଷ୍ଟଲ, ଫୁଡ କୋର୍ଟ ଏବଂ ଲାଇଭ ଡେମୋନଷ୍ଟ୍ରେସନ, ଭଗବାନ ବିର୍ସା ମୁଣ୍ଡା ପାଭିଲିୟନ ଆଦି ମୁଖ୍ୟ ଆକର୍ଷଣ ରହିଥିଲା।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମେଳାର ଉଦ୍‌ଘାଟନ କରିଥିଲେ। ଚଳିତ ବର୍ଷ ୨୦ଟି ଆଦିବାସୀ କୁଟିର ନିମାଣ କରାଯାଉଥିବା ବେଳେ ୧୪୭ଟି ଷ୍ଟଲରେ ଆଦିବାସୀ ସାମଗ୍ରୀ ବିକ୍ରିବଟା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri