ଆରମ୍ଭ ହେଲା ଆଦିବାସୀ ମେଳା: ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର,୫ା୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଛି ଆଦିବାସୀ ମେଳା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍‌ଘାଟନ କରିଛନ୍ତି। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ଆଦିବାସୀ ମେଳା। ପ୍ରବାସୀ ଭାରତୀୟ ଦିବସକୁ ଉପଲକ୍ଷେ ଚଳିତ ବର୍ଷ ଜାନୁଆରୀ ୨୬ ପରିବର୍ତ୍ତେ ୫ ତାରିଖରେ ଆଦିବାସୀ ମେଳା କରାଯାଉଛି।

ମେଳାରେ ଆଦିବାସୀ ଗ୍ରାମ, ଆଦିବାସୀ ହାଟ, କଳା ଓ ହସ୍ତଶିଳ୍ପ ଗ୍ରାମ, ଜନଜାତି ଖାଦ୍ୟ ଫୁଡ କୋର୍ଟ, ଲାଇଭ ଡେମନଷ୍ଟ୍ରେସନ, ଭଗବାନ ର୍ବିସା ମୁଣ୍ଡା ପାଭିଲିୟନ ମୁଖ୍ୟ ଆକର୍ଷଣ ପାଲଟିବ। ଚଳିତ ବର୍ଷ ୨୦ଟି ଆଦିବାସୀ କୁଟିର ର୍ନିମାଣ କରାଯାଉଥିବା ବେଳେ ୧୪୭ଟି ଷ୍ଟଲରେ ଆଦିବାସୀ ସାମଗ୍ରୀ ବିକ୍ରିବଟା ହେବ। ଏଥିସହ କଳା ଓ ହସ୍ତଶିଳ୍ପ ଗ୍ରାମ ପାଇଁ ୪୦ଟି ଷ୍ଟଲ ପ୍ରସ୍ତୁତ କରାଯାଉଥିବା ବେଳେ ୧୫ଟି ଷ୍ଟଲ ରେ ଲାଇଭ ଡେମନଷ୍ଟ୍ରେସନ ର ସୁବିଧା ରହିଛି।

ଏଥିସହ ଭଗବାନ ର୍ବିସା ମୁଣ୍ଡା ପାଭିଲିୟନ ଗ୍ୟାଲେରୀ ର୍ବିସାମୁଣ୍ଡାଙ୍କ ଜୀବନୀ, ଦେଶର ସ୍ବାଧୀନତା ସଂଗ୍ରାମୀଙ୍କ ଅବଦାନ ସମ୍ପର୍କିତ ଗ୍ୟାଲେରୀ, ଚିତ୍ରାଙ୍କନ ପ୍ରଦର୍ଶନୀ, ମିନି ଥିଏଟର୍‌ ଓ ଫଟୋଚିତ୍ର ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଭଗବାନ ର୍ବିସା ମୁଣ୍ଡାଙ୍କ ଜୀବନୀ ଆଧାରିତ ଲେଜର୍‌ ଶୋ, ଓଡ଼ିଶାର ଜନଜାତି ସମ୍ପ୍ରଦାୟଭିତ୍ତିକ ଡ୍ରୋନ ଶୋ, ଓଡ଼ିଶାର ଜନଜାତି ସ୍ବାଧୀନତା ସଂଗ୍ରାମୀଙ୍କ ଉପରେ ପର୍ଯ୍ୟବେଶିତ ଲାଇଟ ଆଣ୍ଡ ସାଉଣ୍ଡ ଶୋ, ପ୍ୟାସନ ଶୋ ଏବଂ ଫାୟର୍‌ ୱାର୍କ ଶୋ ଦେଖିବାକୁ ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri