Posted inଜାତୀୟ

ଆଲ୍ଲାହାବାଦ ହାଇକୋର୍ଟ ରାୟ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ,୫।୧: ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ ସଂରକ୍ଷଣ ବିନା ପୌର ନିର୍ବାଚନ କରାଇବାକୁ ଆଲ୍ଲାହାବାଦ ହାଇକୋର୍ଟ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟ ବୁଧବାର ଉକ୍ତ ରାୟ ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି। ଫଳରେ ପୌର ନିର୍ବାଚନରେ ସଂରକ୍ଷଣକୁ ନେଇ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ନିର୍ବାଚନରେ ଓବିସିଙ୍କୁ ସଂରକ୍ଷଣ ମିଳିବ ବୋଲି ୟୁପି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ। ପୌର ନିର୍ବାଚନରେ ସଂରକ୍ଷଣ ସୁବିଧା ଦେବା ନିମନ୍ତେ ଓବିସି ମାନଙ୍କର ରାଜନୈତିକ ଅନଗ୍ରସରତା ସମ୍ପର୍କରେ ମାର୍ଚ୍ଚ ୩୧ ସୁଦ୍ଧା ରିପୋର୍ଟ ଦେବାକୁ ରାଜ୍ୟ ପଛୁଆ ବର୍ଗ ଆୟୋଗଙ୍କୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଜଷ୍ଟିସ୍‌ ପି.ଏସ୍‌. ନରସିଂହାଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।

ଉତ୍ତରପ୍ରଦେଶ ପୌର ନିର୍ବାଚନରେ ଓବିସିଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା କରିବା ନିମନ୍ତେ ରାଜ୍ୟ ସରକାର ଡିସେମ୍ବର ୫ରେ ନିର୍ଦ୍ଦେଶନାମା ଜାରି କରିଥିଲେ। ୨୭ ତାରିଖରେ ଆଲ୍ଲାହାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ୍‌ ଏହାକୁ ଖାରଜ କରିଦେଇଥିଲେ। ବିନା ଓବିସି କୋଟାରେ ନିର୍ବାଚନ କରାଇବା ଲାଗି ତୁରନ୍ତ ବିଜ୍ଞପ୍ତି ପ୍ରକାଶ କରିବାକୁ ରାଜ୍ୟ ନିର୍ବାଚନ କମିଶନଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ଏହି ରାୟକୁ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଓବିସି କମିଶନ ଗଠନ ସରିଛି ଏବଂ ମାର୍ଚ୍ଚ ସୁଦ୍ଧା ଏହାର କାର୍ଯ୍ୟ ଶେଷ କରିବ ବୋଲି ୟୁପି ସରକାର ସର୍ବୋଚ୍ଚ ଅଦାଲତଙ୍କୁ କହିଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ବିନା ସଂରକ୍ଷଣରେ ପୌର ନିର୍ବାଚନ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଥିଲେ। ସମାଜବାଦୀ ପାର୍ଟି ମଧ୍ୟ ଲକ୍ଷ୍ନୌ ବେଞ୍ଚ୍‌ର ରାୟକୁ ବିରୋଧକରି ସୁପ୍ରିମକୋର୍ଟରେ ସ୍ପେଶାଲ ଲିଭ୍‌ ପିଟିଶନ ଦାଏର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri