ଏଡିଏମ୍‌ ବିଶ୍ୱଜିତ୍‌ଙ୍କ କୁବେର ସମ୍ପତ୍ତି : ସରକାରୀ ବାସଭବନରେ ଚଢ଼ାଉ

ସୁନ୍ଦରଗଡ଼,୧୨।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଏଡିଏମ୍‌ ବିଶ୍ୱଜିତ୍‌ ମହାପାତ୍ର ଶୁକ୍ରବାରଠାରୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରାଯାଇଛି। ଶନିବାର ତାଙ୍କୁ ସୁନ୍ଦରଗଡ଼ଠାରେ ଜେରା କରାଯିବ। ବର୍ତ୍ତମାନ ତାଙ୍କ ସୁନ୍ଦରଗଡ଼ସ୍ଥିତ ସରକାରୀ ବାସଭବନରେ ଚଢ଼ାଉ ଚାଲିଥିବା ବେଳେ ନଗଦ ୩୨ ହଜାର ଟଙ୍କା, ୧୨୦ ଗ୍ରାମ୍‌ ସୁନାଗହଣା, ବିଭିନ୍ନ ବ୍ୟାଙ୍କର ପାସ୍‌ ବୁକ୍‌ ଜବତ କରାଯାଇଛି। ଆଉ ୧୬ ଦିନ ପରେ ସେ ଚାକିରିରୁ ଅବସର ନେଇଥାଆନ୍ତେ। ମାତ୍ର ତା’ ପୂର୍ବରୁ ତାଙ୍କ କୁବେର ସମ୍ପତ୍ତି ଠାବ କରାଯାଇଛି । ଭୁବନେଶ୍ୱର ଉପକଣ୍ଠ ନହରକଣ୍ଟାରେ ୮୯ ଲକ୍ଷ ଟଙ୍କାର ବିଲ୍ଡିଂ ସହ ରସୁଲଗଡ଼ ସମେତ ଅନ୍ୟାନ୍ୟ ସ୍ଥାନରେ ତାଙ୍କର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱରର ନହରକଣ୍ଟା ଓ ଖୋର୍ଦ୍ଧା, ଜଟଣୀ, ଜଗତ୍‌ସିଂହପୁରରେ ମୋଟ ୧୦ଟି ପ୍ଲଟ ଠାବ କରିଛି ଭିଜିଲାନ୍ସ। ୨ କୋଟି ଟଙ୍କାର ଫିକ୍ସ ଡିପୋଜିଟ, ସେଭିଂ ଆକାଉଣ୍ଟ, ଇନ୍‌ସ୍ୟୁରାନ୍ସ ଦସ୍ତାବିଜ ଓ ୩୫୦ ଗ୍ରାମର ସୁନା ଗହଣା ମିଳିଛି। ଏହାସହ ବିଶ୍ୱଜିତ୍‌ଙ୍କ ସ୍ତ୍ରୀଙ୍କ ନାଁରେ ନହରକଣ୍ଟାରେ ସିମେଣ୍ଟ ବିଜିନେସ୍‌ ରହିଛି। ଶୁକ୍ରବାର ଭିଜିଲାନ୍ସ ବିଶ୍ୱଜିତଙ୍କ ସୁନ୍ଦରଗଡ଼ ଅଫିସ ଓ ଘର ସମେତ ଭୁବନେଶ୍ୱରସ୍ଥିତ ବାଲିଅନ୍ତା ଘର, ନୟାପଲ୍ଲୀରେ ଥିବା ଫ୍ଲାଟ, ଜଗତ୍‌ସିଂହପୁରରେ ଥିବା ପୈତୃକ ଘର, ମଣିଜଙ୍ଗାରେ ଥିବା ଜଣେ ସମ୍ପର୍କୀୟଙ୍କ ଘର ଓ ରାଜଗାଙ୍ଗପୁରରେ ଥିବା ଅନ୍ୟ ଜଣେ ସମ୍ପର୍କୀୟଙ୍କ ଘରେ ଏକକାଳୀନ ଚଢ଼ାଉ କରିଥିଲା। ଭିଜିଲାନ୍ସ ବିଭାଗର ୮ ଜଣ ଡିଏସ୍‌ପି, ୨ ଜଣ ଇନ୍ସପେକ୍ଟର ଓ ୫ଜଣ ଏଏସ୍‌ଆଇଙ୍କ ସମେତ ଅନ୍ୟ କର୍ମଚାରୀ ଏହି ଚଢ଼ାଉରେ ସାମିଲ ଥିଲେ। ଦୀର୍ଘଦିନ ହେଲା ବିଶ୍ୱଜିତ ମହାପାତ୍ର ଭିଜିଲାନ୍ସ ସ୍କାନରରେ ଥିଲେ। ତାଙ୍କ ନାଁରେ ଅନେକ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri