Posted inଜାତୀୟ

ଶହେ ଦିନରେ ୮୪୪କୋଟି ଟଙ୍କାର ସମ୍ପତ୍ତି ଜବତ

ଲକ୍ଷ୍ନୌ,୪।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱିତୀୟ କାର୍ଯ୍ୟକାଳର ୧୦୦ଦିନ ସୋମବାର ପୂରଣ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଏକ ପତ୍ରିକା ଉନ୍ମୋଚନ କରିଛନ୍ତି। ଯେଉଁଥିରେ ତାଙ୍କ ସରକାରଙ୍କ ସଫଳତା ବିଷୟରେ ବଖାଣିବା ସହ ଏହି ଶହେ ଦିନ ସେବା, ତ୍ୟାଗ ଓ ଉତ୍ତମ ଶାସନ ପାଇଁ ଉତ୍ସର୍ଗୀକୃତ ବୋଲି କୁହାଯାଇଛି। ତାଙ୍କ କାର୍ଯ୍ୟକାଳ ସମୟରେ ଅପରାଧୀ ଏବଂ ଜମି ମାଫିଆଙ୍କ ଉପରେ ଶୂନ୍ୟ ସହନଶୀଳତା ନୀତି କାର୍ଯ୍ୟକାରୀ ହୋଇଥିଲା ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି। ଏହି ଶହେ ଦିନରେ ମାଫିଆ ଏବଂ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସରକାର ଏହାକୁ ପ୍ରମାଣିତ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି। ଶହେ ଦିନ ମଧ୍ୟରେ ଜମି ମାଫିଆ ଏବଂ ଅପରାଧୀଙ୍କ ବିରୋଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୮୪୪ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ କରିଛନ୍ତି। ୨୦୧୭ରୁ ଏବେ ସୁଦ୍ଧା ୨୯୨୫ କୋଟି ମୂଲ୍ୟର ସମ୍ପତ୍ତି ଜବତ କରାଯାଇଛି। ପୋଲିସର ସୁରକ୍ଷା ଅଧୀନରେ ପ୍ରଥମ ଥର ପାଇଁ ବେଆଇନ ପାର୍କିଂ ଷ୍ଟାଣ୍ଡ ଏବଂ ଟ୍ୟାକ୍ସି ଷ୍ଟାଣ୍ଡ ହଟାଯାଇଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ୭୬ହଜାରରୁ ଅଧିକ ବେଆଇନ ପାର୍କିଂ ସ୍ଥାନ ହଟାଯାଇଛି। ଏଥିସହ ଧାର୍ମିକ ସ୍ଥାନରୁ ୧ଲକ୍ଷ ୨୦ହଜାରୁ ଅଧିକ ଲାଉଡସ୍ପିକରକୁ ହଟାଯାଇ ଶବ୍ଦ ପ୍ରଦୂଷଣରୁ ମୁକ୍ତ କରାଯାଇଛି ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?