Posted inଜାତୀୟ

ଶହେ ଦିନରେ ୮୪୪କୋଟି ଟଙ୍କାର ସମ୍ପତ୍ତି ଜବତ

ଲକ୍ଷ୍ନୌ,୪।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱିତୀୟ କାର୍ଯ୍ୟକାଳର ୧୦୦ଦିନ ସୋମବାର ପୂରଣ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଏକ ପତ୍ରିକା ଉନ୍ମୋଚନ କରିଛନ୍ତି। ଯେଉଁଥିରେ ତାଙ୍କ ସରକାରଙ୍କ ସଫଳତା ବିଷୟରେ ବଖାଣିବା ସହ ଏହି ଶହେ ଦିନ ସେବା, ତ୍ୟାଗ ଓ ଉତ୍ତମ ଶାସନ ପାଇଁ ଉତ୍ସର୍ଗୀକୃତ ବୋଲି କୁହାଯାଇଛି। ତାଙ୍କ କାର୍ଯ୍ୟକାଳ ସମୟରେ ଅପରାଧୀ ଏବଂ ଜମି ମାଫିଆଙ୍କ ଉପରେ ଶୂନ୍ୟ ସହନଶୀଳତା ନୀତି କାର୍ଯ୍ୟକାରୀ ହୋଇଥିଲା ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି। ଏହି ଶହେ ଦିନରେ ମାଫିଆ ଏବଂ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସରକାର ଏହାକୁ ପ୍ରମାଣିତ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି। ଶହେ ଦିନ ମଧ୍ୟରେ ଜମି ମାଫିଆ ଏବଂ ଅପରାଧୀଙ୍କ ବିରୋଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୮୪୪ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ କରିଛନ୍ତି। ୨୦୧୭ରୁ ଏବେ ସୁଦ୍ଧା ୨୯୨୫ କୋଟି ମୂଲ୍ୟର ସମ୍ପତ୍ତି ଜବତ କରାଯାଇଛି। ପୋଲିସର ସୁରକ୍ଷା ଅଧୀନରେ ପ୍ରଥମ ଥର ପାଇଁ ବେଆଇନ ପାର୍କିଂ ଷ୍ଟାଣ୍ଡ ଏବଂ ଟ୍ୟାକ୍ସି ଷ୍ଟାଣ୍ଡ ହଟାଯାଇଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ୭୬ହଜାରରୁ ଅଧିକ ବେଆଇନ ପାର୍କିଂ ସ୍ଥାନ ହଟାଯାଇଛି। ଏଥିସହ ଧାର୍ମିକ ସ୍ଥାନରୁ ୧ଲକ୍ଷ ୨୦ହଜାରୁ ଅଧିକ ଲାଉଡସ୍ପିକରକୁ ହଟାଯାଇ ଶବ୍ଦ ପ୍ରଦୂଷଣରୁ ମୁକ୍ତ କରାଯାଇଛି ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri