Posted inଜାତୀୟ

ଅମରନାଥ ଯାତ୍ରାକୁ ନେଇ ପ୍ରଶାସନ ଆଲର୍ଟ, ୫ ହଜାର ଅତିରିକ୍ତ ଯବାନ ମୁତୟନ

ଜମ୍ମୁ,୨୫ ।୬: ଚଳିତ ବର୍ଷ ଅର୍ଥାତ୍ ୨୦୨୨ର ଅମରନାଥ ଯାତ୍ରା ଖୁବଶୀଘ୍ର ଶେଷ ହେବାକୁ ଯାଉଛି । ଯାତ୍ରାର ପ୍ରଥମ ପର୍ଯ୍ୟାୟ ୨୬ଜୁନରୁ ଜମ୍ମୁରୁ ବାହାରିବ । ସହରର ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଯାତ୍ରା ପୂର୍ବରୁ ଅତିରିକ୍ତ ୫ ହଜାର ଯବାନଙ୍କୁ ଜମ୍ମୁରେ ମୁତୟନ କରାଯାଇଛି । ଏହାସହ କୌଣସି ଅପ୍ରିତିକର ପରିସ୍ଥିତିକୁ ସାମ୍ନା କରିବାକୁ ଜମ୍ମୁରେ କ୍ୱିକ ରିଆକ୍ସନ ଟିମ ବି ମୁତୟନ ହୋଇଛନ୍ତି ।
ଗୁଇନ୍ଦା ସଂସ୍ଥାରୁ ମିଳିଥିବା ବିଶେଷ ସୂଚନା ଅନୁଯାୟୀ, ଚଳିତ ବର୍ଷ ଅମରନାଥ ଯାତ୍ରା ସମୟରେ ପାକିସ୍ତାନ ବାଧା ଉପୁଜାଇପାରେ । ସେଥିପାଇଁ ପାକିସ୍ତାନ ଷ୍ଟିକି ବମ ବା ମୈଗ୍ରେଟିକ ବମର ବ୍ୟବହାର କରିପାରେ । ସୂଚନାଯୋଗ୍ୟ, ନିକଟରେ ଜମ୍ମୁ-କଶ୍ମୀର ପୋଲିସ ସମେତ ସୁରକ୍ଷା ଏଜେନ୍ସି ସୀମା ପାର କରି ଡ୍ରୋନ ମାଧ୍ୟମରେ ପଠାଯାଇଥିବା ଷ୍ଟିକି କବ ସମେତ ମୈଗ୍ରେଟିକ ବୋମା ଜବତ କରିଥିଲେ । ପୋଲିସ ସାଧାରଣ ଜନତାକୁ ଅପିଲ କରିଛି କି ସେମାନେ ଯେ କୌଣସି ଗାଡି ଚଲାଇବା ପୂର୍ବରୁ ଏହାକୁ ଭଲଭାବେ ଯାଞ୍ଚ କରି ନିଅନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri