ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା ଶିଶୁ ସୁରକ୍ଷା ବିଭାଗ, ଶ୍ରମ ବିଭାଗ ଏବଂ ଆରପିଏଫ୍ (RPF) ପୋଲିସର ମିଳିତ ଚଢ଼ାଉରେ ୪ ଜଣ ନାବାଳକଙ୍କୁ ସୁରଟ ଚାଲାଣ ବେଳେ ଉଦ୍ଧାର କରାଯାଇଛି। ଏହି ଘଟଣାରେ ସଂପୃକ୍ତ ୨ ଜଣ ଦଲାଲଙ୍କୁ ଅଟକ ରଖି ପଚରାଉଚରା କରାଯାଉଥିବା ବେଳେ ସେମାନେ ବ୍ୟବହାର କରୁଥିବା ଏକ କାର୍‌କୁ ମଧ୍ୟ ଜବତ କରାଯାଇଛି।

ସୂଚନା ଅନୁଯାୟୀ, ଛତ୍ରପୁର ଓ ପୁରୁଷୋତ୍ତମପୁର ଅଞ୍ଚଳର ୪ ଜଣ ନାବାଳକଙ୍କୁ କାମ କରାଇବା ଆଳରେ ସୁରଟ ନେବା ପାଇଁ ଏକ କାର୍ ଯୋଗେ ଛତ୍ରପୁର ରେଳ ଷ୍ଟେଶନକୁ ଅଣାଯାଇଥିଲା। ଏ ସମ୍ପର୍କରେ କୌଣସି ସୂତ୍ରରୁ ବିଶେଷ ଖବର ପାଇ ଜିଲା ଶିଶୁ ସୁରକ୍ଷା ବିଭାଗ ଓ ଜିଲା ଶ୍ରମ ବିଭାଗର ଅଧିକାରୀମାନେ ରେଳ ଷ୍ଟେସନରେ ପହଞ୍ଚି ମିଳିତ ଭାବେ ଚଢ଼ାଉ କରିଥିଲେ। ଟ୍ରେନ୍ ଧରିବା ପୂର୍ବରୁ ହିଁ ପ୍ରଶାସନ ସେମାନଙ୍କୁ କାବୁ କରିବାରେ ସଫଳ ହୋଇଥିଲା।

ଜିଲା ଶିଶୁ ସୁରକ୍ଷା ଅଧିକାରୀ (DCPO) ରାଜଶ୍ରୀ ଦାସଙ୍କ ସୂଚନା ଅନୁଯାୟୀ, ଉଦ୍ଧାର ହୋଇଥିବା ସମସ୍ତ ନାବାଳକଙ୍କୁ ଆଇନଗତ ପ୍ରକ୍ରିୟା ଅନୁଯାୟୀ ଶିଶୁ ମଙ୍ଗଳ ସମିତି (CWC)କୁ ହସ୍ତାନ୍ତର କରାଯିବ। ଏହି ଚଢ଼ାଉ ସମୟରେ ଛତ୍ରପୁର ଶ୍ରମ କାର୍ଯ୍ୟାଳୟର ସହକାରୀ ଜିଲା ଶ୍ରମ ଅଧିକାରୀ (ADLO) ସୋମନାଥ ପାତ୍ର ଏବଂ ଛତ୍ରପୁର ଥାନା ପୋଲିସ କର୍ମଚାରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। ଏହି ନାବାଳକ ଚାଲାଣ ର଼୍ୟାକେଟ୍ ପଛରେ ଆଉ କାହାର ହାତ ରହିଛି, ସେ ନେଇ ଅଧିକ ତଦନ୍ତ ଜାରି ରହିଛି ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri