ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ କରି ରଖିଥିବା ବ୍ୟକ୍ତିଙ୍କୁ ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ମାନ୍ୟବର ହାଇକୋର୍ଟଙ୍କ ଆଦେଶ ଏବଂ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ୧୯୬୨ ମସିହାରୁ ନିଜର ମାଲିକାନା ଜମିରେ କାର୍ଯ୍ୟ କରିଆସୁଛି ଏବଂ ଚାଷୀମାନଙ୍କୁ ବିଭିନ୍ନ ସେବା ଯୋଗାଇ ଦେଉଛି। ତେବେ ଡୁଙ୍ଗୁରିପାଲିର କିଶୋର କୁମାର ମେହେର ନାମକ ଜଣେ ବ୍ୟକ୍ତି ୨୦୦୮ ରୁ ୨୦୧୦ ପର୍ଯ୍ୟନ୍ତ ଦୁଇ ବର୍ଷ ପାଇଁ ମାସିକ ୧୮୦୦ ଟଙ୍କା ଭଡ଼ା ଚୁକ୍ତିରେ ସମିତିର ଗୋଦାମ ଗୃହ ନେଇଥିଲେ। ସେ ୨୦୧୧ ନଭେମ୍ବର ପର୍ଯ୍ୟନ୍ତ ଭଡ଼ା ଦେବା ପରେ ଆଜକୁ ପ୍ରାୟ ୧୬ ବର୍ଷ ହେବ ଚୁକ୍ତି ଖିଲାପ କରି ଗୋଦାମ ଗୃହରେ ବେଆଇନ ଭାବେ ତାଲା ପକାଇ ନିଜ ଅଧୀନରେ ରଖିଥିଲେ ଏବଂ ଲକ୍ଷ ଲକ୍ଷ ଟଙ୍କା ଭଡ଼ା ମଧ୍ୟ ବାକି ରଖିଥିଲେ ବୋଲି ସମିତିର ସମ୍ପାଦକ ସୁରେଶ ଚନ୍ଦ୍ର ପୁରୋହିତ ପ୍ରକାଶ କରିଛନ୍ତି।

ଏହି ଜବରଦଖଲ ହଟାଇବା ପାଇଁ ସମବାୟ ସମିତିର ବୋର୍ଡ ଅଫ୍ ଡାଇରେକ୍ଟର୍ସମାନେ ହାଇକୋର୍ଟଙ୍କ ଆଶ୍ରୟ ନେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ମଙ୍ଗଳବାର ରାମପୁର ଅତିରିକ୍ତ ତହସିଲଦାର ତଥା ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ରୋହିତ ବାଗ, ସୋନପୁର ଡି.ଆର୍.ସି.ଏସ୍. (DRCS) ଭବାନୀ ଶଙ୍କର ଦାସ ଏବଂ ଡୁଙ୍ଗୁରିପାଲି ଥାନା ଅଧିକାରୀ ରୋଜାଲିନ ପଟେଲ ପ୍ରମୁଖଙ୍କ ଉପସ୍ଥିତିରେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ଗୋଦାମ ଗୃହର ସଟରରେ ଲାଗିଥିବା ତାଲା କାଟି ଜେସିବି (JCB) ମେସିନ ସହାୟତାରେ ଏହି ଜବରଦଖଲକୁ ଉଚ୍ଛେଦ କରାଯାଇଛି। ଏହି ସମୟରେ ବ୍ଯାପକ ପୋଲିସ ଫୋର୍ସ ଏବଂ ସମିତିର ବୋର୍ଡ ଡାଇରେକ୍ଟର୍ସମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri