୧୪ ବେଆଇନ ଇଟାଭାଟି ଭାଙ୍ଗିଲା ପ୍ରଶାସନ

ଦିଗପହଣ୍ଡି,୧୨।୫(ଅଶେଷ ନାଥ ମିଶ୍ର): ବେଆଇନ ଇଟାଭାଟି ଭାଙ୍ଗିଲା ପ୍ରଶାସନ। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲଦାର ତଥା ଏକଜକ୍ୟୁଟିଭ ମାଜିଷ୍ଟ୍ରେଟ ସନ୍ତୋଷ କୁମାର ସାହୁଙ୍କ ନେତୃତ୍ୱରେ ତହସିଲ ଏନ୍‌ଫୋର୍ସମେଣ୍ଟ ସ୍କ୍ବାର୍ଡ ସୋମବାର ପୂର୍ବାହ୍ନରୁ ସା ମଧ୍ୟରେ ଭୀଷ୍ମଗିରି, ବାଙ୍ଗରଡ଼ା, ଭ୍ରମରପୁର ରାଜସ୍ବ ସର୍କଲର ବିଭିନ୍ନ ଗ୍ରାମ ନିକଟବର୍ତ୍ତୀ ଅଞ୍ଚଳରେ ବେଆଇନଭାବେ ଗଢି ଉଠିଥିବା ପ୍ରାୟ ୧୨ ଇଟାଭାଟିକୁ ହିଟାଚି ମେଶିନ ସହାୟତାରେ ଭଙ୍ଗାଯଇଛି।
ସୋମବାର ପୂର୍ବାହ୍ନରେ ଭୀଷ୍ମଗିରି ରାଜସ୍ବ ସର୍କଲର ବାବୁଲିବନ୍ଧ, ବାଲିପାଟ ମୌଜାର ୨ଟି ବେଆଇନ ଇଟାଭାଟି ଉପରେ ଏନଫୋର୍ସମେଣ୍ଟ ସ୍କ୍ବାର୍ଡ ଚଢାଉ କରି ଭାଙ୍ଗିଥିବା ବେଳେ ଅପରାହ୍ନରେ ଭ୍ରମରପୁର ସର୍କଲର ସମାସିଙ୍ଗି ମୌଜାର ୭, ଚୌଧୁରୀ ଟିକରପଡ଼ା ମୌଜାର ୩ଟି ବେଆଇନ ଇଟାଭାଟି ଭଙ୍ଗାଯାଇଛି।
ସେହିପରି ଗତ ରବିବାର ବାଙ୍ଗରଡ଼ା ରାଜସ୍ବ ସର୍କଲର ଧେରେଣ୍ଡି, ଜଲମେରୀ ପଲ୍ଲୀ ମୌଜାର ନିରଞ୍ଜନ ପାଣିଗ୍ରାହୀ ଏବଂ ରମେଶ ବେହେରାଙ୍କ ୨ ଟି ବେଆଇନ ଇଟାଭାଟି ଭଙ୍ଗା ଯାଇଥିଲା। ଦିଗପହଣ୍ଡି ଅତିରିକ୍ତ ତହସିଲଦାର ଆଶିଷ କୁମାର ନାୟକ,ରାଜସ୍ବ ସୁପରଭାଇଜର ବାବୁ ସେଠୀ,ରାଜସ୍ବ ନୀରିକ୍ଷକ ସୁଶାନ୍ତ କୁମାର ବେହେରା,ମନୋଜ କୁମାର ବେହେରା,ସୁନୀଲ କୁମାର ବେହେରା,ସହକାରୀ ରାଜସ୍ବ ନିରୀକ୍ଷକ କେଶବ ଶବର,ଶିବାଶିଷ ପଟ୍ଟନାୟକଙ୍କ ସମେତ ଅଗ୍ନିଶମ ଅଧିକାରୀ ବିକାଶ ଚନ୍ଦ୍ର ମୁଦୁଲି ଓ ପୋଲିସ ଟିମ୍‌ ଏହି ଚଢାଉ ଧରପଗଡରେ ସାମିଲ ଥିଲେ। ବେଆଇନ ଇଟାଭାଟି କରି ବ୍ୟବସାୟ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଚିହ୍ନଟ କରାଯାଇ ରାଜସ୍ବ ବିଭାଗ ପକ୍ଷରୁ ପୂର୍ବରୁ ସେମାନଙ୍କ ଠାରୁ ୧୯ ଲକ୍ଷ ୬୫ ହଜାର ଟଙ୍କା ଜରିମାନା ଆଦାୟ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଏହି ଚଢାଉରେ ପ୍ରାୟ ୨୫ ଲକ୍ଷ ଇଟା ନଷ୍ଟ କରାଯାଇଥିବା ଆକଳନ କରାଯାଇଛି। ରାଜସ୍ବ ବିଭାଗ ପକ୍ଷରୁ ଏହି ଚଢାଉ ଧରପଗଡ ଜାରିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?