୧୮ ଦୋକାନ ଭାଙ୍ଗିଲା ପ୍ରଶାସନ

ଦିଗପହଣ୍ଡି,୩ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ପ୍ରଶାସନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକରେ ବେଆଇନ ଭାବେ ଦୀର୍ଘଦିନ ଧରି ଏନ୍‌ଏସି ଜମିକୁ ଜବରଦଖଲ କରି ଉଠା ଦୋକାନଗୁଡ଼ିକୁ ଗୁରୁବାର ଉଚ୍ଛେଦ କରାଯାଇଛି।

ପୂର୍ବରୁ ସ୍ଥାନୀୟ ଏନ୍‌ଏସି ପ୍ରଶାସନ ପକ୍ଷରୁ ଜବରଦଖଲକାରୀଙ୍କୁ ଉଚ୍ଛେଦ ସମ୍ପର୍କରେ ଅବଗତ କରାଯିବା ସହ ନୋଟିସ ମଧ୍ୟ କରାଯାଇଥିଲା। ଏନ୍‌ଏସି କାଉନସିଲ ସଭାର ସର୍ବ ସମ୍ମତ ନିଷ୍ପତ୍ତି ଅନୁଯାୟୀ ବ୍ରହ୍ମପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଦିଗପହଣ୍ଡି ପୋଲିସ ଟିମ୍‌ ଓ ଅଗ୍ନିଶମ କର୍ମଚାରୀ ମାନେ ଉପସ୍ଥିତ ରହି ପୁରୁଣା ସିନେମା ହଲ ସମ୍ମୁଖ ଏବଂ ଚିକିଟି ରୋଡ଼ ପୂର୍ବ ଦିଗ ରାସ୍ତାକଡରେ ଥିବା ସର୍ବମୋଟ ୧୮ଟି ଅସ୍ଥାୟୀ ଦୋକାନ ଗୁହଗୁଡ଼ିକୁ ହିଟାଚି ମେସିନ ସାହାଯ୍ୟରେ ଭଙ୍ଗା ଯାଇଥିଲା। ଏନଏସି ପ୍ରଶାସନ ତରଫରୁ ଉକ୍ତ ଜମିରେ ଯଥାଶୀଘ୍ର ଦୋକାନ ଗୃହ ନିର୍ମାଣ କରି ବ୍ୟବସାୟୀ ମାନଙ୍କୁ ଭଡ଼ା ସୂତ୍ରରେ ପ୍ରଦାନ କରାଯିବ ବୋଲି ନିର୍ବାହୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri