ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ ତରଫରୁ ବୁଧବାର ମେଶିନ ସାହାଯ୍ୟରେ ଭାଙ୍ଗି ଦିଆଯାଇଛି। ଗ୍ରାମର ଭୁବନ ପରିଡ଼ାଙ୍କ ନିଆଁ ଲାଗିଥିବା ଏକ ଭାଟିକୁ ଭଙ୍ଗାଯାଇଛି। ଗ୍ରାମର ବିମଳ ନାୟକଙ୍କ ଅଭିଯୋଗ କ୍ରମେ ପଦୂଷଣ ବିଭାଗ ଏହାକୁ ଉଚ୍ଛେଦ କରିବା ପାଇଁ ଜିଲାପାଳଙ୍କୁ ଅବଗତ କରାଇଥିଲେ। ପରେ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପ୍ରଶାସନ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି। ଇଟାଭାଟି ଉଚ୍ଛେଦବେଳେ କାମାକ୍ଷାନଗର ଉପଜିଲାପାଳ ଦିନମଣି ନାୟକ, ତହସିଲଦାର ସୁଦେବ କୁମାର ପୃଷ୍ଟି, ଅତିରିକ୍ତ ତହସିଲଦାର ମନୋରଞ୍ଜନ ସାହୁ, ଜିଲା କନିଷ୍ଠ ଖଣି ଅଧିକାରୀ ସୁବାଶିଷ ପ୍ରଧାନ, ଅନୁଗୋଳ ପ୍ରଦୂଷଣ ବିଭାଗ ସହକାରୀ ପରିବେଶ ବୈଜ୍ଞାନିକ ସୌମ୍ୟରଞ୍ଜନ କଅଁର, ପ୍ରଫୁଲ କୁମାର ବେହେରା, ପରଜଙ୍ଗ ସହକାରୀ ଶ୍ରମ ଅଧିକାରୀ ବୈଜୟନ୍ତିବାଳା ମଲ୍ଲିକ, ଡିହଡୋଳ ଫରେଷ୍ଟର ଚନ୍ଦ୍ର ଶେଖର ବେହେରା, ସରାଙ୍ଗ ଫାଣ୍ଡି ଅଧିକାରୀ ସୌଭାଗ୍ୟ ପାଣି, ପରଜଙ୍ଗ ଥାନା ଏଏସ୍‌ଆଇ ଜଳନ୍ଧର ବାରିକ, ସରାଙ୍ଗ ରାଜସ୍ବ ନିରୀକ୍ଷକ କୃଷ୍ଣଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ବିଷୟରେ ଡମୋଳ ସରପଞ୍ଚ ସୁନିଲ କୁମାର ଧଳ କୁହନ୍ତି ରାଜନୈତିକ ଉଦ୍ଦେଶ୍ୟ ରଖି ଏହି ଇଟାଭାଟି ଭଙ୍ଗାଯାଉଛି ତଥାପି ଆମେ ସ୍ବାଗତ କରୁଛୁ। କିନ୍ତୁ ବ୍ଲକ ସାରା ଇଟାଭାଟି ହେଉଥିଲେ ସୁଦ୍ଧା ପ୍ରଶାସନ ଜାଣି ଶୁଣି କେମିତି ଗୋଟିଏ ଇଟାଭାଟି ଭାଙ୍ଗୁଛି ସମସ୍ତଙ୍କ ପାଇଁ ସମାନ ନିୟମ କରାଯାଇ ପଦକ୍ଷେପ ନେବାକୁ ଦାବି କରିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri