ସହଯୋଗର ହାତ ବଢ଼ାଇଲା ପ୍ରଶାସନ

ଭୋପାଳ : କରୋନା ମହାମାରୀ ଯୋଗୁ ବସ୍‌ ସେବା ବନ୍ଦ ରହିଛି। ଏହି ସମୟରେ ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି ଛାତ୍ରୀଛାତ୍ର ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେ ପୁଣି ଆରମ୍ଭ ହୋଇଛି ଦଶମ ଶ୍ରେଣୀ ପିଲାଙ୍କ ସପ୍ଲିମେଣ୍ଟାରୀ ପରୀକ୍ଷା। ତେଣୁ ପରୀକ୍ଷା କେନ୍ଦ୍ରକୁ ଯିବା ପାଇଁ ପିଲାମାନଙ୍କୁ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଏଭଳି ସ୍ଥିତିରେ ମଧ୍ୟପ୍ରଦେଶର ଧର୍‌ ଜିଲାରେ ଜଣେ ବାପା ନିଜ ପୁଅକୁ ସାଙ୍ଗରେ ନେଇ ସାଇକେଲରେ ୧୦୫ କିଲୋମିଟର ଯାତ୍ରା କରିବା ସହ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଛନ୍ତି।
ବାଇଦିପୁରା ଗ୍ରାମରେ ରହୁଥିବା ଶୋଭାରାମ୍‌ଙ୍କ ପୁଅ ଆଶିଷ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ପାଇଁ ବାପାଙ୍କ ସାଇକେଲ୍‌ରେ ବସି ୧୦୫ କି.ମି. ଆସିଥିଲେ। କରୋନା ସଂକ୍ରମଣ ହେତୁ ଏଠାରେ ବସ୍‌ସେବା ବନ୍ଦ ରହିଛି। ସେମାନେ ଧରସ୍ଥିତ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବା ପାଇଁ କୌଣସି ମାଧ୍ୟମ ପାଇଲେ ନାହିଁ। ଅନ୍ୟପଟେ ଦାରିଦ୍ର୍ୟ ଯୋଗୁ ଆଉ କିଛି ଉପାୟ ମଧ୍ୟ ତାଙ୍କ ନିକଟରେ ନ ଥିଲା। ଶିକ୍ଷାର ମହତ୍ତ୍ୱକୁ ଅନୁଭବ କରି ଗରିବ ବାପା ନିଜ ପୁଅକୁ ନେଇ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଥିଲେ। ଉଭୟ ବାପା ଏବଂ ପୁଅ ଦୁଇଦିନ ପାଇଁ ସାଇକେଲରେ ଖାଦ୍ୟ ଓ ପାନୀୟ ଆଣିଥିଲେ।
ଧରରେ ଆଶିଷ ଭୋଜ କନ୍ୟା ବିଦ୍ୟାଳୟରେ ପରୀକ୍ଷା ଦେଇଥିଲେ। ଆଶିଷଙ୍କ ପିତା ଶୋଭାରାମ କହିଛନ୍ତି ଯେ, ଟଙ୍କା ନ ଥିବାରୁ ପୁଅକୁ ସାଇକେଲ ଯୋଗେ ପରୀକ୍ଷା ଦେବାକୁ ଆଣିଛି। ପୁଅର ପରୀକ୍ଷା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ସ୍ଥାନୀୟ ପ୍ରଶାସନ ଏ ସମ୍ପର୍କରେ ଜାଣି ସେମାନଙ୍କ ପାଇଁ ୨୪ ତାରିଖ ପର୍ଯ୍ୟନ୍ତ ରହିବା ବ୍ୟବସ୍ଥା କରିଛନ୍ତି। ଏହା ସହିତ ଖାଦ୍ୟ ପାଇଁ ସମ୍ପୂର୍ଣ୍ଣ ବ୍ୟବସ୍ଥା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri