ସହଯୋଗର ହାତ ବଢ଼ାଇଲା ପ୍ରଶାସନ

ଭୋପାଳ : କରୋନା ମହାମାରୀ ଯୋଗୁ ବସ୍‌ ସେବା ବନ୍ଦ ରହିଛି। ଏହି ସମୟରେ ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି ଛାତ୍ରୀଛାତ୍ର ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେ ପୁଣି ଆରମ୍ଭ ହୋଇଛି ଦଶମ ଶ୍ରେଣୀ ପିଲାଙ୍କ ସପ୍ଲିମେଣ୍ଟାରୀ ପରୀକ୍ଷା। ତେଣୁ ପରୀକ୍ଷା କେନ୍ଦ୍ରକୁ ଯିବା ପାଇଁ ପିଲାମାନଙ୍କୁ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଏଭଳି ସ୍ଥିତିରେ ମଧ୍ୟପ୍ରଦେଶର ଧର୍‌ ଜିଲାରେ ଜଣେ ବାପା ନିଜ ପୁଅକୁ ସାଙ୍ଗରେ ନେଇ ସାଇକେଲରେ ୧୦୫ କିଲୋମିଟର ଯାତ୍ରା କରିବା ସହ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଛନ୍ତି।
ବାଇଦିପୁରା ଗ୍ରାମରେ ରହୁଥିବା ଶୋଭାରାମ୍‌ଙ୍କ ପୁଅ ଆଶିଷ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ପାଇଁ ବାପାଙ୍କ ସାଇକେଲ୍‌ରେ ବସି ୧୦୫ କି.ମି. ଆସିଥିଲେ। କରୋନା ସଂକ୍ରମଣ ହେତୁ ଏଠାରେ ବସ୍‌ସେବା ବନ୍ଦ ରହିଛି। ସେମାନେ ଧରସ୍ଥିତ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବା ପାଇଁ କୌଣସି ମାଧ୍ୟମ ପାଇଲେ ନାହିଁ। ଅନ୍ୟପଟେ ଦାରିଦ୍ର୍ୟ ଯୋଗୁ ଆଉ କିଛି ଉପାୟ ମଧ୍ୟ ତାଙ୍କ ନିକଟରେ ନ ଥିଲା। ଶିକ୍ଷାର ମହତ୍ତ୍ୱକୁ ଅନୁଭବ କରି ଗରିବ ବାପା ନିଜ ପୁଅକୁ ନେଇ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଥିଲେ। ଉଭୟ ବାପା ଏବଂ ପୁଅ ଦୁଇଦିନ ପାଇଁ ସାଇକେଲରେ ଖାଦ୍ୟ ଓ ପାନୀୟ ଆଣିଥିଲେ।
ଧରରେ ଆଶିଷ ଭୋଜ କନ୍ୟା ବିଦ୍ୟାଳୟରେ ପରୀକ୍ଷା ଦେଇଥିଲେ। ଆଶିଷଙ୍କ ପିତା ଶୋଭାରାମ କହିଛନ୍ତି ଯେ, ଟଙ୍କା ନ ଥିବାରୁ ପୁଅକୁ ସାଇକେଲ ଯୋଗେ ପରୀକ୍ଷା ଦେବାକୁ ଆଣିଛି। ପୁଅର ପରୀକ୍ଷା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ସ୍ଥାନୀୟ ପ୍ରଶାସନ ଏ ସମ୍ପର୍କରେ ଜାଣି ସେମାନଙ୍କ ପାଇଁ ୨୪ ତାରିଖ ପର୍ଯ୍ୟନ୍ତ ରହିବା ବ୍ୟବସ୍ଥା କରିଛନ୍ତି। ଏହା ସହିତ ଖାଦ୍ୟ ପାଇଁ ସମ୍ପୂର୍ଣ୍ଣ ବ୍ୟବସ୍ଥା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri