ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡିଲା ପ୍ରଶାସନ: ଅଳିଆ ପକାଇଲେ ତଣ୍ଡ ଗଣିବେ ବ୍ୟବସାୟୀ

ଦାରିଙ୍ଗବାଡି,୬ା୫ (ଅରୁଣ ସାହୁ): ଏଣିକି ସର୍ବସାଧାରଣ ଜାଗାରେ ଅଳିଆ ଆବର୍ଜନା ପକାଇଲେ ତଣ୍ଡ ଗଣିବାକୁ ପଡିବ। ପ୍ଲାଷ୍ଟିକ ହେଉ କି ଅଇଁଠା ଖଲିପତ୍ର କିମ୍ବା ପଲିଥିନ, ଚା’କପ ଆଦି ଏଣେତେଣେ ପକାଇଲେ ବ୍ୟବସାୟୀଙ୍କୁ ଅତି କମରେ ୫ ହଜାର ଟଙ୍କା ଜରିମାନା ଦେବାକୁ ପଡିବ। ଏଭଳି କଠୋର ନିଷ୍ପତି ନେଇଛି ଦାରିଙ୍ଗବାଡି ବ୍ଲକ ପ୍ରଶାସନ। ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବା ପାଇଁ ବିଡ଼ିଓ ପ୍ରୀତିରଞ୍ଜନ ରଥ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ମଙ୍ଗଳବାରଠାରୁ ଜେସିବି ଟ୍ରାକ୍ଟର ଲଗାଇ ଶ୍ରମିକମାନଙ୍କ ଦ୍ୱାରା ଦାରିଙ୍ଗବାଡିର ବ୍ଲକ ରାସ୍ତା, ଚାରିଛକ ମେଡିକାଲ, ବସଷ୍ଟାଣ୍ଡ, ତିନିଛକ ସମେତ କୋଣ ଅନୁକୋଣରେ ସଫେଇ କାର୍ଯ୍ୟ ଆରମ୍ଭ ହୋଇଛି । ସଫେଇ ସାରିବା ପରେ ଲୋକଙ୍କୁ ଅଳିଆ ଆବର୍ଜନା ନ ପକାଇବାକୁ ସଚେତନ କରାଯିବ। ଯିଏ ଅବମାନନା କରିବ ତାକୁ ତଣ୍ଡ ଦେବାକୁ ପଡିବ ବୋଲି ବିଡ଼ିଓ ରଥ କହିଛନ୍ତି । ଦାରିଙ୍ଗବାଡିକୁ ବର୍ଷ ତମାମ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକ ବୁଲିବାକୁ ଆସୁଥିବା ବେଳେ ଅଳିଆ ଆବର୍ଜନା ଦେଖି ସେମାନେ ଉଦବେଗ ପ୍ରକାଶ କରିବା ସହ ନାପସନ୍ଦ କରୁଛନ୍ତି। ସେହିପରି କୁଢ଼ କୁଢ଼ ପ୍ଲାଷ୍ଟିକ ପାଇଁ ସବୁଜ ସୁନ୍ଦର ଦାରିଙ୍ଗବାଡିର ପରିବେଶ ନଷ୍ଟ ହେବାକୁ ବସିଲାଣି। ଏହାର ସ୍ଥାୟୀ ସମାଧାନ କରା ନ ଗଲେ ଆଗାମୀ ଦିନରେ ପର୍ଯ୍ୟଟକ ମୁହଁ ଫେରାଇବା ନିଶ୍ଚିତ। ତେଣୁ ପ୍ରଶାସନ ସ୍ଥାୟୀ ସମାଧାନ ପାଇଁ ପ୍ରୟାସ ଆରମ୍ଭ କରିଛି । ସୂଚନା ଯୋଗ୍ୟଯେ ଡ୍ରେନଜ ବ୍ୟବସ୍ଥା ଓ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଅଳିଆ ଆବର୍ଜନା ଭର୍ତ୍ତି ସମ୍ପର୍କିତ ଖବର ‘ଧରିତ୍ରୀ’ରେ ପ୍ରକାଶ ପରେ ପ୍ରଶାସନ ପଦକ୍ଷେପ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri