ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ: ଏଣିକି ଅଳିଆ ପକାଇଲେ ତଣ୍ଡ ଗଣିବେ ବ୍ୟବସାୟୀ

ଦାରିଙ୍ଗବାଡି,୬/୫(ଅରୁଣ ସାହୁ): ବେଶି ହେଇଗଲା ଆଉ ନୁହେଁ, ଏଣିକି ଅଳିଆ ଆବର୍ଜନା ପକାଇଲେ ତଣ୍ଡ ଗଣିବା ନିଶ୍ଚିତ। ପ୍ଲାଷ୍ଟିକ ହେଉ କି ଅଇଁଠା ଖଲିପତ୍ର କିମ୍ବା ପଲିଥିନ, ଚା’କପ ଆଦି ଏଣେ ତେଣେ ପକାଇଲେ ବ୍ୟବସାୟୀଙ୍କୁ ଅତିକମରେ ୫ ହଜାର ଟଙ୍କା ଜରିମାନା ଦେବାକୁ ପଡିବ। ଏଭଳି କଠୋର ନିଷ୍ପତି ନେଇଛି ଦାରିଙ୍ଗବାଡି ପ୍ରଶାସନ।

ପ୍ରକାଶ ଯେ, ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବା ପାଇଁ ବିଡ଼ିଓ ପ୍ରୀତିରଞ୍ଜନ ରଥ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଏଥିପାଇଁ ପ୍ରଶାସନ ଅଣ୍ଟା ଭିଡିଛି ଆଉ ମଙ୍ଗଳବାର ଠାରୁ ଜେସିବି ଟ୍ରାକ୍ଟର ଲଗାଇ ଶ୍ରମିକମାନଙ୍କ ଦ୍ୱାରା ଦାରିଙ୍ଗବାଡିର ବ୍ଲକ ରାସ୍ତା, ଚାରି ଛକ ମେଡିକାଲ, ବସଷ୍ଟାଣ୍ଡ, ତିନିଛକ ସମେତ କୋଣ ଅନୁକୋଣରେ ସଫେଇ କରାଯିବା କାର୍ଯ୍ୟ ଆରମ୍ଭ ହୋଇଛି। ସଫେଇ ସାରିବା ପରେ ଲୋକଙ୍କୁ ଅଳିଆ ଆବର୍ଜନା ନ ପକାଇବାକୁ ସଚେତନ କରାଯିବ, ଯିଏ ଅବମାନନା କରିବ ତାକୁ ତଣ୍ଡ ଦେବାକୁ ପଡିବ ବୋଲି ବିଡ଼ିଓ ପ୍ରୀତିରଞ୍ଜନ ରଥ କହିଛନ୍ତି।

ଦାରିଙ୍ଗବାଡିକୁ ବର୍ଷ ତମାମ ପର୍ଯ୍ୟଟକ ରାଜ୍ୟ ତଥା ରାଜ୍ୟ ବାହାରୁ ବୁଲିବାକୁ ଆସୁଛନ୍ତି ଦାରିଙ୍ଗବାଡିରେ ଅଳିଆ ଆବର୍ଜନା ଦେଖି ପର୍ଯ୍ୟଟକ ଉଦବେଗ ପ୍ରକାଶ କରିବା ସହ ନାପସନ୍ଦ କରୁଛନ୍ତି। ସେହିପରି କୁଢ଼ କୁଢ଼ ପ୍ଲାଷ୍ଟିକ ପାଇଁ ସବୁଜ ସୁନ୍ଦର ଦାରିଙ୍ଗବାଡିର ପରିବେଶ ନଷ୍ଟ ହେବାକୁ ବସିଲାଣି। ଏହାର ସ୍ଥାୟୀ ସମାଧାନ କରା ନ ଗଲେ ଆଗାମୀ ଦିନରେ ପର୍ଯ୍ୟଟକ ମୁହଁ ଫେରାଇବା ନିଶ୍ଚିତ ତେଣୁ ପ୍ରଶାସନ ଏହାର ସ୍ଥାୟୀ ସମାଧାନ ପାଇଁ ପ୍ରୟାସ ଆରମ୍ଭ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri