ଆକ୍ସନରେ ପ୍ରଶାସନ: ସବୁ ଖଜା ଦୋକାନର ହେବ ଯାଞ୍ଚ

ପୁରୀ,୩ା୬(ଅଜିତ୍‌ କୁମାର ମହାନ୍ତି): ପୁରୀ ବଡ଼ଦାଣ୍ଡ ଓ ଶ୍ରୀମନ୍ଦିର ଚାରିପାଖ ସମେତ ସହରର ଅନେକ ସ୍ଥାନରେ ଲୋକଙ୍କୁ ଠକି ଅପମିଶ୍ରିତ ଖଜା ବିକ୍ରି କରାଯାଉଛି। ସେହିପରି ଅସାଧୁ ବ୍ୟବସାୟୀମାନେ ଓଜନରେ ମଧ୍ୟ ଠକୁଥିବା ଦେଖିବାକୁ ମିଳୁଛି। ଏପରିକି ବାହାରେ ବିକ୍ରି ହେଉଥିବା ଖଜାକୁ ମହାପ୍ରସାଦ କହି ଲୋକଙ୍କ ଆସ୍ଥା ସହ ଖେଳ ଖେଳୁଛନ୍ତି। ଏଭଳି ଏକ ଘଟଣା ସାମ୍ନାକୁ ଆସିବା ପରେ ପ୍ରଶାସନ ଚେତିଛି। ପୁରୀ ଏସ୍‌ପି ବିନିତ ଅଗ୍ରଓ୍ବାଲଙ୍କ ସୂଚନା ଅନୁଯାୟୀ, ସିଂହଦ୍ୱାର ଥାନା ଅଞ୍ଚଳରେ ସମ୍ପୃକ୍ତ ଭକ୍ତଙ୍କୁ ଠକିଥିବା ଖଜା ବ୍ୟବସାୟୀଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଏହି ସଂକ୍ରାନ୍ତରେ ଏକ ମାମଲା ରୁଜୁ ହୋଇଛି। ସମସ୍ତଙ୍କୁ ପୋଲିସ ପକ୍ଷରୁ ଆହ୍ବାନ କରାଯାଉଛି ଯେ, ପୁରୀକୁ ଆସୁଥିବା ଭକ୍ତଙ୍କ ସହ ଠକାମି କରନ୍ତୁ ନାହିଁ।

ରାସ୍ତାପାର୍ଶ୍ୱରେ ବସୁଥିବା ଉଠାଦୋକାନୀଙ୍କ ଉପରେ ପ୍ରଶାସନର ଏନ୍‌ଫୋର୍ସମେଣ୍ଟ ଟିମ୍‌ ଚଢାଉ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ସେ କହିଛନ୍ତି। ସେହିପରି ଜିଲାପାଳ ସିଦ୍ଧାଥ ଶଙ୍କର ସ୍ବାଇଁ କହିଛନ୍ତି, ଶ୍ରୀମନ୍ଦିରରେ ସୁଆର ମହାସୁଆର ସେବାୟତମାନେ ଖଜା ମହାପ୍ରସାଦକୁ ପ୍ରସ୍ତୁତ କରିଥାନ୍ତି। ମନ୍ଦିର ଭିତରରେ ଉକ୍ତ ଖଜା ମହାପ୍ରସାଦ ମିଳେ। ତେବେ ବଡଦାଣ୍ଡରେ ଯେଉଁ ଖଜା ମିଳୁଛି ତାହା ମହାପ୍ରସାଦ ନୁହେଁ। ଖଜା ବ୍ୟବସାୟୀ ଠକେଇ କରିବା ଘଟଣାରେ ପ୍ରତ୍ୟେକ ବିଭାଗକୁ ସୂଚନା ଦିଆଯାଇଛି। ଯାଞ୍ଚ କରିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।

ସେହିପରି ପୁରୀ ସିଟି ଲେବୁଲରେ ଯେଉଁ ସ୍କାଡ ରହିଛି ତାଙ୍କୁ ସଚେତନ କରାଯାଇଛି। ମଝିରେ ମଝିରେ ଯେଉଁ ବ୍ୟବସାୟୀ ନିୟମ ଉଲଘନ କରୁଛନ୍ତି ତାହା ଉପରେ ନଜର ରଖିବେ। ସେହିପରି ଜଏଣ୍ଟ ସ୍କାଡ୍‌କୁ ଚେକିଂ ଜୋରଜାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି କିଛି ଖଜାଭାଟି ପରିମିଶନ ନେଇ ଆଇନ ଅନୁଯାୟୀ ଭଲ ଭାବେ ଖଜା ପ୍ରସ୍ତୁତ କରୁଛନ୍ତି। ମାତ୍ର ନଜରକୁ ଆସିଛି କିଛି ବ୍ୟକ୍ତି ବେଆଇନ ଭାବେ ଖଜା ଭାଟି ନିର୍ମାଣ କରି ବେଆଇନ ଭାବରେ ଖଜା ବ୍ୟବସାୟ କରୁଛନ୍ତି। ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଟାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri