କ୍ବାର୍ଟର୍ସ ନିର୍ମାଣ ନେଇ ପ୍ରଶାସନ ଜନତା ମୁହାଁମୁହିଁ

ସୁନ୍ଦରଗଡ଼,୨୫।୩(ଡି.ଏନ.ଏ.): ଦିନକୁ ଦିନ ସୁନ୍ଦରଗଡ଼ ସହରରେ ଲୋକସଂଖ୍ୟା ବୃଦ୍ଧି ପାଉଥିବାବେଳେ ରାସ୍ତାଘାଟ ଓ ଛକ ସ୍ଥାନଗୁଡିକରେ ଟ୍ରାଫିକ ସମସ୍ୟା ମଧ୍ୟ ଜଟିଳ ହେବାକୁ ଲାଗିଲାଣି। ଦୋକାନ ବଜାର ବଢିଚାଲିଥିବାବେଳେ ପୂଜା ପାର୍ବଣ ସମୟରେ ଅଣଓସାରିଆ ରାସ୍ତାଘାଟ ଓ ସଙ୍କୁଚିତ ଛକ ସ୍ଥାନଗୁଡିକରେ ପରିସ୍ଥିତି ଅଧିକ ଜଟିଳ ହେଉଛି। ଫଳରେ ପୁରୁଣା ବସଷ୍ଟାଣ୍ଡ ଛକ ନିକଟରେ ନିର୍ମାଣାଧୀନ ଏକ ସରକାରୀ କ୍ବାର୍ଟର୍ସକୁ ନେଇ ସ୍ଥାନୀୟ ଜନସାଧାରଣ ଓ ପ୍ରଶାସନ ମଧ୍ୟରେ ମୁହାଁମୁହିଁ ଅବସ୍ଥା ହେବା ଦେଖାଯାଇଛି। ପୁରୁଣା ବସଷ୍ଟାଣ୍ଡ ପାଲ ହୋଟେଲ ସାମ୍ନାରେ ଅତିରିକ୍ତ ଜିଲାପାଳଙ୍କ ଦ୍ବିତୀୟ କ୍ବାର୍ଟର୍ସ ନିର୍ମାଣ କାର୍ଯ୍ୟକୁ ସ୍ଥାନୀୟ ଜନସାଧାରଣ ବିରୋଧ କରିଛନ୍ତି। ଏହାକୁ ନେଇ ବିଗତ କିଛିଦିନ ହେବ ସ୍ଥାନୀୟ ବାସିନ୍ଦା ଓ ପ୍ରଶାସନ ମୁହାଁମୁହିଁ ଅବସ୍ଥାକୁ ଆସିଥିବାବେଳେ ଏହି କିସମ ନଜୁଲ ଥିବା ଓ କିଛିଦିନ ଆଗରୁ ଏହାର କିସମକୁ ଘରବାରି କରାଯାଇଥିବା ସ୍ଥାନୀୟ ଜନସାଧାରଣ ଅଭିଯୋଗ କରି ଏହାର ନିର୍ମାଣ କାର୍ଯ୍ୟକୁ ଶୁକ୍ରବାର ବନ୍ଦକରି ଏନେଇ ଏକ ପ୍ରତିନିଧି ଦଳ ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲିଙ୍କୁ ସାକ୍ଷାତକରି ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ ଦର୍ଶାଯାଇଛି ଯେ, ଏହି ନିର୍ମାଣାଧୀନ ଜାଗାଟି ପୁରୁଣା ବସଷ୍ଟାଣ୍ଡ ଛକ ସାମ୍ନାରେ ଥିବାରୁ ଏହି ସ୍ଥାନରେ ମାର୍କେଟ କମ୍ପ୍ଲେକ୍ସ ତିଆରି କରାଗଲେ ସ୍ଥାନୀୟ ବେକାର ଯୁବକମାନେ ଦୋକାନ କରି ନିଜର ଗୁଜୁରାଣ ମେଣ୍ଟାଇ ପାରନ୍ତେ। ଏହି ଦାବି ନେଇ ପୁରୁଣା ବସଷ୍ଟାଣ୍ଡ ଅଞ୍ଚଳର ଜନସାଧାରଣ ଜିଲାପାଳଙ୍କ ସମେତ ପୌରାଧ୍ୟକ୍ଷା, ଉପପୌରାଧ୍ୟକ୍ଷଙ୍କୁ ସାକ୍ଷାତକରି ଦାବିପତ୍ର ପ୍ରଦାନ କରି କୌଣସି ପ୍ରକାରେ ଏହି ସ୍ଥାନରେ ସରକାରୀ କ୍ବାର୍ଟର୍ସ ତିଆରି କରାଇ ଦିଆଯିବ ନାହିଁ ବୋଲି ଚେତାବନୀ ଦେଇଛନ୍ତି। ପୌରାଧ୍ୟକ୍ଷା ତନୟା ମିଶ୍ର, ଉପାଧ୍ୟକ୍ଷ ଲଲାଟେନ୍ଦୁ ପରିଡା, ପୂର୍ବତନ ନଗରପାଳ ବେଣୁଧର ତାଣ୍ଡିଆ ଓ ସ୍ଥାନୀୟ କାଉନସିଲରମାନେ ନିର୍ମାଣଧୀନ ସ୍ଥାନ ପରିଦର୍ଶନ କରି ସ୍ଥାନୀୟ ଜନସାଧାରଣଙ୍କ ସହିତ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?