ଗଞ୍ଜାମରେ ପ୍ରଶାସନ ସଜାଗ: ସ୍ଥିତି ସମୀକ୍ଷା ସମୀକ୍ଷା କଲେ ବ୍ରହ୍ମପୁର ଆର୍‌ଡିସି ବିଜୟ ଅମୃତା କୁଲାଙ୍ଗେ

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଋଷିକୁଲ୍ୟା ନଦୀର ଜଳସ୍ତର ଓ ଜଳପ୍ରବାହ ବୃଦ୍ଧି ପାଇଛି। ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ନଜରରେ ରଖି ଗଞ୍ଜାମ ଜିଲା ପ୍ରଶାସନ ସଜାଗ ରହିଛି। ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର ଆର୍‌ଡିସି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଛତ୍ରପୁରରେ ପହଞ୍ଚି ଜିଲାର ସ୍ଥିତି ସମୀକ୍ଷା କରିଛନ୍ତି।

କୁଲାଙ୍ଗେ ଛତ୍ରପୁରସ୍ଥିତ ଜିଲା ଜରୁରୀକାଳିନ କାର୍ଯ୍ୟାଳୟରେ ପହଞ୍ଚି ବର୍ଷା, ନଦୀର ଜଳସ୍ତର, ସମ୍ଭାବ୍ୟ ବନ୍ୟା ଓ ଉଦ୍ଧାର ପ୍ରସ୍ତୁତି ସମ୍ପର୍କରେ ଜିଲାପାଳ ଏବଂ ବିଭିନ୍ନ ବିଭାଗର ଅଧିକାରୀଙ୍କଠାରୁ ତଥ୍ୟ ସଂଗ୍ରହ କରିଥିଲେ। ଉପୁଜିଥିବା ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନର ପ୍ରସ୍ତୁତି ନେଇ ମଧ୍ୟ ସେ ଆଲୋଚନା କରିଥିଲେ।

ଏହି ସମୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ, ଅତିରିକ୍ତ ଜିଲାପାଳ (ସାଧାରଣ) ସଚ୍ଚିଦାନନ୍ଦ ନାୟକ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡା, ଡେପୁଟି କଲେକ୍ଟର ସୁନୀଲ ସାଇ ଦେବାଶିଷ, କସ୍ତୁରୀ ସ୍ବାଇଁଙ୍କ ସମେତ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ।

ଋଷିକୁଲ୍ୟା ନଦୀର ଜଳସ୍ତର ବୃଦ୍ଧି ଓ ବର୍ଷାଜନିତ ସମ୍ଭାବ୍ୟ ବନ୍ୟାକୁ ନଜରରେ ରଖି ସମସ୍ତ ଅଧିକାରୀଙ୍କୁ ସତର୍କ ରହିବାକୁ ଆାର୍‌ଡିସି ନିର୍ଦ୍ଦେଶ ଦେଇଥିଲେ। ଆବଶ୍ୟକ ସ୍ଥଳେ ଓଡ୍ରାଫ୍‌ ଦଳକୁ ନିୟୋଜିତ କରିବା ସହ ଲୋକଙ୍କୁ ତୁରନ୍ତ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ପ୍ରସ୍ତୁତ ରହିବାକୁ ସେ କହିଥିଲେ।
ଅନ୍ୟପକ୍ଷରେ ଜିଲାପାଳଙ୍କ ସମେତ ବିଭିନ୍ନ ଅଧିକାରୀ ଗତକାଲି ରାତି ତମାମ ଜିଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ନଦୀର ଜଳସ୍ତର, ବର୍ଷା ପରିମାଣ ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଉପରେ ପ୍ରଶାସନ ନିରନ୍ତର ନଜର ରଖିଥିବା ବେଳେ ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ବିଭାଗକୁ ସଜାଗ ରଖାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାତିରେ ଘଟିବ ବିରଳ ସଂଯୋଗ: ବୃଷ-ମିଥୁନ ସମେତ ୪ ରାଶିଙ୍କର ଆରମ୍ଭ ହେବ ଗୋଲଡେନ୍‌ ଟାଇମ୍‌, ଘରକୁ ଆସିବ ଖୁସିଖବର!

ଅକ୍ଟୋବର ୨୯ ତାରିଖ ରାତିରେ ଚନ୍ଦ୍ରମା ବୃଷ ରାଶିରୁ ବାହାରି ତୁଳା ରାଶିକୁ ଗୋଚର କରିବେ। ରାତି ୧୦ଟା ୭ ମିନିଟରେ ଚନ୍ଦ୍ରଙ୍କ ଏହି ରାଶି ପରିବର୍ତ୍ତନ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ୧ ନଭେମ୍ୱରରୁ ବଦଳିଯିବ ଗାଡ଼ି, ବ୍ୟାଙ୍କିଂ ଓ ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୯।୧୦: ଆସନ୍ତା ୧ ନଭେମ୍ୱର ୨୦୨୬ରୁ ଦେଶରେ ସାଧାରଣ ଲୋକଙ୍କ ପକେଟ, ବ୍ୟାଙ୍କିଙ୍ଗ ବ୍ୟବସ୍ଥା ଏବଂ ଦୈନନ୍ଦିନ ଜୀବନ ସହ ଜଡ଼ିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମରେ ବଡ଼…

ବିଶ୍ୱର ଶ୍ରେଷ୍ଠ ଓପନର କିଏ? ଦିନେଶ କାର୍ତ୍ତିକ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୯ା୧୦: ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଓପନର କିଏ? ଏହି ପ୍ରଶ୍ନର ଉତ୍ତରରେ ଅନେକ କ୍ରିକେଟରଙ୍କ ନାଁ ସାମ୍ନାକୁ ଆସିପାରେ। କିନ୍ତୁ ଭାରତୀୟ ଦଳର ପୂର୍ବତନ କ୍ରିକେଟର ଦିନେଶ…

ବାଘୁଆ ଜଳଭଣ୍ଡାର ଜଳସ୍ତର ବୃଦ୍ଧି: ୨ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ

ବୁଗୁଡ଼ା,୨୯ା୧୦(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରିସ୍ଥିତ ବାଘୂଆ ଜଳଭଣ୍ଡାରର ସୁରକ୍ଷିତ ଓ ଜଳସ୍ତରର ବିପଦକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗ ଜଳଭଣ୍ଡାରର ୨ଟି…

ଚତୁର୍ଥ ଟି-୨୦ରେ ଇଶାନ କିଶନ IN, ବୈଭବ OUT! କାହାକୁ ମିଳିଲା ସ୍ଥାନ, ସମ୍ଭାବ୍ୟ ପ୍ଲେଇଂ-୧୧ ଉଡାଇଦେବ ହୋସ୍‌

ନୂଆଦିଲ୍ଲୀ, ୨୯।୧୦: ଶୁକ୍ରବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜର ଚତୁର୍ଥ ମ୍ୟାଚ ଖେଳାଯିବ। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ସିରିଜରେ ୩-୦ରେ ଅପରାଜେୟ…

ଭାଙ୍ଗିଲା ଋଷିକୂଲ୍ୟା ନଦୀବନ୍ଧ, ବରଙ୍ଗବଡ଼ମାଧପୁର ମୁଖ୍ୟ ରାସ୍ତାରେ ସୁଅ ଛୁଟିଛି ପାଣି

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ସାଙ୍ଗକୁ ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ଯୋଗୁ ଗୋବା ନିକଟରେ ନଦୀବନ୍ଧ ଭାଙ୍ଗିଯାଇଛି। ଫଳରେ ନଦୀଜଳ ଆଖପାଖ ଅଞ୍ଚଳକୁ ପ୍ରବେଶ କରିବା…

ବାତ୍ୟା ପ୍ରଭାବ, ଉଜୁଡ଼ିଲା ଧାନ ଫସଲ: ଚାଷୀଙ୍କ ଚିନ୍ତା ବଢିଲା

ବରଗଡ଼,୨୯୧୦(ପ୍ରେମାନନ୍ଦ ଖମାରୀ):ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ସ୍ବଳ୍ପ ବୃଷ୍ଟିପାତ…

ରାଇକିଆରେ ଅର୍ଣ୍ଣବ ପ୍ରଭାବ: ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛି କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌। ଦୁଇ ଦିନର ଅବିଶ୍ରାନ୍ତ ବର୍ଷା ଏବଂ ଗତ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?