ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି।

ଏ ଦିଗରେ ସଜାଗ ସଚେତନ ରହିବାକୁ ସମସ୍ତ ବିଡିଓ, ତହସିଲଦାର, ପୌରପରିଷଦକୁ ପରାମର୍ଶ ଦିଆଯାଇଛି। ଏନେଇ ସମସ୍ତ ବିଭାଗକୁ ସମନ୍ବୟ ବୈଠକ କରାଯାଇ ତାଗିଦ କରାଯାଇଛି। ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖାଯାଇଛି। ସମ୍ଭାବ୍ୟ ବନ୍ୟାଞ୍ଚଳ ଉପରେ ଦୃଷ୍ଟି ଦିଆଯାଇଛି। ଖାଦ୍ୟ,ସ୍ବାସ୍ଥ୍ୟ, ବିଶୁଦ୍ଧ ପାନୀୟଜଳ ଯୋଗାଣ, ଭ୍ରାମ୍ୟମାଣ ମେଡିକାଲ ଟିମ୍‌ ସଜାଗ ରହିଛି। ଏଥିସହିତ ବନ୍ୟା ପରିସ୍ଥିତି ସୃଷ୍ଟି ହେଲେ ତ୍ୱରିତ ସ୍ଥାନାନ୍ତର, ଚଳାଚଳ ପାଇଁ ଡଙ୍ଗା ପ୍ରସ୍ତୁତ ରହିଛି। କୌଣସି ସୂଚନା ଆଦାନପ୍ରଦାନ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଜରୁରୀକାଳିନ ବିଭାଗ ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌, ଏଥିସହିତ ବ୍ଲକ ସ୍ତରରେ ମଧ୍ୟ କଣ୍ଟ୍ରୋଲ ରୁମ୍‌ ବ୍ୟବସ୍ଥା କରାଯାଇଛି।

ଦାୟିତ୍ୱରେ ଥିବା ପ୍ରଶାସନିକ ଅଧିକାରୀମାନେ ସ୍ଥାନୀୟ ଜନ ପ୍ରତିନିଧି, ଜନସାଧାରଣଙ୍କ ସହ ସମନ୍ବୟ ରଖି କାର୍ଯ୍ୟ କରିବାକୁ କୁହାଯାଇଛି। ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ସମେତ ଘରୋଇ ବିଦ୍ୟାଳୟଗୁଡ଼ିକ ୩୦ ଜୁଲାଇ ଅପରାହ୍ନ ୧ଟାଠାରୁ ୩୧ ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ।

ଗୁରୁବାର ମଧ୍ୟାହ୍ନ ଭୋଜନ (MDM) ଶୀଘ୍ର ପ୍ରଦାନ କରିବାକୁ ପଦକ୍ଷେପ ନିଆଯିବ ଯାହାଦ୍ୱାରା ଛାତ୍ରୀଛାତ୍ରଙ୍କ ପାଇଁ ବିଦ୍ୟାଳୟଗୁଡ଼ିକ ଅପରାହ୍ନ ୧ଟା ସୁଦ୍ଧା ବନ୍ଦ କରାଯାଇପାରିବ। ଶିକ୍ଷକ ଓ ଅନ୍ୟାନ୍ୟ କର୍ମଚାରୀମାନେ ନିୟମିତ ଭାବେ ବିଦ୍ୟାଳୟରେ ଉପସ୍ଥିତ ରହିବେ। ଆଗାମୀ ୪ ଦିନ ପାଇଁ କୌଣସି ପ୍ରକାରର ଆକସ୍ମିକ ଛୁଟି (CL) ଅନୁମତି ଦିଆଯିବ ନାହିଁ।ବିଦ୍ୟାଳୟ ଭବନ ଏବଂ ଅନ୍ୟାନ୍ୟ ଆବଶ୍ୟକୀୟ ସୁବିଧାଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି। ବିଦ୍ୟାଳୟକୁ ୨୪x୭ ଖୋଲା ରଖିବା ପାଇଁ ପ୍ରଧାନଶିକ୍ଷକମାନଙ୍କ ଦ୍ୱାରା ରୋଷ୍ଟର ଡ୍ୟୁଟି (ପର୍ଯ୍ୟାୟ କ୍ରମେ କର୍ତ୍ତବ୍ୟ) ବ୍ୟବସ୍ଥା କରାଯିବ ଏବଂ ଯେକୌଣସି ସମୟରେ ଜିଲା ପ୍ରଶାସନକୁ ସହଯୋଗ ପ୍ରଦାନ ସୁନିଶ୍ଚିତ କରିବେ। ଆସନ୍ନ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ତୁରନ୍ତ ଉପରୋକ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ଖୋର୍ଦ୍ଧା ଜିଲାର ସମସ୍ତ ପ୍ରକାର ବିଦ୍ୟାଳୟର ପ୍ରଧାନଶିକ୍ଷକ, ଅଧ୍ୟକ୍ଷମାନଙ୍କୁ ଏହି ବିଷୟରେ ଅବଗତ କରାଇବାକୁ ଜିଲାପାଳ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ଷେତ୍ରରେ ଦାୟିତ୍ୱହୀନତା, କୌଣସି ତ୍ରୁଟିକୁ ବରଦାସ୍ତ କରାଯିବ ନାହିଁ ବୋଲି ଜିଲାପାଳ କହିଛନ୍ତି।

ଜିଲାର ସମସ୍ତ ଅଧିକାରୀ ନିଜ ମୁଖ୍ୟାଳୟରେ ରହିବେ ଏବଂ ବିନା ଅନୁମତି କୌଣସି ପରିସ୍ଥିତିରେ ମଧ୍ୟ ମୁଖ୍ୟାଳୟ ଛାଡ଼ିବାକୁ ଅନୁମତି ଦିଆଯିବ ନାହିଁ। ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ଏତଦ୍ୱାରା ବାତିଲ କରାଯାଉଛି । ଛୁଟିରେ ଥିବା କର୍ମଚାରୀମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଉଛି। ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ଆଜିଠୁ ଆଗାମୀ ୪ ଦିନ ପାଇଁ ବାତିଲ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?