ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଓଡ୍ରାଫ ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି। ଆଉ ଏକ ଓଡ୍ରାଫ ଟିମ୍‌ ଜିଲାକୁ ଆସୁଥିବା ଜଣାପଡ଼ିଛି। ବିଶେଷକରି ତଳିଆ ଅଞ୍ଚଳ, ନଦୀକୂଳ ଓ ପାହାଡ଼ିଆ ଅଞ୍ଚଳ ଉପରେ ପ୍ରଶାସନ ପକ୍ଷରୁ ସତର୍କ ନଜର ରଖାଯାଇଛି। ଅଧିକ ବର୍ଷା ହେଲେ ପାହାଡ଼ ଅଞ୍ଚଳରେ ଭୂସ୍ଖଳନର ଆଶଙ୍କା ଥିବାରୁ ଉଦ୍ଧାରକାରୀ ଦଳକୁ ଆବଶ୍ୟକ ସରଞ୍ଜାମ ସହ ପ୍ରସ୍ତୁତ ରଖାଯାଇଛି। ବିଦ୍ୟୁତ, ପାନୀୟ ଜଳ, ଯୋଗାଯୋଗ ଓ ସ୍ବାସ୍ଥ୍ୟସେବା ଯେପରି ବାଧାପ୍ରାପ୍ତ ନ ହୁଏ, ସେଥିପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକୁ ସଜାଗ କରାଯାଇଛି।

ଅନ୍ୟପକ୍ଷେ ଜିଲାର ବିଭିନ୍ନ ନଦୀରେ ବର୍ତ୍ତମାନ ଜଳସ୍ତର ଅଧିକ ନ ଥିବାରୁ ତୁରନ୍ତ ବନ୍ୟା ଆଶଙ୍କା ନାହିଁ। ତଥାପି ଗୁଣପୁରର ପୁଟାସିଂ, କାଶୀପୁର ଏବଂ ଚନ୍ଦ୍ରପୁର ଅଞ୍ଚଳରେ ଭୂସ୍ଖଳନର ଆଶଙ୍କା ରହିଛି। ତେବେ ଅଧିକ ବର୍ଷା ଓ ବାତ୍ୟାର ପ୍ରଭାବରେ ଜଳସ୍ତର ବୃଦ୍ଧି ପାଇଲେ ନଦୀକୂଳିଆ ଅଞ୍ଚଳର ଲୋକଙ୍କୁ ଆବଶ୍ୟକତା ଅନୁସାରେ ସ୍ଥାନାନ୍ତର କରାଯିବ ବୋଲି ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି କହିଛନ୍ତି। ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତି ଜାରି ରହିଛି ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

ଗାଡ଼ି ଅଟକାଇ ମାଡ଼ ମାରିବା ମାମଲା: ୩ ଅଭିଯୁକ୍ତ ଜେଲ୍ ଗଲେ, ଜଣେ ଗିରଫ ଓ ୨ ଆତ୍ମସମର୍ପଣ

ବଞ୍ଚୋ,୨୨।୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦେଓଗାଁ ଅଞ୍ଚଳରେ ଘଟିଥିବା ଗାଡ଼ି ଅଟକାଇ ମାଡ଼ ମାରିବା ମାମଲାରେ ପୁଲିସକୁ ବଡ଼ ସଫଳତା ମିଳିଛି। ଏହି…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?