ପ୍ଲାଷ୍ଟିକ ଖେଳନା ଗିଳିଦେବାରୁ ଶିଶୁଙ୍କ ମୃତ୍ୟୁ ଘଟଣା: ୨୬ ଘଣ୍ଟା ପରେ ପହଞ୍ଚିଲା ପ୍ରଶାସନ, ରେଡକ୍ରସ ପାଣ୍ଠିରୁ…

ଦାରିଙ୍ଗବାଡି, ୧୯।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଶିକରମାହା ଗ୍ରାମ ନିକଟ ମୁସିମାହା ଗ୍ରାମର ରଞ୍ଜିତ ପ୍ରଧାନଙ୍କ ୪ ବର୍ଷର ପୁଅ ବିଗିଲଙ୍କ ଏକ ଖେଳନା ଗିଳିଦେବାରୁ ମୃତ୍ୟୁ ଘଟିଥିଲା। ଏହି ଘଟଣାର ୨୬ ଘଣ୍ଟା ପରେ ସ୍ଥାନୀୟ ପ୍ରଶାସନ ପହଞ୍ଚି ପରିବାରଲୋକଙ୍କୁ ସମବେଦନା ଜଣାଇବା ସହ ୫ ହଜାର ଟଙ୍କା ସହାୟତା ପ୍ରଦାନ କରିଛି।

ପ୍ରକାଶ ଯେ, ଘଟଣା ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ଦାରିଙ୍ଗବାଡି ତହସିଲଦାର ଧୀରୋଜ ପାତ୍ର ଏବଂ ସିଡିପିଓ ସାଂରାଣୀ ପଣ୍ଡା ପ୍ରମୁଖ ବୁଧବାର ଅପରାହ୍ନରେ ପହଞ୍ଚି  ମୃତ ଶିଶୁଙ୍କ ବାପା ରଞ୍ଜିତଙ୍କୁ ଭେଟି କେଉଁ ପରିସ୍ଥିତିରେ ଏଭଳି ଘଟିଲା ସେନେଇ ପଚାରି ବୁଝିଥିଲେ ଓ ସେଠାରେ ଉପସ୍ଥିତ ଗ୍ରାମବାସୀଙ୍କୁ ପରାମର୍ଶ ଦେଇ ଛୋଟ ପିଲାଙ୍କୁ ଏଭଳି ଖାଦ୍ୟରେ କିଛି ମିଶିଥିବା ଉପହାର ତଥା ପ୍ଲାଷ୍ଟିକ କିମ୍ବା ଅନ୍ୟ କିଛି ପଦାର୍ଥ ରହିଥିବା ପ୍ୟାକେଟ ଖାଦ୍ୟ ନ ଦେବାକୁ କହିଥିଲେ। ଘର ଖାଦ୍ୟ ଖାଇବାକୁ ଅଧିକା ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ। ସେହିପରି ପଞ୍ଚାୟତ ପକ୍ଷରୁ ମଧ୍ୟ ତାଜୁଙ୍ଗିଆ ସରପଞ୍ଚ ହରିଶ୍ଚନ୍ଦ୍ର ଯୋଜନା ରେ ୩ ହଜାର ଟଙ୍କା ସହାୟତା ପ୍ରଦାନ କରିଥିବା ତହସିଲଦାର ଧୀରୋଜ ପାତ୍ର କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri