ଭୋଜି ରନ୍ଧା ବେଳେ ପ୍ରଶାସନର ଚଢ଼ାଉ

ଦାରିଙ୍ଗବାଡ଼ି,୮।୫: ଅନୁସୂଚିତ ଜନଜାତିଙ୍କ ପାରମ୍ପରିକ କଲା ଉତ୍ସବ ଭୋଜି ଭାତର ଆୟୋଜନ ଶୁକ୍ରବାର କରାଯାଉଥିଲା। ଅପରାହ୍ନରେ ଦାରିଙ୍ଗବାଡ଼ି ତହସିଲଦାର କଳାକୃଷ୍ଣ ପ୍ରଧାନ, ଆଇଆଇସି କୌଶିକ ମାଝି ଏବଂ ସବ୍‌ଇନ୍ସପେକ୍ଟର ସୌମ୍ୟକାନ୍ତ ପଣ୍ଡା ପହଞ୍ଚି ଭୋଜି ରନ୍ଧା ବନ୍ଦ କରିଥିଲେ। ଏପରିକି ପୋଲିସ କାର୍ଯ୍ୟକ୍ରମ ଆୟୋଜଙ୍କଠାରୁ ୧୦ ହଜାର ଏବଂ ତହସିଲ ପକ୍ଷରୁ ୧୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିଲା।
ଜନଜାତିଙ୍କ ପାରମ୍ପରିକ (କଲା) ହେଉଛି ପୁଅ ବାହାଘରର କିଛି ଦିନ ବା ବର୍ଷ ବିତିବା ପରେ ଝିଅ ଘର ପକ୍ଷରୁ (କଲା) ବା ଭାର ନେଇ ଝିଅ ଶ୍ୱଶୁର ଘରକୁ ଆସିବା ନିୟମ ରହିଛି। ଏହି ସମୟରେ ଗାଁରେ ଭୋଜିଭାତର ଆସର ଜମିବା ସହ ଅଞ୍ଚଳବାସୀ ଏଥିରେ ଯୋଗ ଦେଇଥାନ୍ତି। ଯେଉଁ ପର୍ଯ୍ୟନ୍ତ ଏହି ଭାର ଝିଅ ଘରର ଲୋକ ଦେଇ ନ ଥା’ନ୍ତି, ସେ ପର୍ଯ୍ୟନ୍ତ ଝିଅଘର ଲୋକ ଝିଅର ଶାଶୁ ଘରକୁ ଯାତାୟାତ କରିପାରିବେ ନାହିଁ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଭଳି ପରିସ୍ଥିତିରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି କିଲାବାଡ଼ି ଗ୍ରାମର ମହେଶ୍ୱର ପ୍ରଧାନ ଭୋଜିର ଆୟୋଜନ କରିଥିଲେ। ମହେଶ୍ୱର ଭୋଜିର ଆୟୋଜନ କରି କରୋନା କଟକଣା ଉଲ୍ଲଂଘନ କରିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri