ଜଙ୍ଗଲରେ ପହଞ୍ଚିଲା ପ୍ରଶାସନ, ବେଆଇନ ବ୍ଲାଷ୍ଟିଂ, ଖନନ ବନ୍ଦ ନେଇ ମାଫିଆକୁ କଲା ତାଗିଦ୍‌

ବୁଗୁଡ଼ା,୧୮ା୯(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ତହସିଲ ଅଧିନସ୍ଥ ବେତାରସିଙ୍ଗିର ଜଙ୍ଗଲରେ ଜାରିରହିଥିବା ବେଆଇନ ପଥର ବ୍ଲାଷ୍ଟିଂ ଓ ଖନନକୁ ବିରୋଧ କରି ଗ୍ରାମବାସୀଙ୍କ ପକ୍ଷରୁ କିଛିଦିନ ତଳେ ପ୍ରତିବାଦ କରାଯାଇଥିଲା। ଗ୍ରାମବାସୀଙ୍କ ପ୍ରତିବାଦ ଏବଂ ଅଭିଯୋଗକୁ ଭିତ୍ତିକରି ବୁଗୁଡ଼ା ତହସିଲଦାରଙ୍କ ନିର୍ଦ୍ଦେଶ କ୍ରମେ ବୁଗୁଡ଼ା ଅତିରିକ୍ତ ତହସିଲଦାର ସୁନନ୍ଦ ଶେଖର ସାହାଣୀ,
ରେଭିନିଉ ସୁପରଭାଇଜର ଜିବି ମଲ୍ଲିକ, ଆର୍‌ଆଇ କ୍ଷୀରୋଦ କୁମାର ସେଠୀ ଭଗବାନପୁର ବନପାଳ ଅର୍ଜୁନ ଜାନୀ ଜଙ୍ଗଲରେ ପହଞ୍ଚି ସ୍ଥିତି ଯାଞ୍ଚ କରିବା ସହ ତଦନ୍ତ କରିଛନ୍ତି l ପଥର ଖନନ ଏବଂ ବ୍ଲାଷ୍ଟିଂ ସ୍ଥାନରେ କାର୍ଯ୍ୟ ବନ୍ଦ ଲାଗି ପ୍ରଶାସନ ପକ୍ଷରୁ ନୋଟିସ୍‌ କରାଯାଇଥିବା ସହିତ ସେଠାରେ ବେଆଇନ ପଥର ଖାଦାନକୁ ବନ୍ଦ ରଖିବା ପାଇଁ ପଥର ମାଫିଆଙ୍କୁ ତାଗିଦ କରାଯାଇ ୨ଟି ମେଶିନ ଓ ଗୋଟିଏ ଜେନେରେଟର ଜବତ କରାଯାଇଛି।

ଏଥି ସହିତ ଉକ୍ତ ମେଶିନର ଦାବିଦାରମାନେ ୩ ଦିନ ମଧ୍ୟରେ କାର୍ଯ୍ୟାଳୟରେ ଉପସ୍ଥିତ ନ ହେଲେ ଉକ୍ତ ମେଶିନଗୁଡ଼ିକୁ ନିଲାମ କରାଯିବ ବୋଲି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ ଚଢ଼ାଉବେଳେ ପ୍ରଶାସନିକ ଅଧିକାରୀଙ୍କ ସହିତ ଗ୍ରାମବାସୀ ମଧ୍ୟ ଜଙ୍ଗଲରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri