ନିରାଶ ହୋଇ ଫେରିଲା ପ୍ରଶାସନ

ବାଲିଆପାଳ, ୭ା୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ବିଷ୍ଣୁପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ମହାସଂଘ କାର୍ଯ୍ୟାଳୟରେ ଦୀର୍ଘଦିନ ହେଲା ଏକ ଗୋଷ୍ଠୀ ତାଲା ପକାଇଛନ୍ତି। ଶୁକ୍ରବାର ବାଲିଆପାଳ ବିଡ଼ିଓ ବିନୋଦ ଚନ୍ଦ୍ର ପଣ୍ଡା ତାଲା ଖୋଲିବାକୁ ଯାଇଥିଲେ ମଧ୍ୟ ତାଲା ପକାଇଥିବା ଗ୍ରୁପର ପ୍ରବଳ ବିରୋଧ ଯୋଗୁ ସେ ନିରାଶ ହୋଇ ଫେରିଛନ୍ତି।
ବିଷ୍ଣୁପୁର ପଞ୍ଚାୟତର ସ୍ବୟଂ ସହାୟକ ଗୋଷ୍ଠୀ ଦୀର୍ଘଦିନ ହେଲା ଦୁଇଭାଗରେ ବିଭକ୍ତ ହୋଇ ପରସ୍ପର ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚିଛି। ଏପରିକି ଦୀର୍ଘ ୮ମାସ ଧରି ମହାସଂଘ କାର୍ଯ୍ୟାଳୟରେ ତାଲା ପଡିବା ପରେ ସଂଘର କାର୍ଯ୍ୟ ଚାଲିପାରୁ ନ ଥିବାରୁ ଅନ୍ୟ ଗୋଷ୍ଠୀରେ ଥିବା ସଦସ୍ୟା ମହାସଂଘର ସମ୍ପାଦିକା ପ୍ରଭାତୀ ପାତ୍ରଙ୍କ ନେତୃତ୍ୱରେ ପ୍ରମିଳା ପାତ୍ର, ସୁମତୀ ଦାସ, ଚନ୍ଦନା ସାମଲ, ମାନସୀ ପାତ୍ର, ଗୀତାଞ୍ଜଳି ଜେନା, ଅପରାଜିତା କର, ଶାନ୍ତିଲତା ବଢେଇ, ସୁମିତ୍ରା ଗଙ୍ଗାଇ, ତିଳୋତ୍ତମା ରାଜ, ଆରତୀ ଦାସ, ନିରୂପମା ମାଝି, ରେବତୀ ଧଳ ଓ ଶ୍ୱେତପଦ୍ମା ରାଣୀ ଦାସଙ୍କ ସହିତ ବହୁ ସଦସ୍ୟା ତାଲା ଖୋଲିବା ନେଇ ଗୁରୁବାର ବ୍ଲକ ଆଗରେ ସକାଳ ୧୦ଟାରୁ ରାତି ଯାଏ ଧାରଣାରେ ବସିଥିଲେ। ବିଳମ୍ବିତ ରାତିରେ ବାଲିଆପାଳ ଭାଜପା ନେତା ଅରବିନ୍ଦ ବେହେରା, ବିକାଶ ଗିରି, ଭୃଗୁରାମ ବିଶ୍ବାଳଙ୍କ ସହିତ ଅନ୍ୟମାନଙ୍କ ହସ୍ତକ୍ଷେପ ପରେ ବାଲିଆପାଳ ବିଡ଼ିଓ ବିନୋଦ ଚନ୍ଦ୍ର ପଣ୍ଡା ଶୁକ୍ରବାର ସଂଘ କାର୍ଯ୍ୟାଳୟରୁ ତାଲା ଖୋଲାଯିବାର ଦୃଢ ପ୍ରତିଶ୍ରୁତି ଦେବା ପରେ ଧାରଣାକାରୀମାନେ ଧାରଣାରୁ ଉଠିଥିଲେ। ଶୁକ୍ରବାର ବିଡ଼ିଓ ପଣ୍ଡା ଏବଂ ବାଲିଆପାଳ ତହସିଲଦାର ଦୀପକ କୁମାର ଦାଶ ମହାସଂଘ କାର୍ଯ୍ୟାଳୟରୁ ତାଲା ଖୋଲିବାକୁ ଘଟଣାସ୍ଥଳରେ ପହଞ୍ଚିଥିଲେ। ମାତ୍ର ସେଠାରେ ତାଲା ପକାଇଥିବା ଗୋଷ୍ଠୀର କିଛି ମହିଳା ସଦସ୍ୟା ତାଲା ଖୋଲାକୁ ବିରୋଧ କରିଥିଲେ। ମହିଳାଙ୍କ ଜୋରଦାର ବିରୋଧ ଫଳରେ ପ୍ରଶାସନକୁ ବାଧ୍ୟ ହୋଇ ଫେରିବାକୁ ପଡ଼ିଥିଲା। ଉକ୍ତ କାର୍ଯ୍ୟାଳୟ ପଞ୍ଚାୟତ ଅଫିସ ମଧ୍ୟରେ ରହିଛି। ଘଟଣାସ୍ଥଳରେ ବିଡ଼ିଓ ପଣ୍ଡା ଓ ତହସିଲଦାର ଦାସ ପହଞ୍ଚିଥିଲେ ମଧ୍ୟ ସରପଞ୍ଚ ମହେଶ୍ୱର ଜେନା ପଞ୍ଚାୟତ କାର୍ଯ୍ୟାଳୟକୁ ତାଲା ପକାଇ ଚାଲିଯାଇଥିବା ଦେଖିବାକୁ ମିଳିଥିଲା। ଏହି ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଡିଓ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri