ନିମ୍ନମାନର ମାଂସ ଭିଡିଓ ଭାଇରାଲ ପରେ ଚେତିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୬।୧୧(ଡି.ଏନ୍‌.ଏ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକ ଆସି ଶୋଷଣର ଶିକାର ହେଉଛନ୍ତି। ପର୍ଯ୍ୟଟକଙ୍କ ଗହଳିକୁ ଦେଖି ଦୋକାନୀମାନେ ଚଢ଼ାଦରରେ ମାଛ, ମାଂସ ବିକ୍ରି କରୁଛନ୍ତି। ଏହି ସୁଯୋଗରେ କନ୍ଧମାଳ ହଳଦୀ ନାମରେ ଅପମିଶ୍ରଣ ହଳଦୀ ମଧ୍ୟ ବିକ୍ରି ହେଉଛି। ସେହିପରି ପାରମ୍ପରିକ ସାମଗ୍ରୀ ନାମରେ ବାହାର ମାର୍କେଟରୁ ସାମଗ୍ରୀ ଆଣି କଫି ବଗିଚା ସମ୍ମୁଖରେ ଚଢ଼ାଦରରେ ବିକ୍ରି କରାଯାଉଥିବା ଅଭିଯୋଗ ହେଉଛି।
ଏହାର ପ୍ରତ୍ୟକ୍ଷ ପ୍ରମାଣ ମିଳିଯାଇଛି। ଏକ ପର୍ଯ୍ୟଟକ ଟିମ୍‌ ଦାରିଙ୍ଗବାଡିକୁ ଭୋଜି କରିବାକୁ ଆସିଥିଲେ। ସେମାନେ ସ୍ଥାନୀୟ ମାର୍କେଟରୁ ସାଂସ କିଣି ରୋଷେଇ କରିଥିଲେ। ହେଲେ ପରେ ଏହା ନିମ୍ନମାନର ଜଣାପଡ଼ିଥିଲା। ତେଣୁ ପର୍ଯ୍ୟଟକମାନେ ନଖାଇ ଏହାକୁ ଫୋପାଡି ଦେଇଥିଲେ। ପରେ ଏହାର ଭିଡିଓ ଭାଇରାଲ ହୋଇଥିଲା। ଏ ସମ୍ପର୍କରେ ଦାରିଙ୍ଗବାଡି ବିଡିଓ ଗଦାଧର ପାତ୍ର, ତହସିଲଦାର ଡ. ଅଶୋକ କୁମାର ଦାସ, ଆଇଆଇସି କୌଶିକ ମାଝୀ ସଦଳବଳ ଶନିବାର ମାକେର୍ଟରେ ଚଢ଼ାଉ କରି ଦୋକାନୀଙ୍କଠାରୁ ଜରିମାନା ଆଦାୟ କରିଥିବା ଜଣାପଡିଛି। ଏପରିକି କଫି ବଗିଚା ସମ୍ମୁଖରେ ଜବରଦଖଲ ଉଚ୍ଛେଦ କରାଯାଇଛି। ଅନ୍ୟପକ୍ଷେ ଟ୍ରାଫିକ ସମସ୍ୟାର ସମାଧାନ ନେଇ ପ୍ରଶାସନ ପକ୍ଷରୁ ଉଦ୍ୟମ କରାଯାଇଥିଲା। ଏପରିକି ମାଛ, ମାଂସ ସହ ସ୍ଥାନୀୟ ହଳଦୀ, ସୋରିଷ, ଗୋଲମରିଚ, କଫି, ମାଣ୍ଡିଆ ଆଦି ଦର ଚାର୍ଟ ପ୍ରସ୍ତୁତ କରି ଦୋକାନ ସମ୍ମୁଖରେ ଲଗାଇବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆଗାମୀ ଦିନରେ ଏଭଳି ଚଢାଉ ଜାରି ରହିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଦ୍ଧିକ୍ରିୟା ଭୋଜି ଖାଇ ​ସୁନାଖାଏନ ଗାଁରେ ଝାଡ଼ାବାନ୍ତି ଆତଙ୍କ, ଚାଲିଗଲା ୨ଜଣଙ୍କ ଜୀବନ

​ଝାରସୁଗୁଡ଼ା/ଲଖନପୁର,୨୪ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ଗ୍ରାମ ପଞ୍ଚାୟତ ସୁନାଖାଏନ ଗ୍ରାମରେ ଝାଡ଼ାବାନ୍ତିର ଆତଙ୍କ ଦେଖାଦେଇଛି । ଏହି ରୋଗରେ…

ଏମିତି ଘୋଷଣା କଲା ଇରାନ ଖୁସି ହୋଇଗଲା ସାରା ବିଶ୍ୱ, ଏଥର ଶେଷ ହେବ ଯୁଦ୍ଧ!

ନୂଆଦିଲ୍ଲୀ/ତେହରାନ,୨୪।୫: ଭାରତରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି ଡକ୍ଟର ଅବଦୁଲ ମାଜିଦ ହାକିମ ଏଲାହିଙ୍କ ଏକ ବିବୃତ୍ତି ଅନ୍ତର୍ଜାତୀୟ ରାଜନୀତିରେ ଏକ ନୂତନ ଆଲୋଚନାର ସୂତ୍ରପାତ କରିଛି।…

ଚଳନ୍ତାଗାଡ଼ିରୁ ବାହାରିଗଲା ଚକା, ରାସ୍ତାକଡ଼ ଦୋକାନ ଭିତରେ ପଶିଯିବାରୁ…

ମୋହନା,୨୪ା୫(ମନ୍ମଥ ମିଶ୍ର): ହରିହର ନାମକ ଯାତ୍ରୀବାହୀ ଘରୋଇ ବସ୍‌ ( ଓଡି ୦୭ ଜେଡ୍‌ ୦୫୯୯ ) ବ୍ରହ୍ମପୁରଠାରୁ କାଟିଙ୍ଗା ୩୦ ଜଣ ଯାତ୍ରୀଙ୍କୁ ନେଇ ଯିବା…

UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଙ୍କୁ ଗଣବଳାତ୍କାର, ତିନି ଦିନ ଧରି ବନ୍ଦୀ କରି ସାଙ୍ଗ….

ଲକ୍ଷ୍ନୌ,୨୪।୫: ଲକ୍ଷ୍ନୌରେ ଏକ ଗଣବଳାତ୍କାର ମାମଲା ସାମ୍ନାକୁ ଆସିଛି । ଦିଲ୍ଲୀରେ UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଯୁବତୀଙ୍କୁ ସାଙ୍ଗମାନେ ବଳାତ୍କାର କରିଥିବା ନେଇ…

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri