ଭକ୍ତଙ୍କ ମାନସିକ ଆଗରେ ହାର୍‌ ମାନିଲା ପ୍ରଶାସନ: ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତରଯାତ୍ରା ସମ୍ପନ୍ନ

ଭବାନୀପାଟଣା,୧।୧୦(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ମଙ୍ଗଳବାର ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତରଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଏହି ଯାତ୍ରା ସମ୍ପନ୍ନ ହୋଇଛି। ଅନେକ ରାଜ୍ୟରେ ବଳିପ୍ରଥା ଏକପ୍ରକାର ବନ୍ଦ ହୋଇଆସୁଥିବା ବେଳେ ଏହି ଯାତ୍ରାରେ ମା’ଙ୍କ ଛତର ସାମ୍ନାରେ ପ୍ରଶାସନ ଉପସ୍ଥିତିରେ ହଜାର ହଜାର ପଶୁପକ୍ଷୀ ବଳି ଦିଆଯାଇଛି। ଏତେ ସଂଖ୍ୟାରେ ପଶୁବଳି ଯୋଗୁ ରକ୍ତରଞ୍ଜିତ ହୋଇଥିଲା ଭବାନୀପାଟଣା ସହରର ମୁଖ୍ୟ ରାସ୍ତା। ଭକ୍ତଙ୍କ ମାନସିକ ଆଗରେ ହାର୍‌ ମାନିଥିଲା ପ୍ରଶାସନ।
ଶାକ୍ତଭୂମି କଳାହାଣ୍ଡିରେ ଦଶହରା କହିଲେ ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତରଯାତ୍ରାକୁ ବୁଝାଏ। କଳାହାଣ୍ଡିର ମୂଳ ଅଧିବାସୀ ଏହି ଶକ୍ତିର ଉପାସକ। ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ଦିନ ଭବାନୀପାଟଣା ରାଜପ୍ରାସାଦରେ ଥିବା ମାଣିକେଶ୍ୱରୀଙ୍କ ପୀଠରେ ମୁଣ୍ଡବସାଠାରୁ ଆରମ୍ଭକରି ମହାଷ୍ଟମୀ ପର୍ଯ୍ୟନ୍ତ ମା’ ମାଣିକେଶ୍ୱରୀଙ୍କୁ ସ୍ବତନ୍ତ୍ର ରୀତିନୀତିରେ ପୂଜାର୍ଚ୍ଚନା କରାଯାଇଥାଏ। ମଙ୍ଗଳବାର ପ୍ରତ୍ୟୁଷରେ ଜେନାଖାଲରେ ପାରମ୍ପରିକ ରୀତିନୀତି ଅନୁସାରେ ମା’ଙ୍କ ଗୁପ୍ତପୂଜା ସମ୍ପନ୍ନ ହୋଇଥିଲା। ପରେ ପୂଜକ ଓ ବାହୁକମାନେ ଭୋର ୫ଟା୧୫ରେ ମା’ଙ୍କ ବିଜୟ ପ୍ରତିମା ଛତରକୁ ଧରି ମନ୍ଦିର ଅଭିମୁଖେ ବାହାରିଥିଲେ। ଏହି ଅବସରରେ ଜେନାଖାଲରୁ ମା’ଙ୍କ ମନ୍ଦିର ପର୍ଯ୍ୟନ୍ତ ୩ କି.ମି. ରାସ୍ତାରେ ଲକ୍ଷାଧିକ ଭକ୍ତ ମା’ଙ୍କ ଦର୍ଶନ କରିଥିଲେ। ସେହିପରି ମାନସିକଧାରୀ ପଶୁପକ୍ଷୀ ବଳି ଦେଇଥିଲେ। ଆଉ କେତେଜଣ ଭକ୍ତ ଧୂପ, ଦୀପ, ନଡ଼ିଆ ଭାଙ୍ଗି ମା’ଙ୍କୁ ସ୍ବାଗତ କରିଥିଲେ। ଅନ୍ୟପଟେ ଶାନ୍ତିର ପ୍ରତୀକ କପୋତକୁ ମଧ୍ୟ ଯାତ୍ରା ସମୟରେ ଭକ୍ତମାନେ ଉଡ଼ାଇଥିବା ଦେଖିବାକୁ ମିଳିଥିଲା। ମା’ଙ୍କ ଛତରଯାତ୍ରାରେ ୨୫ଟି ସାଂସ୍କୃତିକ ଦଳ, ଘଣ୍ଟ ଦଳ, ଘୁମୁରା ଦଳ ଅଂଶଗ୍ରହଣ କରିଥିଲେ। ସେହିପରି ଆଉ କେତେଜଣ କଳାକାର ବିଭିନ୍ନ ବେଶରେ ସଜ୍ଜିତହୋଇ ନିଜର କଳା ପରିବେଷଣ କରିଥିଲେ। ଏହାରି ଭିତରେ ବିଶେଷ ଆକର୍ଷଣ ଥିଲେ କଳାହାଣ୍ଡି କଟାପ୍ପା। ଘଣ୍ଟ ଦଳ, ଢୋଲ ନିଶାନ ଓ ଜୟ ମା’ମାଣିକେଶ୍ୱରୀ ନାରାରେ ଦୁଲୁକିଉଠିଥିଲା ଭବାନୀପାଟଣା ସହର। ଚାରିଆଡ଼େ ରହିଥିଲା ଆଧ୍ୟାତ୍ମିକ ପରିବେଶ। ମଧ୍ୟାହ୍ନ ୧୧ଟା ୪୫ରେ ମା’ଙ୍କ ଛତର ମାଣିକେଶ୍ୱରୀ ମନ୍ଦିରରେ ପହଞ୍ଚତ୍ଥିଲା। ଏହି ସମୟରେ କଳାହାଣ୍ଡି ମହାରାଜା ଅନନ୍ତ ପ୍ରତାପ ଦେଓ ଉପସ୍ଥିତ ରହି ମା’ଙ୍କ ଛତରକୁ ବନ୍ଦାପନାକରି ମନ୍ଦିରର ଗର୍ଭଗୃହକୁ ପାଛୋଟି ନେଇଥିଲେ। ଛତରଯାତ୍ରା ଯେମିତି ଶାନ୍ତିଶୃଙ୍ଖଳା ସହ ଅନୁଷ୍ଠିତ ହେବ ଓ ଭକ୍ତମାନେ କିପରି ସୁରକ୍ଷିତ ଭାବେ ମା’ଙ୍କ ଦର୍ଶନ କରିପାରିବେ ସେ ନେଇ କଳାହାଣ୍ଡି ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ସୁରକ୍ଷା ପାଇଁ ୧୩ ପ୍ଲାଟୁନ ପୋଲିସ ମୁତୟନ ହୋଇଥିଲେ। ସେହିପରି କଳାହାଣ୍ଡି ଏସ୍‌ପି ନାଗାରାଜ ଦେବରକୋଣ୍ଡା ଉପସ୍ଥିତ ରହି ସ୍ଥିତି ତଦାରଖ କରିଥିଲେ। ଛତରଯାତ୍ରା ପାଇଁ ସହରର ଜେନାଖାଲ, ଘୋଡ଼ାଘାଟ ଛକ ଓ ମାଣିକେଶ୍ୱରୀ ମନ୍ଦିର ଆଦି ୩ ସ୍ଥାନରେ ପୋଲିସ କଣ୍ଟ୍ରୋଲ ରୁମ୍‌ ସାଙ୍ଗକୁ ୩୫ ସିସିଟିଭି ବ୍ୟବସ୍ଥା କରାଯାଇଥିଲା। ପ୍ରଶାସନ ପକ୍ଷରୁ ଜିଲାପାଳ ପାୱାର ସଚିନ ପ୍ରକାଶ, ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ, ଭାରତୀୟ ପ୍ରଶାସନିକ ଅଧିକାରୀ (ପ୍ରୋବେସନ) ଅନିମେଶ ପ୍ରଧାନ, ଭବାନୀପାଟଣା ଉପଜିଲାପାଳ ପ୍ରଭାତ ପରିଡ଼ା, ଧର୍ମଗଡ଼ ଉପଜିଲାପାଳ ପ୍ରେକ୍ଷା ଅଗ୍ରୱାଲ, ଜିଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ ପ୍ରମୁଖ ଉପସ୍ଥିତ ରହି ନିଜ ଦାୟିତ୍ୱ ନିଭାଇଥିଲେ। ଏହି ଯାତ୍ରାରେ ପିସିସି ସଭାପତି ଭକ୍ତ ଚରଣ ଦାସ ଓ ଭବାନୀପାଟଣା ବିଧାୟକ ସାଗର ଚରଣ ଦାସ ମଧ୍ୟ ସାମିଲ ହୋଇ ମା’ଙ୍କ ଦର୍ଶନ କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସହରର ଘୋଡ଼ାଘାଟ ଛକ ଓ ମନ୍ଦିର ସମ୍ମୁଖରେ ୨ ସୂଚନା କେନ୍ଦ୍ର ଖୋଲାଯାଇଥିଲା। ଏହାକୁ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri