୩ ବାଲ୍ୟବିବାହ ରୋକିଲା ପ୍ରଶାସନ, ୩ ନାବାଳିକା ଉଦ୍ଧାର

ପାପଡ଼ାହାଣ୍ଡି,୧୪।୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକର ତିନୋଟି ସ୍ଥାନରେ ପ୍ରଶାସନ ବାଲ୍ୟବିବାହକୁ ରୋକିବାରେ ସଫଳ ହୋଇଛି। ଏଥିସହ ୩ ନାବାଳିକାଙ୍କୁ ଉଦ୍ଧାର କରି ସଚେତନ କରାଯିବା ସହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ସୂଚନା ଅନୁଯାୟୀ ପାପଡାହାଣ୍ଡି ବ୍ଲକ ପଞ୍ଚାୟତ ସଦର ମହକୁମାର ଜଣେ ନାବାଳକ ସହ କୋଷାଗୁମୁଡ଼ା ଅଞ୍ଚଳର ଜଣେ ବାଳିକାଙ୍କ ବିବାହ କରିବା ପାଇଁ ଡେଙ୍ଗାଗୁଡ଼ା ଗ୍ରାମକୁ ନିଆଯାଇଥିଲା। ଆଦିବାସୀ ପରମ୍ପରା ଅନୁଯାୟୀ ଦୁହିଁଙ୍କ ବିବାହ କରାଇବାକୁ ନିଷ୍ପତ୍ତି ମଧ୍ୟ ହୋଇଥିଲା। ହେଲେ ନାବାଳିକାଙ୍କ ମାଆ, ବାପା ମା ଅବଗତ ନ ଥିଲେ। ବିଶେଷ ସୂତ୍ରରୁ ଖବର ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଶିଶୁ ବିକାଶ ଅଧିକାରୀ ଏସ୍‌. ଗୀତା, ସୁପରଭାଇଜର ସୁକୁମୋନି ବେହେରା, ବ୍ଲକ ସଂଯୋଜକ ଉତ୍ତମ କୁମାର ବେହେରା ଏବଂ ଅଙ୍ଗନଓ୍ବାଡି କର୍ମୀ ନାବାଳକଙ୍କ ଘରେ ପହଞ୍ଚି ବୁଝାଶୁଝା କରିଥିଲେ। ବାଲ୍ୟ ବିବାହ ଏକ ଅପରାଧ ବୋଲି କହିବା ସହ ରାଜିନାମା ଲେଖି ପରେ ନାବାଳିକା କୁ ତାଙ୍କ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଥିଲେ। ସେହିପରି ପାପଡ଼ାହାଣ୍ଡି ବ୍ଲକ ଖୁଟବାଇ ପଞ୍ଚାୟତ ସଦର ମହକୁମାର ଜଣେ ନାବାଳିକା ସହ ଡାବୁଗାଁ ବ୍ଲକ ବଡ଼ଅଲମା ପଞ୍ଚାୟତ ଅନ୍ତର୍ଗତ ଚିକିଲିଆଗୁଡ଼ା ଗ୍ରାମର ନାବାଳକଙ୍କ ଖୁଟବାଇ ଗ୍ରାମରେ ବିବାହ କାର୍ଯ୍ୟକ୍ରମ ଜାରି ରହିଥିଲା। ଖବର ପାଇଁ ଶିଶୁ ବିକାଶ ଅଧିକାରୀ, ବ୍ଲକ ସଂଯୋଜକ ପହଞ୍ଚି ବୁଝାଶୁଝା କରି ବିବାହ ରୋକିବାରେ ସଫଳ ହୋଇଥିଲେ। ଉଭୟ ପରିବାର ବୁଝିବା ସହ ଘରକୁ ଚାଲିଯାଇଥିଲେ। ସେହିପରି ପାପଡ଼ାହାଣ୍ଡି ଗ୍ରାମର ବସଷ୍ଟାଣ୍ଡ ଛକ ସାହିର ନାବାଳକ ସହ ଜୟପୁର ଗ୍ରାମର ନାବାଳିକାଙ୍କ ବିବାହ କରିବା ପାଇଁ ପାପଡ଼ାହାଣ୍ଡି ଅଣାଯାଇଥିଲା। ଉଭୟ ଏକା ସହିତ କଲେଜରେ ପଢ଼ିବା ସମୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ବିବାହ ପାଇଁ ପ୍ରସ୍ତୁତି ଚାଲିଥିବାବେଳେ ଅଧିକାରୀମାନେ ପହଞ୍ଚି ବୁଝାଶୁଝା କରି ବିବାହକୁ ଅଟକାଇଥିଲେ। ଏଥିସହ ରାଜିନାମା ପରେ ନାବାଳିକାଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri