ଦେଓମାଳିରେ ତମ୍ବୁ ଲଗାଇବା ନେଇ କଟକଣା ଜାରି କଲା ପ୍ରଶାସନ

ପଟ୍ଟାଙ୍ଗି୨୯।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ରହିଛି ଦେଓମାଳି ପର୍ଯ୍ୟଟନ ସ୍ଥଳ। ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ରହିବାର ଏବଂ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ତମ୍ବୁର ବ୍ୟବସ୍ଥା କରାଯାଇଛି। ଏନେଇ ବ୍ଲକ ପ୍ରଶାସନ ପକ୍ଷରୁ ପୂର୍ବରୁ ଗଣମାଧ୍ୟମ ଜରିଆରେ ଅବଗତ କରାଯାଇଛି। ହେଲେ ପର୍ଯ୍ୟଟକମାନେ ଏହାକୁ ଅଣଦେଖା କରି ନିଜେ କିମ୍ବା ଘରୋଇ ତମ୍ବୁ ଧରି ପର୍ଯ୍ୟଟନ ସ୍ଥଳକୁ ଆସୁଛନ୍ତି। ଫଳରେ ପ୍ରଶାସନର ନିୟମକୁ ଖୋଲାଖୋଲି ଉଲଂଘନ କରାଯାଉଛି।

ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏକ କଟକଣା ଜାରି କରାଯାଇଛି। ପର୍ଯ୍ୟଟକଙ୍କ ପାଇଁ ପ୍ରଶାସନ ପକ୍ଷରୁ ତମ୍ବୁର ବ୍ୟବସ୍ଥା କରାଯାଇଥିବା ପୁଣି ଅବଗତ କରାଯାଇଛି। ଏପରିକି ପର୍ଯ୍ୟଟନସ୍ଥଳକୁ ତମ୍ବୁ ନ ଆଣିବା ପାଇଁ କଟକଣା ଜାରି କରାଯାଇଛି। ନିୟମ ଉଲଘଂନ କଲେ ଜରିମାନା ଦେବାକୁ ପଡିବ ବୋଲି ଏକ ନୋଟିସ ନଂ.୯୦୯୪/୨୪ ଅନୁଯାଇ ପର୍ଯ୍ୟଟକଙ୍କ ଉଦ୍ଦେଶ୍ୟରେ ଜାରି କରାଯାଇଥିବା ଉପଜିଲାପାଳ ବେଣୁଧର ଶବର କହିଛନ୍ତି।

ସୂଚନା ମୁତାବକ, ଦେଓମାଳି ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କ ପାଇଁ କମ୍‌ ଦାମ୍‌ରେ ପ୍ରଶାସନ ପକ୍ଷରୁ ତମ୍ବୁ ଯୋଗାଇ ଦେବା ସହ ପାଣି ବୋତଲ, ସ୍ନାକ୍ସ ଆଦି ଖାଦ୍ୟ ଯୋଗାଇ ଦେବା ନେଇ ବ୍ୟବସ୍ଥା ହୋଇଛି। ଏପରିକି ବ୍ଲକ ପ୍ରଶାସନ ଓ ପଞ୍ଚାୟତ କାର୍ଯ୍ୟାଳୟର ମିଳିତ ସହଯୋଗରେ ଗତ ୧ ତାରିଖରୁ ଏହି ବ୍ୟବସ୍ଥା ହୋଇଛି।

ହେଲେ ନିୟମକୁ କିଛି ପର୍ଯ୍ୟଟକ ଖିଲାପ କରୁଥିବା ଅଭିଯୋଗ ପାଇ କୋଟିଆ ସରପଞ୍ଚ ଲିୟୁ ଗେମେଲ ଜିଲାପାଳ ଭି.କିର୍ତ୍ତି ଭାସନଙ୍କୁ ଭେଟି ଘଟଣା ସମ୍ପର୍କରେ ଅବଗତ କରାଇଥିଲେ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ବର୍ତ୍ତମାନ ଏହି ପଦକ୍ଷେପ ଗ୍ରହଣ କରିଛି। ନିୟମ ଉଲଘଂନ କଲେ ପର୍ଯ୍ୟଟକଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଜରିମାନା ସ୍ବରୁପ ୫୦୦୦ ଟଙ୍କା ଆଦାୟ କରାଯିବ ବୋଲି ନୋଟିସରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?