ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ ଜଙ୍ଗଲ ଜମିରେ ଚାଷ ସହ ଘର ଦ୍ୱାରକରି ରହୁଛନ୍ତିି। ଏହି ଜମିରେ ବନ ବିଭାଗ ପକ୍ଷରୁ ବୁଧବାର ରୋପଣ କରିବା ପାଇଁ ବନ କର୍ମଚାରୀ, ପୋଲିସ ଓ ତହସିଲର କେତେକ କର୍ମଚାରୀ ଯାଇଥିଲେ।
କିନ୍ତୁ ଏହାକୁ ସେଠାରେ ଦୀର୍ଘଦିନ ଧରି ବାସ କରୁଥିବା କଣ୍ଡରାପାଟିଆ ଗ୍ରାମବାସୀ ତୀବ୍ର ବିରୋଧ କରିବା ସହିତ ଉଭୟ ପକ୍ଷଙ୍କ ମଧ୍ୟରେ ଗଣ୍ଡଗୋଳ ସହ ମାରପିଟ୍‌ ହୋଇଥିଲା। ଉତ୍ତ୍ୟକ୍ତ ଗ୍ରାମବାସୀ ଚାରାରୋପଣକୁ ବିରୋଧକରି ଗଁାମୁଣ୍ଡ ମୁଖ୍ୟ ରାସ୍ତାରେ ଧାରଣା ଦେଇଥିଲେ। ଫଳରେ ବନ ବିଭାଗ ପକ୍ଷରୁ ଉକ୍ତ ଜମିର ସୀମା ନିର୍ଦ୍ଧାରଣ ପାଇଁ ପିଲର ତିଆରି କରିବାକୁ ନେଇ ଯାଉଥିବା ବାଲି, ସିମେଣ୍ଟ ଓ ଗୋଡ଼ି ଗାଡିକୁ ଗ୍ରାମବାସୀ ଅଟକାଇ ଗୋ ବ୍ୟାକ ନାରା ଦେଇଥିଲେ। ପରେ ବନ ବିଭାଗ କର୍ମଚାରୀମାନେ ଫେରି ଆସିଥିଲେ। ଫଳରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା। ଉଭୟ ପକ୍ଷ ଆହତ ହୋଇଥିଲେ ମଧ୍ୟ ଥାନାରେ ଅଭିଯୋଗ ହୋଇନି। ସୁରକ୍ଷା କର୍ମୀମାନେ ଘଟଣାସ୍ଥଳରେ ପଇଁତରା ମାରୁଥିବା ଦେଖିବାକୁ ମିଳିଛି। ଏହି ସମସ୍ୟାର ସମାଧାନ ବାଟ ଫିଟିବା ପାଇଁ ଏକ ସତନ୍ତ୍ର ବୈଠକ ବସିବ ବୋଲି ତହସିଲ ପ୍ରଶାସନ ପକ୍ଷରୁ କୁହାଯାଇଛି।
ସୂଚନା ଅନୁସାରେ ସରପଞ୍ଚ ବିଶ୍ୱଜିତ ବସୁ କହିଛନ୍ତି, ଦୀର୍ଘ ପ୍ରାୟ ୭୫ ବର୍ଷ ଧରି ଗ୍ରାମବାସୀ ଏହି ପତିତ ଜମିରେ ଚାଷବାସ କରି ପରିବାର ପୋଷଣ କରୁଛନ୍ତି। ବିଧାୟକ ଦୁର୍ଗା ପ୍ରସନ୍ନ ନାୟକଙ୍କ ହସ୍ତକ୍ଷେପ ପରେ ଚାରାରୋପଣ ସ୍ଥଗିତ ରହିଛି। ଏହି ଘଟଣାର ଶାନ୍ତିପୂର୍ଣ୍ଣ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଦୃଷ୍ଟି ଦେବାପାଇଁ ଲୋକେ ଦାବି କରିଛନ୍ତି। ଘଟଣାସ୍ଥଳରେ ପ୍ରଶାସନ ପକ୍ଷରୁ ଅତିରିକ୍ତ ତହସିଲଦାର ପ୍ରଭଞ୍ଜନ ମିଶ୍ର, ଏସିଏଫ ଗଗନ ବିହାରୀ ମଲିକ ଓ ରେଞ୍ଜ ଅଧିକାରୀ ଶାନ୍ତନୁ କୁମାର ଦଳାଇଙ୍କ ସମେତ ଦୁଇ ପ୍ଲାଟୁନ ଫୋର୍ସ ସହିତ ଜମ୍ବୁ ସାମୁଦ୍ରିକ ଥାନା ଓ ବନ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ରାଜନଗର ବନଖଣ୍ଡ ଅଧିକାରୀ ଭରଦ୍ୱାଜ ଗାଁଓଙ୍କରଙ୍କ ମତାମତ ନେବାରେ ଗ୍ରାମବାସୀଙ୍କ ବିରୋଧ ଯୋଗୁ ସାମୟିକ ଭାବେ ଚାରାରୋପଣ ସ୍ଥଗିତ ରହିଛି। ଆଗାମୀ ଦିନରେ ଧାରାବାହିକ ଭାବରେ ଚାରା ରୋପଣ ସହ ଆଇନ ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri