ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର ପରିଦର୍ଶନ କରାଯାଇଛି। ରେଳଧରଣାର ଅପରପାର୍ଶ୍ୱରେ ବାଲଡ଼ା ପଞ୍ଚାୟତ ଡାବାପୁଟ, ଅଟୁବ, ଲୁଲୁବୁର, ବଡହଞ୍ଜର, ବଡିଗାପୁଟ, ଦୋରାସୁବୁଲାର, ମାଳିସୁବୁଲାର ଆଦି ୭ ଗ୍ରାମବାସୀଙ୍କୁ ବିପଦସଙ୍କୁଳ ଅବସ୍ଥାରେ ରେଳଧାରଣା ପାରି କରି ଯାତାୟାତ କରୁଥିଲେ। ରେଳଧାରଣା ପୋଲ ନ ୧୪୧/୧୩ ନିକଟରେ ଏକ ପୁସିଂ ବ୍ରିଜ ନିର୍ମାଣ ପାଇଁ ଲୋକେ ଦାବି କରୁଥିଲେ। ନନ୍ଦପୁର ବ୍ଲକ ପରିସରରେ ଅନୁଷ୍ଠିତ ମିଳିତ ଜନଶୁଣାଣିରେ ପଞ୍ଚାୟତର ସମିତିସଭ୍ୟ ତଥା ବ୍ଲକ ଅଧ୍ୟକ୍ଷା ସାବିତ୍ରୀ କାର୍ତୁଲ ଅଭିଯୋଗ ପତ୍ର ଦେଇ ସୋମବାର ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଜିଲାପାଳ ନନ୍ଦପୁର ତହସିଲଦାର, ଆରଡି, ପୂର୍ତ୍ତବିଭାଗ ଓ ରେଳ ବିଭାଗର ଅଧିକାରୀଙ୍କୁ କ୍ଷେତ୍ର ପରିଦର୍ଶନ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ରେଳ ବିଭାଗ କନଷ୍ଟ୍ରକସନ ଯନ୍ତ୍ରୀ ଜୁଏଲ କୁଳଦୀପ, ଆରଡି ବିଭାଗ ଯନ୍ତ୍ରୀ ଜୟନ୍ତ ସାହୁ, ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀ ଶରତ ପାତ୍ର, ବାଲଡ଼ା ରାଜସ୍ବ ନୀରିକ୍ଷକ ବିନୋଦ ପଟ୍ଟନାୟକ ପ୍ରମୁଖଙ୍କୁ ନେଇ ଗଠିତ ମିଳିତ ଟିମ୍‌ କ୍ଷେତ୍ର ପରିଦର୍ଶନ କରିଛନ୍ତି। ୭ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି। ମିଳିତ ଟିମ୍‌ର ଫିଜିବିଲିଟୀ ରିପୋର୍ଟ ପ୍ରଦାନ କରିବା ପରେ ପୁସିଂ ବ୍ରିଜ ନିର୍ମାଣକୁ ଶୀଘ୍ର ମଞ୍ଜୁରୀ ମିଳିବ ବୋଲି ରେଳ ବିଭାଗ ପକ୍ଷରୁ ସୂଚନା ମିଳିଛି। ପୁସିଂ ବ୍ରିଜ ନିର୍ମାଣ ହେଲେ ୭ ଗ୍ରାମବାସୀଙ୍କ ଯାତାୟାତ କଷ୍ଟ ଦୂର ହେବ ବୋଲି ଅଧ୍ୟକ୍ଷା କାର୍ତ୍ତୁଲ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?