ଲୋୟର ସୁକତେଲ ପ୍ରକଳ୍ପ ବିସ୍ଥାପିତଙ୍କ ସହ ପ୍ରଶାସନର ଆଲୋଚନା: ଦାବି ପୂରଣ ନ ହେଲେ ଆସନ୍ତାକାଲି ହେବ…

ବଲାଙ୍ଗୀର, ୨୮।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ ପ୍ରକଳ୍ପର ବିସ୍ଥାପିତମାନଙ୍କ ସହ ମଙ୍ଗଳବାର ଜିଲା ପ୍ରଶାସନ ଓ ଲୋୟର ସୁକତେଲ ପ୍ରକଳ୍ପ ଅଧିକାରୀମାନେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ବୈଠକରେ ଝାଙ୍କରପାଲି ଓ ଗେଡାବାଞ୍ଜି ପୁନର୍ବାସ କଲୋନୀରେ ରହୁଥିବା ବିସ୍ଥାପିତମାନେ ବିସ୍ଥାପିତମାନଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଓ ପାନୀୟ ଜଳଯୋଗାଣ ସମସ୍ୟାର ସମାଧାନ ଉପରେ ଆଲୋଚନା କରିଥିଲେ। ଦୀର୍ଘ ଦିନ ହେଲା ସମସ୍ୟାର ସମାଧାନ ପାଇଁ ଦାବି କରୁଥିଲେ ମଧ୍ୟ ପ୍ରଶାସନ କୌଣସି ପଦକ୍ଷେପ ନ ନେବାରୁ ବିସ୍ଥାପିତମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବିସ୍ଥାପିତ ହେବାର ୮୫୦ ଦିନ ବିତି ଯାଇଥିଲେ ମଧ୍ୟ ବିସ୍ଥାପିତ କଲୋନୀ ରହୁଥିବା ବିସ୍ଥାପିତମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ କୌଣସି ମୌଳିକ ସୁବିଧାର ବ୍ୟବସ୍ଥା କରାଯାଇନାହିଁ। ଲୋୟର ସୁକତେଲ ପ୍ରକଳ୍ପ ବିସ୍ଥାପିତଙ୍କ ଦାବି ପୂରଣ ନ ହେଲେ ସେମାନେ ବାଧ୍ୟ ହୋଇ ଆସନ୍ତାକାଲି ଅର୍ଥାତ୍‌ ବୁଧବାର ରାସ୍ତା ରୋକୋ କରି ଆନ୍ଦୋଳନ କରିବେ ବୋଲି କହିଛନ୍ତି ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?