ପ୍ରଶାସନ ପକ୍ଷରୁ ତତ୍ପରତା: ବଙ୍ଗଭାଷୀଙ୍କୁ ମିଳିବ ସ୍ଥାୟୀ ଜମି ପଟ୍ଟା

ମହାକାଳପଡ଼ା,୫ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତିଘର , ଖରିନାସୀ, ରାମନଗର ସମେତ ଅନ୍ୟ ବଙ୍ଗଭାଷୀ ଅଞ୍ଚଳରେ ସରକାରୀ ଜମି ଜମା ସମସ୍ୟାକୁ ନେଇ ପ୍ରଶାସନ ପକ୍ଷରୁ ଏକ ସମୀକ୍ଷା ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ, କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର, ଅତିରିକ୍ତ ଜିଲାପାଳ (ରାଜସ୍ବ) ରବୀନ୍ଦ୍ର କୁମାର ମଲିକ, ଉପଜିଲାପାଳ ଅରୁଣ କୁମାର ନାୟକ, ଅତିରିକ୍ତ ଏସ୍‌ପି ସୁଧାକର ସାହୁ, ତହସିଲଦାର ଶିବ ମଲିକ , ବିଡିଓ ସୌମ୍ୟଶ୍ରୀ ପାଣିଗ୍ରାହୀ, ଅତିରିକ୍ତ ତହସିଲଦାର ପ୍ରଭଞ୍ଜନ ମିଶ୍ର, ଥାନା ଅଧିକାରୀ ରାଜେନ୍ଦ୍ର କୁମାର ମହାପାତ୍ର, ରାମଚଣ୍ଡୀ ସର୍କଲ ରାଜସ୍ବ ନିରୀକ୍ଷକ ବିଜୟ କୁମାର ବେହେରାଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ, ଜନ ପ୍ରତିନିଧି, ଚାଷୀମାନେ ଉପସ୍ଥିତ ଥିଲେ। ବୈଠକରେ ବିଶେଷ କରି ବଙ୍ଗଭାଷୀମାନେ ୧୯୬୬ଠାରୁ ସରକାରୀ ଜମିକୁ ଦୀର୍ଘବର୍ଷ ଧରି ଦଖଲ କରି ଚାଷ ଓ ବସବାସ କରୁଛନ୍ତି। ଏମାନେ ଇଣ୍ଟିମେଶନ ଲେଟର ବା କେ ଫର୍ମ ପଟ୍ଟା ଦର୍ଶାଇ ଦଖଲ କରିଛନ୍ତି। ଏମାନେ ୪ ହଜାର ଏକରରୁ ଅଧିକ ଜମି ଦୀର୍ଘବର୍ଷ ଧରି ଦଖଲ କରିଥିବାରୁ ସ୍ଥାୟୀ ପଟ୍ଟା ପ୍ରଦାନ ପାଇଁ ଦାବି ହୋଇଆସୁଛି ବୋଲି କୁହାଯାଇଛି। ଏମାନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ ପାଇଁ ବୈଠକରେ ଆଲୋଚନା ହୋଇଥିଲା। ସେହିପରି ପାରାଦୀପ-ରୁମାଲିଗଡ଼ ପାଇପ ଲାଇନ ଯାଉଥିବା ତେନ୍ତୁଲି କନ୍ଧା ଗ୍ରାମ ଜମି ହରାଇବା ଚାଷୀ ଓ ଜମି ମାଲିକମାନଙ୍କୁ ସେମାନଙ୍କ ପ୍ରାପ୍ୟ ଉଚିତ ଜମିର ମୂଲ୍ୟ ପ୍ରଦାନ ପାଇଁ ବୈଠକରେ ଆଲୋଚନା ହୋଇଥିଲା। ବିଗତ ୩ ବର୍ଷର ଜମିର ମୂଲ୍ୟ ନିର୍ଦ୍ଧାରଣ କରାଯାଇ ଅର୍ଥ ପ୍ରଦାନ ପାଇଁ ନିଷ୍ପତ୍ତି ଗ୍ରହଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri