ଉପନିର୍ବାଚନ ପାଇଁ ପ୍ରଶାସନର ତତ୍ପରତା: ପ୍ରଶାସନ ଓ ରାଜନୈତିକ ଦଳ ସହ କମିଶନରଙ୍କ ଆଲୋଚନା

ନୂଆପଡ଼ା,୨୯ା୯ (ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ଜିଲା ପ୍ରଶାସନ ତପତ୍ରତା ପ୍ରକାଶ କରିଛି। ରବିବାର ଉତ୍ତରାଞ୍ଚଳ ରାଜସ୍ବ କମିଶନର ତଥା ଇଲେକ୍ଟୋରାଲ ରୋଲ ଅବଜର୍ଭର ସଚିନ ରାମଚନ୍ଦ୍ର ଯାଦବ ନୂଆପଡ଼ା ଗସ୍ତ କରି ଜିଲାପାଳ, ଏସ୍‌ପି, ପ୍ରଶାସନିକ ଅଧିକାରୀ, ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବିଶେଷ କରି ଏସ୍‌ଏସ୍‌ଆର୍‌ ଉପରେ ଆଲୋଚନା କରିଛନ୍ତି। ଜିଲା ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ଜିଲାପାଳ ମଧୁସୂଦନ ଦାଶ ସମସ୍ତଙ୍କୁ ସ୍ବାଗତ କରି ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ନୂଆପଡାରେ ଚିଠା ଭୋଟର ତାଲିକା ପ୍ରକାଶିତ ହୋଇସାରିଛି। ନୂଆପଡ଼ା ନିର୍ବାଚନ ମଣ୍ଡଳୀରେ ମୋଟ ୩୫୮ ଭୋଟ ଗ୍ରହଣ କେନ୍ଦ୍ର ରହିଛି। ସମସ୍ତ କେନ୍ଦ୍ର ପାଇଁ ୩୫୮ ଜଣ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ବିଏଲ୍‌ଓ ଭାବରେ ନିଯୁକ୍ତ ହୋଇଛନ୍ତି। ଏଠାରେ ମୋଟ ୬ ହଜାର ୭୧୨ଟି ଆବେଦନ ଭୋଟର ତାଲିକା ସଂଶୋଧନ ପାଇଁ ମିଳିଛି। ନିର୍ବାଚନମଣ୍ଡଳୀର ମୋଟ ଭୋଟର ସଂଖ୍ୟା ୨ ଲକ୍ଷ ୪୮ ହଜାର ୩୮୨ ଥିବାବେଳେ ପୁରୁଷ ୧ ଲକ୍ଷ ୨୨ ହଜାର ୧୪୮, ମହିଳା ୧ ଲକ୍ଷ ୨୬ ହଜାର ୨୧୩ ଓ ତୃତୀୟ ଲିଙ୍ଗ ୨୧ ଜଣ ରହିଛନ୍ତି। କମିଶନର ଯାଦବ ସମସ୍ତ ରାଜନୈତିକ ଦଳ ଉପନିର୍ବାଚନକୁ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ପ୍ରଶାସନକୁ ସହଯୋଗ କରିବାକୁ କହିଥିଲେ। ସେ ଆହୁରି କହିଥିଲେ, ସବୁ ଯୋଗ୍ୟ ଭୋଟର ତାଲିକାରେ ରହିବା ଆବଶ୍ୟକ। ୮୫ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତ ଭୋଟରଙ୍କ ଯାଞ୍ଚ ଠିକ ଭାବରେ ହେବ। ସମସ୍ତ ଦଳ ବୁଥ୍‌ ଲେବୁଲ ଏଜେଣ୍ଟଙ୍କ ତାଲିକା ଶୀଘ୍ର ଦାଖଲ କରିବେ। ଯେଉଁ ଝିଅମାନେ ବିବାହ ହୋଇସାରିଛନ୍ତି ସେମାନଙ୍କ ଭୋଟର ତାଲିକା କେବଳ ଗୋଟିଏ ସ୍ଥାନରେ ରହିବ। ସମ୍ଭାବ୍ୟ ବିଧାୟକ ପ୍ରାର୍ଥୀଙ୍କ ନାମ ଭୋଟର ତାଲିକାରେ ଅଛି କି ନାହିଁ ତାହା ଯାଞ୍ଚ କରିବାକୁ କହିଥିଲେ। ବୈଠକରେ ଜିଲାପାଳଙ୍କ ସମେତ ଏସ୍‌ପି ଅମୃତ ପାଲ ସିଂ, ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲାପାଳ ତଥା ଇଆର୍‌ଓ ସୁର୍ମି ସୋରେନ, ଏଇଆର୍‌ଓ ତଥା କୋମନା ବିଡିଓ ସର୍ବେଶ୍ୱର ଜାଲ, ନୂଆପଡା ବିଡିଓ ରୋହିତ ଭୋଇ, ନୂଆପଡା ତହସିଲଦାର ପ୍ରଣବ ରଞ୍ଜନ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ରାଜନୈତିକ ଦଳରୁ ଭାଜପା ଜିଲା ସଭାପତି କମଲେଶ ଦୀକ୍ଷିତ, ଆଇଏନ୍‌ସିରୁ ଦେବଦତ୍ତ ଦୀକ୍ଷିତ, ବିଜେଡିରୁ ରମାକାନ୍ତ ସିଂ କ୍ଷେତ୍ରିୟ ଓ ଆପ୍‌ରୁ ଗନନ ମାଝି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri