ଅବାଧ ନିର୍ବାଚନ ପାଇଁ ପ୍ରଶାସନର ଜୋର୍‌ଦାର ପ୍ରୟାସ

ଦାରିଙ୍ଗବାଡ଼ି,୧୨ା୫(ଅରୁଣ ସାହୁ): ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ସାରା ରାଜ୍ୟରେ ପୋଲିସ ସକ୍ରିୟ ହୋଇ ଉଠିଥିବା ବେଳେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯିବା ସହ ଫ୍ଲାଗ୍‌ମାର୍ଚ୍ଚ ଆଦି କରି ଲୋକଙ୍କୁ ସଚେତନ କରାଯାଉଛି। ଏହି କ୍ରମରେ କନ୍ଧମାଳ ପ୍ରଶାସନର ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି ଅଞ୍ଚଳରେ ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ  ଗାଡ଼ିମୋଟର ଯାଞ୍ଚ କରାଯାଉଛି। ରବିବାର ଉକ୍ତ ବ୍ଲକର ୫୯ ନଂ ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଗାଡ଼ିମୋଟର,ବାଇକ୍‌ ଡିକି, କାର୍‌ ଓ ତାଠାରୁ ବଡ଼ ଗାଡ଼ିକୁ ତନତନ ଯାଞ୍ଚ କରାଯାଇଥିବା ଗାଡ଼ିରେ ଯାତ୍ରା କରୁଥିବା ଲୋକଙ୍କ ବ୍ୟାଗ୍‌ ଆଦି ଯାଞ୍ଚ କରାଯାଇଥିବା ବେଳେ ଏଥିରୁ ଆମ୍ବୁଲାନ୍ସ ବାଦ ପଡ଼ିନାହିଁ ଏକ ରୋଗୀ ବିହିନ ଆମ୍ବୁଲାନ୍ସ ଦାରିଙ୍ଗବାଡ଼ିରୁ ବାଲିଗୁଡ଼ା ଅଭିମୁଖେ ଯାତ୍ରା କରୁଥିବା ବେକେ ସିମନବାଡ଼ି ନିକଟରେ ଅଟକାଇ ତାକୁ ଯାଞ୍ଚ କରିବାକୁ ଫ୍ଲାଇ ସ୍କ୍ବାଡ୍‌ ର ମୁଖ୍ୟ ତଥା ଅତିରିକ୍ତ ତହସିଲଦାର କୃଷ୍ଣଚନ୍ଦ୍ର ନାୟକ ନିର୍ଦ୍ଦେଶ ଦେଇଥିଲେ। ଏଏସ୍‌ଆଇ ଶ୍ରୀନିବାସ ରାଓ ସଦଳବଳ ଉକ୍ତ ଆମ୍ବୁଲାନ୍ସକୁ ଯାଞ୍ଚ କରିଥିଲେ। ତେବେ ଆମ୍ବୁଲାନ୍ସରେ କୌଣସି ରୋଗୀ ନ ଥିବା ଜଣାପଡ଼ିଛି। ସେହିପରି ଦାରିଙ୍ଗବାଡ଼ି ଆଇଆଇସି ଆନନ୍ଦ ଚନ୍ଦ୍ର ପାତ୍ରଙ୍କ ନେତୃତ୍ୱରେ ଦାରିଙ୍ଗବାଡ଼ିର ଡବେରୀଠାରେ ଏକ ଅସ୍ଥାୟୀ ପୋଲିସ କ୍ୟାମ୍ପ୍‌ କରାଯାଇ ଗାଡ଼ିମୋଟର ଯାଞ୍ଚ କରାଯାଉଥିବା ବେଳେ ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚିରଞ୍ଜିବୀ ବେହେରାଙ୍କ ନେତୃତ୍ୱରେ ଥାନା ଛକ ନିକଟରେ କ୍ୟାମ୍ପ୍‌ କରି ପୋଲିସ ପକ୍ଷରୁ ଗାଡ଼ିମୋଟର ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri