ପ୍ରଶାସନିକ ଉଦାସୀନତା: ୨ ଶିକ୍ଷକଙ୍କ କାନ୍ଧରେ ହାଇସ୍କୁଲ, ୧୦୦ ପିଲାଙ୍କ ହଷ୍ଟେଲ ଭାର

ଜମନକିରା,୧୯।୮(ରବିନ୍ଦ୍ର ପ୍ରସାଦ ଦାନୀ):ଗୋଟିଏ ପଟେ ସରକାର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସଂସ୍କାର ଓ ରୂପାନ୍ତରଣର ଦିଗଦର୍ଶନ ଦେଉଛନ୍ତି। ଅନ୍ୟପଟେ ଗ୍ରାଉଣ୍ଡ ଜିରୋରେ ସରକାରୀ ହାଇସ୍କୁଲଗୁଡ଼ିକ କର୍ମଚାରୀ ଓ ଶିକ୍ଷକ ଅଭାବରୁ ଧୁକୁଧୁକୁ ହୋଇ ଚାଲିଛି। ଏହାର ଏକ ଚରମ ଅବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ସମ୍ବଲପୁର ଜିଲା ଜମନକିରା ବ୍ଲକ ଅନ୍ତର୍ଗତ ଟିକିଲିପଡ଼ା ଉଚ୍ଚ ବିଦ୍ୟାଳୟରୁ। ଏଠାରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ଏବଂ ୧୦୦ ଜଣିଆ ଛାତ୍ରାବାସର ସମସ୍ତ ଭାର ମାତ୍ର ୨ ଜଣ ଶିକ୍ଷକ ଓ ଜଣେ ପିଇଟିଙ୍କ ଉପରେ ଲଦି ଦିଆଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, କିଛି ମାସ ପୂର୍ବରୁ ଏହି ବିଦ୍ୟାଳୟରୁ ପ୍ରଧାନ ଶିକ୍ଷକ, କେତେକ ସହକାରୀ ଶିକ୍ଷକ ଏବଂ କିରାଣୀ କିଛି ମାସ ବ୍ୟବଧାନରେ ଅବସର ଗ୍ରହଣ କରିଛନ୍ତି। କିନ୍ତୁ ବିଡ଼ମ୍ବନାର ବିଷୟ, ସେମାନଙ୍କ ସ୍ଥାନରେ ନୂତନ ଶିକ୍ଷକ କିମ୍ବା କର୍ମଚାରୀ ନିଯୁକ୍ତି ଦିଆଗଲା ନାହିଁ। ବର୍ତ୍ତମାନ ମାତ୍ର ଦୁଇ ଜଣ ଶିକ୍ଷକଙ୍କୁ ବିଦ୍ୟାଳୟର ସମସ୍ତ ବିଷୟ ପଢ଼ାଇବା ସହ ଅଫିସ କାମ, ଡାଟା ଏଣ୍ଟ୍ରି, ରେକର୍ଡ ପରିଚାଳନା ଓ ମଧ୍ୟାହ୍ନ ଭୋଜନ ଭଳି ପ୍ରଶାସନିକ ବୋଝ ମଧ୍ୟ ତୁଲାଇବାକୁ ପଡ଼ୁଛି। ସମସ୍ୟା ଏତିକିରେ ସରିନାହିଁ। ବିଦ୍ୟାଳୟ ପରିସରରେ ଥିବା ଛାତ୍ରାବାସରେ ପ୍ରାୟ ୧୦୦ ଜଣ ପାଖାପାଖି ଛାତ୍ର ରହି ପାଠ ପଢ଼ୁଛନ୍ତି।

ସେମାନଙ୍କ ସୁରକ୍ଷା, ଖାଦ୍ୟପେୟ, ଶୃଙ୍ଖଳା, ସ୍ବାସ୍ଥ୍ୟ ଏବଂ ୨୪ ଘଣ୍ଟିଆ ତଦାରଖ ଭଳି ଅତି ସମ୍ବେଦନଶୀଳ ଦାୟିତ୍ୱ ମଧ୍ୟ ଏହି ଦୁଇ ଜଣ ଶିକ୍ଷକ ଓ ପିଇଟିଙ୍କୁ ହିଁ ବହନ କରିବାକୁ ପଡ଼ୁଛି। ଦିନରେ ଶିକ୍ଷାଦାନ ଓ କାର୍ଯ୍ୟାଳୟ କାମ, ଏବଂ ରାତିରେ ହଷ୍ଟେଲ ତଦାରଖ କରିବା ଦ୍ୱାରା ଶିକ୍ଷକମାନେ ଚରମ ମାନସିକ ଓ ଶାରୀରିକ ଚାପରେ ଗତି କରୁଛନ୍ତି।

ଫଳରେ ଗୋଟିଏ ଶ୍ରେଣୀରେ ପାଠପଢ଼ା ଚାଲିଥିବା ବେଳେ ଅନ୍ୟ ଶ୍ରେଣୀର ପିଲାମାନେ କେବଳ ବସି ରହି ସମୟ ବିତାଉଛନ୍ତି। ଏହି ଜଟିଳ ସମସ୍ୟାର ଗୁରୁତ୍ୱକୁ ଉପଲବ୍ଧି କରି ବିଦ୍ୟାଳୟ ପରିଚାଳନା କମିଟି (SMC) ପକ୍ଷରୁ ବାରମ୍ବାର ସ୍ଥାନୀୟ ଜନପ୍ରତିନିଧି, ନେତା, ମନ୍ତ୍ରୀ ଏବଂ ଜିଲ୍ଲାର ଉଚ୍ଚ ପ୍ରଶାସନିକ ଅଧିକାରୀଙ୍କୁ ଲିଖିତ ଭାବେ ଅବଗତ କରେଇଛନ୍ତି। କିନ୍ତୁ ଅତ୍ୟନ୍ତ ଦୁଃଖର ବିଷୟ, ବାରମ୍ବାର ଦାବି ସତ୍ତ୍ୱେ ଅଦ୍ୟାବଧି ପ୍ରଶାସନ କିମ୍ବା ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ।

ପ୍ରଶାସନର ଏଭଳି ନୀରବତା ଯୋଗୁ ଆଗକୁ ଆସୁଥିବା ମାଟ୍ରିକ ବୋର୍ଡ ପରୀକ୍ଷାର୍ଥୀଙ୍କ ସମେତ ଶତାଧିକ ଗରିବ ଓ ଗ୍ରାମୀଣ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ ଠେଲି ହୋଇଯାଉଛି। ବିଦ୍ୟାଳୟର ସୁଦୃଶ୍ୟ ଫାଟକ ଓ ସବୁଜ ପରିବେଶ ଭିତରେ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ଦେଖି ଅଭିଭାବକ ଓ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଜିଲ୍ଲା ଶିକ୍ଷା ବିଭାଗ ଏବଂ ଜିଲା ପ୍ରଶାସନ ତୁରନ୍ତ ଟିକିଲିପଡ଼ା ଉଚ୍ଚ ବିଦ୍ୟାଳୟରେ ଆବଶ୍ୟକୀୟ ବିଷୟଭିତ୍ତିକ ଶିକ୍ଷକ, ପ୍ରଧାନ ଶିକ୍ଷକ ଓ କର୍ମଚାରୀ ନିଯୁକ୍ତି ନ କଲେ ଆଗାମୀ ଦିନରେ ବିଦ୍ୟାଳୟରେ ତାଲା ବନ୍ଦ କରି ରାଜରାସ୍ତାକୁ ଓହ୍ଲାଇବା ପାଇଁ ପରିଚାଳନା କମିଟି ଓ ଗ୍ରାମବାସୀ ଚେତାବନୀ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?