ପ୍ରଶାସନିକ ଅବହେଳା: ବ୍ଲକ ଘେରାଉ

ଟିଟିଲାଗଡ,୨୮ା୧୦(ଡି.ଏନ.ଏ.): ଟିଟିଲାଗଡ ବ୍ଲକ ପ୍ରଶାସନ ସାଧାରଣ ଜନତାଙ୍କ ସମସ୍ୟା ପ୍ରତି ଆଖି ବୁଜି ଦେଇଥିବା ଅଭିଯୋଗ କରି ଗରିବ ସେନା ଟିଟିଲାଗଡ଼ ପକ୍ଷରୁ ଶୁକ୍ରବାର ବ୍ଲକ ଘେରାଉ କରାଯାଇଛି । ସଂଗଠନର ସଭାପତି ବୀରେନ୍ଦ୍ର ବାଗଙ୍କ ନେତୃତ୍ୱରେ ଗ୍ରାମାଞ୍ଚଳର ମହିଳା ପୁରୁଷମାନେ ସ୍ଥାନୀୟ ହାଇସ୍କୁଲ ପଡିଆରୁ ଶୋଭାଯାତ୍ରାରେ ବାହାରି ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧରେ ବିଭିନ୍ନ ନାରାବାଜି ଦେବା ସହ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ପ୍ରତିବାଦ ସଭାରେ ସଂଗଠନର ସଭାପତି ବାଗ ବ୍ଲକ ପ୍ରଶାସନ କେବଳ ଲାଞ୍ଚ କାରବାର ଏବଂ ଦୁର୍ନୀତିରେ ବୁଡି ରହିଥିବା ଅଭିଯୋଗ କରିଥିଲେ। ଅସହାୟ ଲୋକେ ଭତ୍ତାରୁ ବଞ୍ଚିତ ହୋଇ ରହିଛନ୍ତି । ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ କାମ କରି ଶ୍ରମିକ ପାଉଣା ପାଉନାହାନ୍ତି । ପ୍ରଧାନମନ୍ତ୍ରୀ ଆବାସ ପାଇଁ ପାଉଣା ମାସ ମାସ ହେଲା ବକେୟା ରହିଛି । ଗରିବ ଲୋକେ ବିଭିନ୍ନ ଉପାୟରେ ଶୋଷିତ ହେଉଥିବା ବେଳେ ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି । ଏହା ବିରୋଧରେ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର ହେବ ବୋଲି ଚେତାବନୀ ଦିଆଯାଇଛି । ପରେ ସଂଗଠନ ପକ୍ଷରୁ ଅତିରିକ୍ତ ବିଡ଼ିଓ ମେନକା ମେହେରଙ୍କୁ ଏସଡ଼ିପିଓ ଅଙ୍କିତା କୁମ୍ଭାର, ଥାନା ଆଇଆଇସି ରଞ୍ଜନ ବରିହାଙ୍କ ଉପସ୍ଥିତିରେ ଦାବିପତ୍ର ପ୍ରଦାନ କରାଯାଇଥଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri