ଗାଁରେ ପଡୁନି ପ୍ରଶାସନିକ ଅଧିକାରୀଙ୍କ ପାଦ

ଦଶମନ୍ତପୁର,୨୬ା୧୨ (ଅରବିନ୍ଦ ନାୟକ): ସ୍ବାଧୀନତାର ଦୀର୍ଘବବର୍ଷ ପରେ ମଧ୍ୟ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ପ୍ରଶାସନିକ ଅଧିକାରୀମାନଙ୍କ ପାଦ ପଡୁନି। ଫଳରେ ବ୍ଲକର ବିଭିନ୍ନ ଗ୍ରାମରେ ବହୁ ସମସ୍ୟା ଥିଲେ ମଧ୍ୟ ତାହା ସମାଧାନେ ହୋଇପାରୁନି। ସରକାରଙ୍କ ପକ୍କାଘର, ଆବାସ ଆଦି ବିଭିନ୍ନ ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚୁନି। ଏପରି ଦେଖିବାକୁ ମିଳିଛି ପିଣ୍ଡାପଦର ପଞ୍ଚାୟତର ଲୋରେଶ ଗ୍ରାମରେ। ଗ୍ରାମରେ ୩୫ ଘର ଆଦିବାସୀ, କମାର ଓ ପାଇକ ସମ୍ପ୍ରଦାୟର ଲୋକେ ବସବାସ କରନ୍ତି। ବ୍ଲକଠାରୁ ଲୋରେଶ ଗ୍ରାମ ୯ କି.ମି. ଦୂରରେ ରହିଥିଲେ ମଧ୍ୟ ଅନ୍ଧରୀ ଗାଡ଼ ନଦୀ ଯୋଗୁ କୌଣସି ବିକାଶ ଗ୍ରାମରେ ପହଞ୍ଚତ୍ପାରୁନି। ଗମନା ଗମନ, ଶିକ୍ଷା, ପାନୀୟ ଜଳ ଏବଂ ବିଦ୍ୟୁତ ଆଦି ଯୋଜନାରୁ ବଞ୍ଚତ୍ତ ଗ୍ରାମବାସୀ ଅସୁସ୍ଥ ବ୍ୟକ୍ତି କିମ୍ବା ଗର୍ଭବତୀ ମହିଳାଙ୍କୁ ଡାକ୍ତରଖାନାରେ ପହଞ୍ଚାଇବାକୁ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ଶିକାକୁ ମାଳ କରି ଦୋଳାରେ ବୋହି ସେମାନେ ଅସୁସ୍ଥଙ୍କୁ ମରିଚଗୁଡ଼ା ଯାଏ ନେଇ ସେଠାରୁ ଡାକ୍ତରଖାନା ନେଇଥାନ୍ତି ବୋଲି କହିଛନ୍ତି। ସମସ୍ୟା ଘେରରେ ରହିଥିବା ଲୋରେଶ ଗ୍ରାମରେ ବହୁ ସମସ୍ୟା ରହିଥିଲେ ମଧ୍ୟ ଏଯାଏ କୌଣସି ପ୍ରଶାସନିକ ଅଧିକାରୀଙ୍କ ପାଦ ପଡିନି। ନିର୍ବାଚନ ସମୟରେ ବିଭିନ୍ନ ରାଜନୈତିକ ଦଳର ନେତା ମିଛ ପ୍ରତିଶ୍ରୁତି ଦେଇ ବିଜୟୀ ହେବା ପରେ ଗ୍ରାମକୁ ଭୁଲିଯାଉଛନ୍ତି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମକୁ ପକ୍କା ରାସ୍ତା, ପାନୀୟ ଜଳ ବ୍ୟବସ୍ଥା ସହ ଗ୍ରାମର ସମସ୍ୟା ଦୂର ନ କଲେ ଏହାର ଜବାବ ଆମେ ଆଗାମୀ ସାଧାରଣ ନିର୍ବାଚନରେ ଭୋଟ ବର୍ଜନ କରି ଏହାର ଜବାବ ଦେବୁ ବୋଲି କହିଛନ୍ତି ଗ୍ରାମର ସନାରୀ ଜାନି, ଦୁଲା କୁଲିସିକା, ଧୋବା ସାଉଁନ୍ତା, ପ୍ରତାପ ସାଉଁନ୍ତା, ରଞ୍ଜ ମିଣିଆକା, ଉଦ୍ଧବ ସାଉଁନ୍ତା, ଚନ୍ଦ୍ର ପାଇକ, କାଳିଆ ଜାନି ଓ ଲୋଚ ସାଉଁନ୍ତା। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri