ପ୍ରଚାର କରୁଛନ୍ତି ପ୍ରଶାସନିକ ଅଧିକାରୀ

ଢେଙ୍କାନାଳ ଅଫିସ୍‌,୧୭ା୩: କୌଣସି ପକ୍ଷପାତିତା ନ କରି ପୌର ନିର୍ବାଚନ ପରିଚାଳନା କରିବାକୁ ରାଜ୍ୟ ନିର୍ବାଚନ କମିଶନର ପ୍ରଶାସନିକ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ତେବେ ଢେଙ୍କାନାଳ ମ୍ୟୁନିସିପାଲିଟିରେ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଭାଜପା ଅଭିଯୋଗ କରିଛି। ପ୍ରଶାସନିକ ଅଧିକାରୀମାନେ ଶାସକ ଦଳକୁ ସହାୟତା କରିବା ସହିତ ସ୍ବୟଂ ସହାୟକ ଗୋଷ୍ଠୀକୁ ପ୍ରଭାବିତ କରୁଥିବା ଦଳୀୟ ନେତୃବୃନ୍ଦ ଜିଲାପାଳଙ୍କୁ ଭେଟି ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗର ବିଧିବଦ୍ଧ ତଦନ୍ତ କରି ଅଭିଯୁକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।
ଅଭିଯୋଗ ପତ୍ରରେ ଉଲ୍ଲେଖ ରହିଛି ଯେ, ପୌରସଂସ୍ଥାର ସଫେଇ କର୍ମଚାରୀ, ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟଙ୍କୁ ବିଜେଡି ପ୍ରାର୍ଥୀଙ୍କୁ ଜିତାଇବା ଲାଗି ବାଧ୍ୟ କରାଯାଉଛି। ଏଭଳି ବେନିୟମ କାର୍ଯ୍ୟରେ ପୌରସଂସ୍ଥାର ପଦସ୍ଥ ଅଧିକାରୀ ଏବଂ କେତେଜଣ ଯନ୍ତ୍ରୀଙ୍କ ସମ୍ପୃକ୍ତି ରହିଛି। ପ୍ରତିବାଦ କଲେ ଉପରୁ ଚାପ ପଡୁଥିବା ସେମାନେ କହୁଛନ୍ତି। ସରକାରୀ ଅଧିକାରୀମାନେ ଖୋଲାଖୋଲି ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରୁଥିବାବେଳେ ନିର୍ବାଚନ କିଭଳି ନିରପେକ୍ଷ ହେବ ବୋଲି ଭାଜପା ପକ୍ଷରୁ ପ୍ରଶ୍ନ କରାଯାଇଛି। ତେଣୁ ନିର୍ବାଚନ ଶେଷ ହେବା ପର୍ଯ୍ୟନ୍ତ ଅଭିଯୁକ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଜିଲା ବାହାରକୁ ପଠାଇବା ଲାଗି ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ଜିଲା ମିଡିଆସେଲ୍‌ ପ୍ରଭାରୀ ନବକିଶୋର ଗୁରୁ, ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାମଚନ୍ଦ୍ର ପାତ୍ର, ମାତୃପ୍ରସାଦ ନନ୍ଦ ପ୍ରମୁଖ ଦାବି କରିଛନ୍ତି। ନ୍ୟାୟ ନ ମିଳିଲେ ଆନ୍ଦୋଳନ ତୀବ୍ରତର କରାଯିବା ସହ କାର୍ଯ୍ୟାଳୟରେ ତାଲା ପକାଯିବ ବୋଲି ଦଳ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri