ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି । ସେହିଭଳି ସବୁ ସ୍ଥାନରେ ଭୋଜିଭାତର ଆସର ଜମୁଥିବାରୁ ଦର୍ଶନୀୟ ସ୍ଥାନ ସବୁ ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ ହେଉଥିବାର ଦେଖାଯାଉଛି । ସେହି ସବୁରୁ କିପରି ଦର୍ଶନୀୟ ସ୍ଥାନକୁ ସୁରକ୍ଷା ଦିଆଯିବା ସହ ତାକୁ ଲୋକଲୋଚନକୁ ଅଣାଯାଇ ଲୋକଙ୍କ ମନରେ ପରିବେଶ ସ୍ୱଚ୍ଛତାକୁ ନେଇ ଏକ ଆନ୍ଦୋଳନ ସୃଷ୍ଟି କରାଯାଇପାରିବ, ସେହି କଥା ଚିନ୍ତା କରି ଆଜି ଅର୍ଥାତ୍ ରବିବାର ସକାଳ ୧୦ ଘଟିକାରୁ ଦିବା ୩ ଘଟିକାଯାଏଁ ଗଜପତି ଜିଲ୍ଲା ନ୍ୟାୟାଳୟର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ରଙ୍କ ଡାକରା କ୍ରମେ ବିଭିନ୍ନ ବିଭାଗ ତଥା ବିଭିନ୍ନ ଅନୁଷ୍ଠାନର ସମାଜସେବୀ ଆଗେଇ ଆସିଥିଲେ । ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଏକ ନିଆରା ବାର୍ତ୍ତା ଦେଇଥିଲେ ।
ପୂର୍ବ ଯୋଜନା ମୁତାବକ ସମରଝୋଳ ସ୍ଥିତ ଶଙ୍କର ଚକ୍ଷୁ ଚିକିତ୍ସାଳୟର ସହାୟତାରେ ଭୁବନେଶ୍ୱର ସ୍ଥିତ ଅଗ୍ରଣୀ ସ୍ବେଚ୍ଛାସେବୀ ସଙ୍ଗଠନ ସେବା ପ୍ରତିନିଧିର ମୁଖ୍ୟ ସଙ୍ଗଠକ ନୀଳମଣି ମିଶ୍ର ତଥା ଗୋପାଳପୁର ସ୍ଥିତ ଆଇ.ଆର.ଇ.ରେ କାର୍ଯ୍ୟରତ ମନୋରଞ୍ଜନ ବେହେରା ଓ ସମାଜସେବୀ ମନୋଜ ମିଶ୍ରଙ୍କ ନେତୃତ୍ୱରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳର ସ୍ବେଚ୍ଛାସେବୀ, ପାରଳାଖେମୁଣ୍ଡିସ୍ଥିତ ଅଖିଳ ଭାରତୀୟ ଯୁବାଜନ ସେବା ସମିତିର ମୁଖ୍ୟ କୁମାର ରେଡ୍ଡୀ ତଥା ଗାୟତ୍ରୀ ପରିବାରର ସନ୍ତୋଷ ଗନ୍ତାୟତଙ୍କ ନେତୃତ୍ୱରେ ଶତାଧିକ ସ୍ବେଚ୍ଛାସେବୀ ଆଜି ସକାଳେ ଖସଡ଼ା ଜଳପ୍ରପାତ ନିକଟରେ ଏକାଠି ହୋଇ ସଫେଇ କାର୍ଯ୍ୟ ଆରମ୍ଭ କରି ଜଳପ୍ରପାତ ନିକଟରେ ପଡିଥିବା ପ୍ଲାଷ୍ଟିକ ବୋତଲ ତଥା କାଚ ବୋତଲକୁ ସଫା କରିଥିଲେ।  ପରେ ଏହି ମହତ କାମରେ ସହଯୋଗର ହାତ ବଢାଇଥିଲେ ଗଜପତି ଜିଲ୍ଲାର ଖଣି ଅଧିକାରୀ ଦିପେନ ପରିଡ଼ା, କନିଷ୍ଠ ଖଣି ଅଧିକାରୀ ବିଶ୍ଵଜିତ କୁମାର ମହନ୍ତ ଓ ମୋହନା ଥାନା ତଥା ଚନ୍ଦ୍ରଗିରି ଫାଣ୍ଡିର ଥାନାଧିକାରୀ ଇନ୍ସପେକ୍ଟର ବସନ୍ତ ସେଠୀ ଓ ସବ-ଇନ୍ସପେକ୍ଟର ସୁନୀଲ କୁମାର ସେଠୀ ଓ ବିଭାଗୀୟ କର୍ମଚାରୀ।

ସମସ୍ତଙ୍କ ସହାୟତାରେ ଆଜିର ଏହି କାର୍ଯ୍ୟକ୍ରମ ସୁଚାରୁରୂପେ ଶେଷ ହେବା ସହ ଉପସ୍ଥିତ ସମସ୍ତ ପର୍ଯ୍ୟଟକଙ୍କୁ ପରିବେଶର ସୁରକ୍ଷା ପ୍ରତି ଦୃଷ୍ଟି ଦେବା ନେଇ ସଚେତନ କରାଯାଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏସ. ରବି, ମାଧବ ସାସମଲ, ଶିବ ବେହେରା, ପି ଗଣେଶ ରେଡ୍ଡୀ, ମୋହନ ବେହେରା, ଦୟାନିଧି ସାହୁ, ବି ସାତେୟା, ସନାତନ ମହାରଣା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମଟିକୁ ସୁଚାରୁରୂପେ ପରିଚାଳିତ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri